ବେତନଟୀ ତହସିଲ ଅଫିସରେ ଅବ୍ୟବସ୍ଥା

ବୈଶିଙ୍ଗା,୬।୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀ ତହସିଲରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ପଦବୀ ଗତ ଅକ୍ଟୋବର ମାସରୁ ଖାଲି ପଡ଼ିଛି। ଦୁଇ ଅତିରିକ୍ତ ତହସିଲଦାର ଓ ୩୦ରୁ ଅଧିକ କର୍ମଚାରୀଙ୍କ ଆବଶ୍ୟକତା ଥିବା ବେଳେ ମାତ୍ର ଜଣେ ଅତିରିକ୍ତ ତହସିଲଦାର ଓ ଦୁଇ ତୃତୀୟାଂଶ କର୍ମଚାରୀ କାର୍ଯ୍ୟ କରୁଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ପୁରୁଣିଆ, ଖୁଣ୍ଟାପୁର, ଗଡ଼ଦେଉଳିଆ, ବୈଶିଙ୍ଗା, ପାଟଳିପୁରା, ମେରଦା, ହରିପୁର, ବ୍ରହ୍ମପୁରା,ଦହିକୋଟି, କୃଷ୍ଣଚନ୍ଦ୍ରପୁର ଓ ବେତନଟୀ ଆର.ଆଇ ସର୍କଲକୁ ନେଇ ଗଠନ ହୋଇଛି ଏହି ତହସିଲ କାର୍ଯ୍ୟାଳୟ। ଦୀର୍ଘ ଦିନ ଧରି ଫାଇଲ ପଡ଼ି ରହୁଥିବା ବେଳେ ଜାତି, ରୋଜଗାର ପ୍ରମାଣପତ୍ର ଏବଂ ଜମିଜମା ସଂକ୍ରାନ୍ତୀୟ କାଗଜପତ୍ର ପାଇଁ ଆବେଦନ କରିଥିଲେ ହେଁ ତହସିଲ ଅଫିସ ଧାଇଁ ଧାଇଁ ଲୋକେ ନୟାନ୍ତ ହୋଇ ପଡ଼ୁଛନ୍ତି। ଜନସାଧାରଣଙ୍କ କାଗଜପତ୍ର ସମେତ ସରକାରୀ କାର୍ଯ୍ୟ କରିବା ଜଣେ ମାତ୍ର ଅତିରିକ୍ତ ତହସିଲଦାରଙ୍କ ପକ୍ଷେ ସମ୍ଭବ ନୁହେଁ। ଗତ ଅକ୍ଟୋବର ମାସରେ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ସଂଗ୍ରାମ କେଶରୀ ପରିଡ଼ାଙ୍କୁ ବେତନଟୀ ବ୍ଲକ ଉନ୍ନୟନ ଅଧିକାରୀ ଭାବେ ଦାୟିତ୍ୱ ଦିଆଗଲା। ସେବେଠାରୁ ଦୀର୍ଘ ୧୦ମାସ ଧରି ସେ ଏକାଦିକ୍ରମେ ବିଡିଓ ଏବଂ ତହସିଲଦାର ଭାବେ କାର୍ଯ୍ୟଭାର ତୁଲାଇ ଆସୁଛନ୍ତି। ଯାହା ଫଳରେ ଦୁଇଟି ଯାକ ବିଭାଗରେ କାର୍ଯ୍ୟ ଧିମା ଅବସ୍ଥାରେ ଚାଲିଛି। ସରକାରଙ୍କ ଟାଳଟୁଳ ନୀତି ଯୋଗୁ ଲୋକେ ନାହିଁ ନ ଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଥିବା ବେଳେ ସରକାରଙ୍କ ତହବିଲକୁ ଆସିବାକୁ ଥିବା ବାଲି, ମାଟି ଓ ମୋରମ ଭଳି ଲଘୁ ଖଣିଜ ସମ୍ପଦରୁ ବ୍ୟାପକ ରାଜସ୍ବ ବାଟମାରଣା ହେଉଥିବା ଲକ୍ଷ୍ୟ କରାଯାଉଛି। ଅନ୍ୟପକ୍ଷରେ ଇଟାଭାଟି ଓ କ୍ରସର୍‌ ୟୁନିଟଗୁଡ଼ିକ ପ୍ରତିବର୍ଷ ସେମାନଙ୍କୁ ଦିଆ ଯାଇଥିବା ପଲ୍ୟୁସନ ଲାଇସେନ୍ସ ନବୀକରଣ ନ କରି ଆଇନ ଉଲ୍ଲଂଘନ କରୁଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ କଲେ ମଧ୍ୟ ସୀମିତ କର୍ମଚାରୀଙ୍କୁ ନେଇ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସମ୍ଭବ ହେଉନାହିଁ। ରାଜସ୍ବ ବିଭାଗ ୫-ଟିରେ ଅନ୍ତର୍ଭୁକ୍ତ ହୋଇଥିଲେ ମଧ୍ୟ ଅବହେଳା ଯୋଗୁ ଲୋକେ ଉପଯୁକ୍ତ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ସରକାର ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri