ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଆଦିବାସୀ ସଂଘ

ନୂଆପଡ଼ା,୨୮ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ସଂଘ ସଭାପତି ଭାନୁ ପ୍ରତାପ ସିଂ ମାଝିଙ୍କ ନେତୃତ୍ୱରେ ଶତାଧିକ ଆଦିବାସୀ ମହିଳାପୁରୁଷ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ସ୍ଥାନୀୟ ପୋଲିସ ପଡିଆଠାରୁ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲେ। ସେଠାରେ ଦୀର୍ଘ ୪ ଘଣ୍ଟା ଧାରଣାରେ ବସିଲା ପରେ ଅତିରିକ୍ତ ଜିଲାପାଳ ଭୀମସେନ ଶବର ପହଞ୍ଚି ଧାରଣାକାରୀଙ୍କ ସହ ଆଲୋଚନା କରିଥିଲେ।

ହେଲେ ଦାବି ପୂରଣ ନ ହେବ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ସଭାପତି ମାଝି ପ୍ରକାଶ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ଅତିରିକ୍ତ ଜିଲାପାଳ ଶବରଙ୍କୁ ୩୦ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି।

ଆନ୍ଦୋଳନରେ ରାଜ୍ୟ ସଭାପତି ବାଳକୃଷ୍ଣ ଶବର, ଜିଲା ସମ୍ପାଦକ ଈଶ୍ୱର ଚନ୍ଦ୍ର ନାଏକ, ଉପସଭାପତି କମଲେଶ ଠାକୁର, ନୂଆପଡା ବ୍ଲକ ସଭାପତି ଭକ୍ତବନ୍ଧୁ ଧରୁଆଙ୍କ ସମେତ ଶତାଧିକ ଆଦିବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri