୧୨ ଦଫା ଦାବିରେ ଜିଲାବ୍ୟାପୀ ତହସିଲ ଘେରାଉ

ଜଗତ୍‌ସିଂହପୁର ଅଫିସ/ବାଲିକୁଦା/ ନାଉଗାଁ/ କୁଜଙ୍ଗ/ ବିରିଡ଼ି (ସ୍ବ.ପ୍ର./ଡି.ଏନ୍‌.ଏ.) ୪ା୬: ନବନିର୍ମାଣ କୃଷକ ସଙ୍ଗଠନ ଜଗତ୍‌ସିଂହପୁର ଶାଖା ପକ୍ଷରୁ ୧୨ ଦଫା ଦାବି ନେଇ ଜିଲାବ୍ୟାପୀ ସମସ୍ତ ତହସିଲ ସମ୍ମୁଖରେ ଆନ୍ଦୋଳନ କରାଯାଇଥିଲା। ବିଶେଷକରି ଜୱାଦ ସହାୟତା ପ୍ରଦାନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା ୭ ଦିନ ମଧ୍ୟରେ ଏହି ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରାଯିବ ବୋଲି ତହସିଲଦାରମାନେ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରତିଶ୍ରୁତି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ର କରାଯିବ ବୋଲି ସଙ୍ଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।
ସଙ୍ଗଠନର ଅନ୍ୟାନ୍ୟ ଦାବିଗୁଡ଼ିକ ହେଲା, ଚାଷୀଙ୍କୁ ଉତ୍ପାଦିତ ଦ୍ରବ୍ୟର ଉପଯୁକ୍ତ ମୂଲ୍ୟ ପ୍ରଦାନ କରାଯାଉ। ସେମାନଙ୍କୁ ମାସକୁ ୫ ହଜାର ଟଙ୍କା ସୁରକ୍ଷା ଭତ୍ତା ଦିଆଯାଉ। ବୃଦ୍ଧା, ବୃଦ୍ଧ ଓ ବିକଳାଙ୍ଗମାନଙ୍କୁ ମାସିକ ୨ ହଜାର ଟଙ୍କା ଲେଖାଏ ହିସାବରେ ଭତ୍ତା ଦିଆଯାଉ। ବ୍ରିଟିଶ୍‌ ଅମଳରୁ ଥିବା ରିଲିଫ୍‌ କୋଡ୍‌କୁ ସଂଶୋଧନ ସାଙ୍ଗକୁ ଅଦିନିଆ ବର୍ଷା, ବାତ୍ୟା ଆଦି ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ ସହାୟତା ରାଶି ପ୍ରଦାନ କରାଯାଉ। କାଳିଆ ଯୋଜନାରେ ପ୍ରକୃତ ହିତାଧିକାରୀଙ୍କୁ ସାମିଲ କରାଯାଉ। ଜଳସେଚନ, ଜଳ ନିଷ୍କାସନ, ବିହନ, ସାର, କୀଟନାଶକ ଆଦି ଯୋଗାଣରେ ସ୍ବଚ୍ଛତା ଅଣାଯାଉ। ମୁଗ, ପନିପରିବା ପାଇଁ ମଣ୍ଡି ଓ ସରକାରୀ ଶୀତଳଭଣ୍ଡାର ସ୍ଥାପନ କରାଯାଉ। ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମାଧ୍ୟମରେ ବେକାରି ବେରୋଜଗାର ଦୂର ସାଙ୍ଗକୁ ଚାଷୀଙ୍କଠାରୁ ବଳକା ଧାନ କିଣିବା ପାଇଁ ସୁବନ୍ଦୋବସ୍ତ କରାଯାଉ। ଖରିଫ ଧାନ କିଣାରେ ଦୁର୍ନୀତି ବଢୁଛି। ଏଥିରେ ସମ୍ପୃକ୍ତ ମିଲର ଓ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ। ଜିଲାରେ ଷଣ୍ଢ ଓ ମାଙ୍କଡ଼ ଉପଦ୍ରବ ଯୋଗୁ ଚାଷୀଙ୍କୁ କ୍ଷତି ସହିବାକୁ ପଡ଼ୁଛି। ଏହି ସମସ୍ୟାର ସମାଧାନ କରାଯିବା ଆଦି ପ୍ରସଙ୍ଗକୁ ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଜିଲାବ୍ୟାପୀ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ସତ୍ୟାଗ୍ରହ କରାଯାଇଥିଲା। ବାଲିକୁଦାରେ ଗଙ୍ଗାଧର ଖଟୁଆଙ୍କ ଅଧ୍ୟକ୍ଷତାରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ଏଥିରେ ଦୁର୍ଗାଚରଣ ସ୍ବାଇଁ, ରଘୁନାଥ ନାୟକ, ବାବାଜି ଜେନା, ଅଶୋକ ସ୍ବାଇଁ, ବିଭୂତି ପରିଡ଼ା ପ୍ରମୁଖ ସାମିଲ ହୋଇଥିଲେ। ନାଉଗାଁ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ହୋଇଥିବା ଧାରଣାରେ ଅଶୋକ ସ୍ବାଇଁ, କୈଳାସ ଚନ୍ଦ୍ର ପରିଡା, ସୁଶ୍ରୀ ଶ୍ରାବଣୀ ରାୟ, ଲଲାଟେନ୍ଦୁ ପରିଡା, ବଂଶୀଧର ବେହେରା, ତ୍ରିଲୋଚନ ରାଉଳ, ରବୀନ୍ଦ୍ର ନାଥ ମହାନ୍ତି ପ୍ରମୁଖ ସାମିଲ ହୋଇଥିଲେ। କୁଜଙ୍ଗରେ ବିଭୂତି ଭୂଷଣ ଜେନାଙ୍କ ନେତୃତ୍ୱରେ ଶତାଧିକ ଚାଷୀ ବଜାର ପରିକ୍ରମା କରି ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। କୃଷକ ନେତା ବାବୁରାମ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ପ୍ରତିବାଦ ସଭା କରାଯାଇଥିଲା। ଏଥିରେ କୃଷକ ନେତା ନୂତନ ତ୍ରିପାଠୀ, ନଟବର ଶେଣ, ପ୍ରହଲ୍ଲାଦ ସ୍ବାଇଁ, ହୃଷୀକେଶ ନାଥ, ବାସୁଦେବ ରାଉତ, ସୁରେନ୍ଦ୍ର ତରାଇ ପ୍ରମୁଖ ସାମିଲ ହୋଇଥିଲେ। ବିରିଡ଼ି ବ୍ଲକରେ ନବନିର୍ମାଣ କୃଷକ ସଙ୍ଗଠନ ରାଜ୍ୟ ସଂଯୋଜକ ରଶ୍ମିରଞ୍ଜନ ସ୍ବାଇଁଙ୍କ ନେତୃତ୍ୱରେ ସତ୍ୟାଗ୍ରହ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ଗୁଣନିଧି ସ୍ବାଇଁ, ବିଧାନ ଚନ୍ଦ୍ର ଜେନା, ରଜନିକାନ୍ତ ବେହେରା, ଡମ୍ବରୁଧର ଲେଙ୍କା, ରମଣି ରଞ୍ଜନ ବେହେରା, ନାରାୟଣ ମୁଦୁଲି ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri