ଆଜି ଭିଜିବ ୧୦ ଜିଲା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ବୁଧବାର ମଧ୍ୟ କିଛି ଜିଲାରେ ବର୍ଷା ହେବା ସହ ୩୦ ତାରିଖ ବେଳକୁ ବର୍ଷାର ପରିମାଣ ହ୍ରାସ ପାଇବ ।

ତେବେ ଆଜି ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲାରେ ବର୍ଷାର ପରିମାଣ ଅଧିକ ରହିବ। ସେହିଭଳି ବୁଧବାର ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।