୧୦ ପ୍ରତିଶତରୁ ଅଧିକ ପ୍ରଜିଟିଭ୍‌ ଥିବା ଜିଲାରେ ଲାଗୁ ହେବ କଡ଼ା କଡ଼କଣା, ସରକାରଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସାର୍ବଜନୀକ ଟିକାକରଣ ଜାରି ରହିବା ସହିତ ସଂକ୍ରମଣ ନେଇ କେନ୍ଦ୍ର ସରକାର ସତର୍କ ଅଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ଜିଲାଗୁଡ଼ିକରେ ପଜିଟିଭ୍‌ ହାର ୧୦ ପ୍ରତିଶତରୁ ଅଧିକ ରହିଛି, ସେସବୁ ଅଞ୍ଚଳରେ କଡ଼ା କଟକଣା ଜାରି କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସେସବୁ ଜିଲାରେ କଡା ପ୍ରତିବନ୍ଧକ ଲଗାଇବାକୁ ରାଜ୍ୟ ସରକାରଙ୍କୁ କହିଛନ୍ତି। କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ କହିଛନ୍ତି ଯେ କରୋନା ସଂକ୍ରମଣ ରୋକିବା ସହିତ ମାର୍ଗଦର୍ଶିକା ପାଳନ ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। କେରଳ, ମହାରାଷ୍ଟ୍ର, କର୍ଣ୍ଣାଟକ, ତାମିଲନାଡୁ, ଓଡିଶା, ଆସାମ, ମିଜୋରାମ, ମେଘାଳୟ, ଆନ୍ଧ୍ରପ୍ରଦେଶ ଏବଂ ମଣିପୁର ଆଦି ୧୦ଟି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଛି। ୮୦ ପ୍ରତିଶତରୁ ଅଧିକ ଆକ୍ରାନ୍ତ ହୋମ୍‌ ଆଇସୋଲେଶନରେ ରହିଛନ୍ତି। ତେବେ ସେମାନଙ୍କଠାରୁ ଯେଭଳି ସଂକ୍ରମଣ ନ ବ୍ୟାପିବ ସେଥିପ୍ରତି ଦୃଷ୍ଟି ଦେବାର ଆବଶ୍ୟକତା ରହିଛି ବୋଲି ସ୍ବାସ୍ଥ୍ୟ ସଚିବ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri