ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ

ପାରଳାଖେମୁଣ୍ଡି,୫ା୪(ଡି.ଏନ୍‌.ଏ.): ଗଜପତି ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅବସରରେ କିପରି ଜନ ସାଧାରଣଙ୍କୁ ସଚେତନତା କରାଯିବ ସେ ବିଷୟରେ ଆଲୋଚନା କରାଯାଇ ଥିଲା। ନୂତନ ପରିବହନ ନିୟମ କଡ଼ାକଡ଼ି କରାଯାଇ ମୁଖ୍ୟତଃ ମଦ୍ୟପାନ କରି ଗାଡ଼ିଚାଳନା କଲେ ସେମାନଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ, ଯାନବାହନଗୁଡ଼ିକୁ ଅଧିକ ତନଖି କରିବା ସହ ଦୁର୍ଘଟଣା ସଂଖ୍ୟା ଯେପରି କମ୍‌ କରାଯାଇପାରିବ ସେ ଉପରେ ମଧ୍ୟ ଦୃଷ୍ଟି ନିକ୍ଷେପ କରାଇବା ଓ ସଡ଼କରେ ସୁରକ୍ଷିତ ଯାତ୍ରା ପାଇଁ ସାଧାରଣ ଲୋକଙ୍କୁ ଏବଂ ଯାନବାହନ ଚାଳକମାନଙ୍କୁ କିପରି ଅଧିକ ସଚେତନତା କରାଯାଇ ପାରିବ ସେ ଦିଗରେ ଆଲୋଚନା ହୋଇଥିଲା। ଯାତ୍ରା ସମୟରେ ହେଲ୍‌ମେଟ ପିନ୍ଧିବା, ସିଟ୍‌ ବେଲ୍‌ଟ ପରିଧାନ କରିବା, ମଦ୍ୟପାନ କରି ଗାଡ଼ି ନ ଚଳାଇବା, ଗାଡ଼ି ଚାଳନା ବେଳେ ମୋବାଇଲ ବ୍ୟବହାର ନ କରିବା, ଦୁଇ ଚକିଆ ଯାନରେ ତିନି ଜଣ ନ ବସିବା, ଦ୍ରୁତ ବେଗରେ ଗାଡ଼ି ନ ଚଳାଇବା ଆଦି ଦିଗରେ ସମସ୍ତେ ପୂର୍ଣ୍ଣ ସଚେତନ ଓ ନିୟମ ମାନି ଚଳିଲେ ସଡ଼କ ସୁରକ୍ଷା ଅଭିଯାନ ସଫଳ ହୋଇପାରିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
ବୈଠକରେ ଅତିରିକ୍ତ ଜିଲାପାଳ ବୀରେନ୍ଦ୍ର କୁମାର ଦାସ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବାମଦେବ ସିଂ, ପାରଳାଖେମୁଣ୍ଡି ଉପଖଣ୍ଡ ପୋଲିସ ଅଧିକାରୀ ରାମକୃଷ୍ଣ ପତି,ଉପଖଣ୍ଡ ପୋଲିସ ଅଧିକାରୀ ଅର୍‌. ଉଦୟଗିରି ଦିଲ୍ଲୀପ କୁମାର ନାୟକ, ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ପୂର୍ତ୍ତ ବିଭାଗ) ଅଧିକାରୀ ଶ୍ରୀକାନ୍ତ ସାମଲ, ଜିଲା ଆଞ୍ଚଳିକ ପରିବହନ ଅଧିକାରୀ ସାନ୍ତନୁ କୁମାର ପରିଡ଼ା, ଡେପୁଟି କଲେକ୍ଟର- ତଥା – ପୌର ନିର୍ବାଚନ ଅଧିକାରୀ ନଟବର ଗରଡ଼ା ପ୍ରମୁଖଙ୍କ ସହ ସମସ୍ତ ଲାଇନ ବିଭାଗୀୟ ଅଧିକାରୀ ମାନେ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri