ହାଥରସ ଘଟଣାକୁ ନେଇ ବଲାଙ୍ଗୀର ଜିଲା ମହିଳା କଂଗ୍ରେସର ବିକ୍ଷୋଭ

ବଲାଙ୍ଗୀର ଅଫିସ,୮ା୧୦: ଉତ୍ତରପ୍ରଦେଶର ହାଥରସ ଗଣବଳାତ୍କାର ଘଟଣା ସମାଜରେ ମର୍ମାହତ ସୃଷ୍ଟି କରିଛି। ଏକ ଦଳିତ ନାବାଳିକା ଗଣବଳାତ୍କାର ଘଟଣାରେ ଉତ୍ତରପ୍ରଦେଶ ସରକାରଙ୍କ ପୋଲିସ ପ୍ରଶାସନ ନିଷ୍ଟ୍ରିୟ ହେବା ଏବଂ ପୀଡ଼ିତାଙ୍କ ମୃତ୍ୟୁ ପରେ ଜିଲା ପ୍ରଶାସନ ସମେତ ପୋଲିସ ନାରକୀୟ କାର୍ଯ୍ୟକ୍ରମ ସମଗ୍ର ଜନସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏନେଇ ସମଗ୍ର ଭାରତରେ ବିରୋଧର ସ୍ବର ଉଠିଥିବା ବେଳେ ବଲାଙ୍ଗୀର ଜିଲା ମହିଳା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଜିଲାପାଳଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି ପତ୍ରରେ ପୋଲିସ ପୀଡ଼ିତା ମୃତଦେହକୁ ସଂସ୍କାର ପାଇଁ ନ ଦେବା ଏବଂ ଜବରଦସ୍ତ ପୋଡ଼ିଦେବା ଏକ ରହସ୍ୟ ହୋଇ ରହିଯାଇଛି ବୋଲି ଉଲ୍ଲେଖ ରହିଛି। ପୀଡ଼ିତାଙ୍କ ପରିବାର ମୃତଦେହ ହସ୍ତାନ୍ତର ପାଇଁ କାକୁତି ମୀନତି ହେଲା ପରେ ମଧ୍ୟ ପୋଲିସ କାହାରି କଥା ଶୁଣି ନାହିଁ ଏବଂ ରାତି ଅଧିଆ ମୃତଦେହକୁ ଅଗ୍ନି ସଂଯୋଗ କରି ଆବଶ୍ୟକ ପ୍ରମାଣ ନଷ୍ଟ କରିଦେଇଛି। ଏଭଳି ନିର୍ମମ ବର୍ବରତା ପାଇଁ ଉତ୍ତରପ୍ରଦେଶର ଯୋଗୀ ସରକାର ହିଁ ଦାୟୀ ା ବର୍ତ୍ତମାନର ଯୋଗୀ ସରକାର ଉପରେ ସମଗ୍ର ଦଳିତ ସମାଜର ଆସ୍ଥା ଓ ବିଶ୍ୱାସ ମଳିନ ହୋଇଯାଇଛି ା ଯେହେତୁ ଏହି ଘଟଣା ଭାରତର ସମ୍ବିଧାନ ପରିପନ୍ଥା ଏବଂ ସମ୍ବିଧାନ ବିରୋଧ। ଏଣୁ ଏହାର ନିରପେକ୍ଷ ତଦନ୍ତ ସହ ଉତ୍ତରପ୍ରଦେଶର ଯୋଗୀ ସରକାର ଇସ୍ତଫା ଓ ରାଷ୍ଟ୍ରପତି ଶାସନ ଦାବି କରିଛି କଂଗ୍ରେସ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri