ଗୋହିରିବାଦୁ ଆଶ୍ରମ ବିଦ୍ୟାଳୟରେ ଅବ୍ୟବସ୍ଥା

ନୂଆଗାଁ,୧୧।୮(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୋହିରିବାଦୁ ଆଶ୍ରମ ବିଦ୍ୟାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି । ଉକ୍ତ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀମାନେ ଶ୍ରେଣୀ ଗୃହରେ ରହୁଥିବା ବେଳେ ମଧ୍ୟାହ୍ନ ଭୋଜନରେ ଛାତ୍ରୀଛାତ୍ରମାନଙ୍କୁ ନିମ୍ନମାନର ଖାଦ୍ୟ ଦିଆ୍‌ଯାଉଥିବା ଅଭିଯୋଗ ହେଉଛି।
ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରୀଛାତ୍ରୀମାନେ ପାଠ ପଢିବା ପାଇଁ ନୂଆଗାଁ ବ୍ଲକ ଗୋହିରିବାଦୁଠାରେ ୧୯୫୧ରେ ଏହି ସ୍କୁଲ ପ୍ରତିଷ୍ଠା କରାଯାଇଥିଲା। ଉକ୍ତ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢିବାର ବ୍ୟବସ୍ଥା ରହିଛି। ସ୍ଥାନୀୟ ଛାତ୍ରୀଛାତ୍ର ଉକ୍ତ ସ୍କୁଲରେ ପଢୁଥିବା ବେଳେ ଜିଲା ତଥା ଜିଲା ବାହାରୁ ଅନୁସୂଚିତ ଜାତି ଓ ଜନ ଜାତିର ଛାତ୍ରୀମାନେ ହଷ୍ଟେଲରେ ରହି ପାଠ ପଢିବାର ସୁବିଧା ମଧ୍ୟ ରହିଛି। ତେବେ ଚଳିତ ବର୍ଷ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୧୧ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୯୩ ଜଣ ଛାତ୍ରୀ ଓ ୧୮ ଜଣ ଛାତ୍ର ଅଧ୍ୟୟନ କରୁଛନ୍ତି ା ସେଥି ମଧ୍ୟରୁ ୭୪ ଜଣ ଛାତ୍ରୀ ହଷ୍ଟେଲରେ ରହୁଛନ୍ତି। ଏହି ଅନ୍ତେବାସିନୀମାନଙ୍କ ରହିବା ପାଇଁ ଆବଶ୍ୟକ ହଷ୍ଟେଲ ଗୃହ ନ ଥିବାରୁ ଶ୍ରେଣୀ ଗୃହରେ ଛାତ୍ରୀମାନେ ରହୁଛନ୍ତି। ବାକି ୩ ଶ୍ରେଣୀ ଗୃହରେ ୮ ଗୋଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ବସାଇ ପାଠ ପଢା ଯାଉଛି । ୮ ଟି ଶ୍ରେଣୀର ୧୧୧ ଜଣ ଛାତ୍ରୀଛାତ୍ରଙ୍କୁ ପାଠ ପଢାଇବା ପାଇଁ ମାତ୍ର ୩ ଜଣ ଶିକ୍ଷକ ଅଛନ୍ତି। ପ୍ରଧାନ ଶିକ୍ଷକଙ୍କ ଅବସର ପରେ ନୂତନ ପ୍ରଧାନ ଶିକ୍ଷକ ନିଯୁକ୍ତି ଦିଆ ଯାଇ ନ ଥିବାରୁ ସେହି ଶିକ୍ଷକଙ୍କ ମଧ୍ୟରୁ ଜଣେ ଶିକ୍ଷକ ପ୍ରଧାନ କାମ ତୁଲାଉଛନ୍ତି। ଛାତ୍ରୀଛାତ୍ରମାନଙ୍କୁ ସ୍କୁଲ ଅଭିମୁଖୀ କରାଇବା ପାଇଁ ମଧ୍ୟାହ୍ନ ଭୋଜନରେ ପୁଷ୍ଟିକର ଖାଦ୍ୟ ଦେବାର ବ୍ୟବସ୍ଥା ରହିଥିବା ବେଳେ ଗୋହିରିବାଦୁ ଆଶ୍ରମ ବିଦ୍ୟାଳୟରେ ନିମ୍ନମାନ ଖାଦ୍ୟ ଦିଆଯାଉଥିବା ଅଭିଯୋଗ ହେଉଛି । ମଧ୍ୟାହ୍ନ ଭୋଜନରେ ହରଡ ଡାଲି ଦେବାର ନିୟମ ରହିଥିବା ବେଳେ ପାଣିଆ ମସୁର ଡାଲିରେ ମାତ୍ରାଧିକ ଆଳୁ ପକାଇ ଖାଇବାକୁ ଦିଆ ଯାଉଛି । ସ୍କୁଲର ପ୍ରଧାନଶିକ୍ଷକ ଦାୟିତ୍ୱରେ ଥିବା ଶିକ୍ଷକ ସୁଧୀର କୁମାର ମହଲଙ୍କୁ ପଚାରିବାରେ ମଧ୍ୟାହ୍ନ ଭୋଜନ ଦାୟିତ୍ୱ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ନେଇଛନ୍ତି। ତେଣୁ ମୁଁ କିଛି କହି ପାରିବି ନାହିଁ ବୋଲି ସେ କହିଛନ୍ତି। ନୂଆଗାଁ ବ୍ଲକ ସମାଜ ମଙ୍ଗଳ ଅଧିକାରୀ ଦାୟିତ୍ୱରେ ଥିବା ଜିପିଓ ସାଧୁ ଚରଣ ସାହୁଙ୍କୁ ପଚାରିବାରେ ମୁଁ କେବଳ ଦାୟିତ୍ୱରେ ଅଛି । ମଧ୍ୟାହ୍ନ ଭୋଜନ ବାବଦରେ ବୁଝି ଜଣାଇବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?