ଜିଲାସ୍ତରୀୟ ସ୍କାଉଟ୍ସ-ଗାଇଡସ କ୍ୟାମ୍ପୋରି ଉଦଘାଟିତ: ୧୨ଟି ବ୍ଲକର ୫୨୧ ଛାତ୍ରୀଛାତ୍ରଙ୍କ ଯୋଗଦାନ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାସ୍ତରୀୟ ସ୍କାଉଟ୍ସ ଏବଂ ଗାଇଡସ କ୍ୟାମ୍ପୋରିରି ସୋମବାର ଭଟଲି ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଉଦଘାଟିତ ହୋଇଯାଇଛି । ବରଗଡ଼ ଜିଲା ଶିକ୍ଷା ବିଭାଗ ଏବଂ ସ୍ଥାନୀୟ ସତିହାରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ ମୁଖ୍ୟଅତିଥି ଭାବେ ଯୋଗଦେଇ ଉପସ୍ଥିତ ସ୍କାଉଟ୍ସ ଏବଂ ଗାଇଡସ ତଥା ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ ଉତ୍ସାହିତ କରିଥିଲେ।

ଜିଲା ଶିକ୍ଷା ଅଧିକାରୀ ବିଶ୍ୱନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ସ୍କାଉଟ୍ସ କମିଶନର ତଥା ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ, ଗାଇଡସ କମିଶନର ତଥା ସୋହେଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅମୃତା ସାହୁ, ଭଟଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ, ଜିଲା ଶାରୀରିକ ଶିକ୍ଷା ନିରୀକ୍ଷକ ସୁଦୀପ୍ତ ନାୟକ, ଆୟୋଜକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଚନ୍ଦ୍ରମା ଡନସନା ପ୍ରମୁଖ ମଞ୍ଚାସୀନ ଥିଲେ।

ଏହି ଅବସରରେ ୧୨ଟି ବ୍ଲକର ୫୨୧ ଜଣ ସ୍କାଉଟ୍ସ ଏବଂ ଗାଇଡସ ଛାତ୍ରୀଛାତ୍ର, କ୍ୟାପଟେନ ଓ ସାଧନ କର୍ମୀ ଅଂଶଗ୍ରହଣ କରିଛନ୍ତି । ରଶ୍ମିରଞ୍ଜନ ରାଉତରାୟ, ମନସୀ ପାତ୍ର, ଦେଦବ୍ୟାସ ସାହୁ, ବିଶନାଥ ପ୍ରଧାନ, ବିନୋଦ ସେଠ, ଗିରିଧାରୀ ଡନସନା, ପ୍ରମୋଦ ପଟେଲ, ପ୍ରଦୀପ ପ୍ରଧାନ, ମନୋଜ ସାହୁ, ସୁଦର୍ଶନ ମହାକୁର ପ୍ରମୁଖ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମ ଆସନ୍ତା ୯ ତାରିଖ ଉଦଯାପିତ ହେବ ବୋଲି ଜିଲା ଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri