ମହାନଦୀ ଜଳକୁ ନେଇ ଆଶଙ୍କାରେ ଜିଲାବାସୀ

କେନ୍ଦ୍ରାପଡ଼ା ଅଫିସ,୬ା୬: ମହାନଦୀ ଜଳ ବିବାଦର ସମାଧାନ ପାଇଁ ନିକଟରେ ଏକ ଟ୍ରିବ୍ୟୁନାଲ ସଦସ୍ୟ ଟିମ୍‌ ଓଡ଼ିଶା ଗସ୍ତ ସାରିଛନ୍ତି। ଏହି ଟିମ୍‌ର ରିପୋର୍ଟ ଉପରେ ବିବାଦର ସମାଧାନ ହେବ ବୋଲି ଆଶା ରହିଛି। ତେବେ ଏହି ଗସ୍ତ କାର୍ଯ୍ୟକ୍ରମରେ ଟିମ୍‌ ସଦସ୍ୟମାନେ କେନ୍ଦ୍ରାପଡ଼ା ଜିଲାକୁ ଆସିନାହାନ୍ତି। ମହାନଦୀର ତଳମୁଣ୍ଡରେ ଥିବା କେନ୍ଦ୍ରାପଡ଼ା ଜିଲା ଏହାର ଜଳକୁ ବହୁଳ ଭାବେ ବ୍ୟବହାର କରୁଥିଲେ ମଧ୍ୟ ତନଖିରେ ଜିଲା ନ ରହିବା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅପରପକ୍ଷରେ ଛତିଶଗଡ଼ଠାରେ ନଦୀରେ ବନ୍ଧ ନିର୍ମାଣ ହେବା ଦ୍ୱାରା ଜିଲାର କୃଷି ଓ ପାନୀୟ ଜଳ ପ୍ରଭାବିତ ହେବ ବୋଲି ସ୍ଥାନୀୟ ଜିଲାବାସୀ ମତ ଦେଇଛନ୍ତି।
ଏ ସମ୍ପର୍କରେ ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ମହାନଦୀର ଜଳଧାରା କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ବ୍ଲକ ମହାକାଳପଡ଼ାର ମହାନଙ୍ଗଳଠାରୁ ମାତ୍ର ୧୦ କିଲୋମିଟର ପ୍ରବାହିତ ହୋଇ ଗଡ଼ରୋମିତ ପର୍ଯ୍ୟନ୍ତ ଲମ୍ବିଛି। ଏଥିସହ କଟକ ଜିଲା ଗୁଆଳନାଶୀଠାରୁ ଜିଲାରେ ପ୍ରବାହିତ ଚିତ୍ରୋପତ୍ଳା ନଦୀ ମହାନଦୀଠାରୁ ଜଳ ଗ୍ରହଣ କରୁଛି। ଚିତ୍ରୋପତ୍ଳା ନଦୀରୁ ଲୁଣାନଦୀ ବରପଦାଠାରେ ସୃଷ୍ଟି ହୋଇଛି। ସେହିପରି ଜଗତପୁରର ତେଣ୍ଡାକୁଡାଠାରେ ପାଇକା ନଦୀ ଓ ଚୌଦ୍ୱାର ନିକଟରେ ବିରୂପା ନଦୀ ମହାନଦୀର ଜଳ ଗ୍ରହଣ କରି ପୂର୍ଣ୍ଣଗର୍ଭା ହୋଇଛନ୍ତି। ଜଗତପୁର ବ୍ୟାରେଜ୍‌ ନିକଟରେ କେନ୍ଦ୍ରାପଡ଼ା କେନାଲ ସୃଷ୍ଟି କରାଯାଇ ମହାନଦୀର ଜଳକୁ ଜିଲାରେ ପ୍ରବାହିତ ଗୋବରୀ କେନାଲ, ପଟ୍ଟାମୁଣ୍ଡାଇ କେନାଲ ଓ ଗୋବରୀ ସମ୍ପ୍ରସାରିତ କେନାଲକୁ ଛଡ଼ାଯାଇଥାଏ। ଫଳରେ ମହାନଦୀର ଜଳକୁ ଭିତ୍ତିକରି ଜିଲାର ୪୧,୬୮୧ ହେକ୍ଟର କ୍ଷେତରେ ଚାଷ ହେଉଛି। ଏଥିସହ ଲୁଣାଞ୍ଚଳ ଭାବେ ପରିଚିତ ରାଜନଗର, ମହାକାଳପଡ଼ା ବ୍ଲକ ସମେତ କେନ୍ଦ୍ରାପଡ଼ା ସହରବାସୀ ଏହାର ମଧୁର ଜଳକୁ ପାନୀୟ ଭାବେ ବ୍ୟବହାର କରୁଛନ୍ତି। ଆଗାମୀ ଦିନରେ ୨ଟି ମେଗା ପାନୀୟଜଳ ପ୍ରକଳ୍ପ ସହିତ ଆଖଡ଼ାଶାଳି ନିକଟରେ ଦେଶର ପ୍ରଥମ ନଦୀଭିତ୍ତିକ ବନ୍ଧର ନିର୍ମାଣ ଯୋଜନା ରହିଛି। ଉପରମୁଣ୍ଡରେ ମହାନଦୀର ଜଳ ପ୍ରବାହ କମିଲେ ତଳମୁଣ୍ଡରେ ଥିବା କେନ୍ଦ୍ରାପଡ଼ା ଜିଲା ବିଶେଷ ଭାବେ କ୍ଷତିଗ୍ରସ୍ତ ହେବ। ଏ ସମ୍ପର୍କରେ ପୂର୍ବତନ କାଉନ୍‌ସିଲର ହିରଣ୍ୟ କୁମାର ପଣ୍ଡା କହିଛନ୍ତି, ମହାନଦୀର ଜଳକୁ ଛତିଶଗଡ଼ ସରକାର ଏକଚାଟିଆ ଭାବେ ବ୍ୟବହାର କରିବା ପାଇଁ ଚାହୁଁଛନ୍ତି। ସେଠାରେ ନଦୀରେ ବନ୍ଧ ନିର୍ମାଣ ହେଲେ ରାଜ୍ୟର ବିଦ୍ୟୁତ୍‌ ଉପତ୍ାଦନ, କୃଷି ଓ ପାନୀୟଜଳ ପ୍ରଭାବିତ ହେବ। ଏପରି କି ଏହାର ପ୍ରଭାବ ଯୋଜନାରେ ଥିବା ଆଖଡ଼ାଶାଳି ବନ୍ଦର ଉପରେ ପଡ଼ିବ। ସଂଘୀୟ ବ୍ୟବସ୍ଥାରେ ଦେଶ ଚାଲୁଥିବା ବେଳେ ରାଜ୍ୟଗୁଡ଼ିକ ମଧ୍ୟରେ ବିବାଦ ଆଦୌ ସମୀଚୀନ ନୁହେଁ। ବିବାଦର ଅନ୍ତ ପାଇଁ ସମସ୍ତ ରାଜନୈତିକ ଦଳ ଏକାଠି ହୋଇ ରାଜ୍ୟ ସ୍ବାର୍ଥ ପାଇଁ ସ୍ବର ଉଠାଇବା ଆବଶ୍ୟକ। ପାଟକୁରା ଆଞ୍ଚଳିକ ବିକାଶ କମିଟି ସଭାପତି ସେକ୍‌ ଫଜରୁଲ ହକ୍‌ କହିଛନ୍ତି, କଟକ ଜିଲାର ଗୁଆଳିନାଶୀଠାରେ ମହାନଦୀରୁ ଚିତ୍ରୋପତ୍ଳା ସୃଷ୍ଟି ହୋଇଛି। କେନ୍ଦ୍ରାପଡ଼ା ଜିଲାର ମହମ୍ମଦପୁରରୁ କୁଅଁାରପୁର ପର୍ଯ୍ୟନ୍ତ ୩୬ କିଲୋମିଟର ବ୍ୟାପିଛି। ଏହାର ଅବବାହିକାରେ ହେଉଥିବା ପନିପରିବାଠାରୁ ଆରମ୍ଭକରି ଧାନ ଫସଲରେ ଏହି ଜଳକୁ ଚାଷୀ ବ୍ୟବହାର କରିଥାନ୍ତି। ସ୍ଥାନୀୟ ଅଧିବାସୀଙ୍କ ଦୈନନ୍ଦିନ ଜୀବନରେ ଚିତ୍ରୋପତ୍ଳା ନଦୀ ବହୁ କାର୍ଯ୍ୟରେ ଆସୁଛି। ମହାନଦୀର ଜଳଧାରା କମିଲେ ଚିତ୍ରୋପତ୍ଳା ମରିଯିବ। ଫଳରେ ଜନଜୀବନ ବିପର୍ଯ୍ୟସ୍ତ ହେବ। କୃଷକନେତା ବିଜୟ କୁମାର ପରିଡ଼ା କହିଛନ୍ତି, ମହାନଦୀ ଜଳ ବିବାଦ ଶୀଘ୍ର ସମାଧାନ ହେବା ଆବଶ୍ୟକ। ସମାଧାନ ବିଳମ୍ବ ହେଲେ କେନ୍ଦ୍ରାପଡ଼ା ଜିଲାର ଜନଜୀବନ ପ୍ରଭାବିତ ହେବ। କୃଷି, ପାନୀୟ ଜଳ ସହିତ ପରିବେଶ ନଷ୍ଟ ହେବ। ଜିଲାର ବିଭିନ୍ନ ନଦୀ ଓ କେନାଲକୁ ମହାନଦୀ ପାଣି ଯୋଗାଉଛି। ଏହାର ଜଳଧାରା ବନ୍ଦ ହେଲେ ବହୁ ଅଞ୍ଚଳ ଖୁବ୍‌ଶୀଘ୍ର ଲୁଣା ପାଲଟିବ। ଏହି ବିବାଦକୁ ରାଜନୀତୀକରଣ କରା ନ ଯାଇ ଓଡ଼ିଶାର ସ୍ବାର୍ଥ ପାଇଁ ରାଜନୈତିକ ଦଳ ସମେତ ସ୍ଥାନୀୟ ଶିକ୍ଷାବିତ୍‌, ବୁଦ୍ଧିଜୀବୀମାନେ ସ୍ବର ଉଠାନ୍ତୁ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri