ଧାନ କିଣାବିକାରେ ଅବ୍ୟବସ୍ଥା: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଚାଷୀଙ୍କ ଧାରଣା

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ ତାଙ୍କ ଏହି ଗସ୍ତରେ ସୋହେଲା ବ୍ଲକ ଇଚ୍ଛାପୁରରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଚାଷୀଙ୍କୁ ଧାନ କୁଇଣ୍ଟାଲ ପ୍ରତି ୮୦୦ ଟଙ୍କା ଲେଖାଏ ଇନ୍‌ପୁଟ ସବ୍‌ସିଡି ପ୍ରଦାନର ଶୁଭାରମ୍ଭ କରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ପୂର୍ବରୁ ଜିଲାର ଚାଷୀମାନେ ଚଳିତ ଧାନ ସଂଗ୍ରହ ପ୍ରକ୍ରିୟାରେ ଲାଗି ରହିଥିବା ଅବ୍ୟବସ୍ଥାର ପ୍ରତିବାଦ କରିଛନ୍ତି। ଏହି କ୍ରମରେ ଶନିବାର ପୂର୍ବାହ୍ନ ୧୦ଟାରୁ ଚାଷୀ ସଂଗଠନ ଜୟ କିଷାନ ଆନ୍ଦୋଳନ ନେତୃତ୍ୱରେ ବରଗଡ଼ ଗାନ୍ଧିଛକସ୍ଥିତ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଆଗରେ ଧାରଣା ଦେଇଛନ୍ତି। ଛତିଶଗଡ଼ ଧାନମଣ୍ଡିଗୁଡ଼ିକରେ ବିନା ଡିଜିଟାଲ ଏନାଇଜର ମେଶିନ ବ୍ୟବହାରରେ ସୁରୁଖୁରୁରେ ଧାନ ସଂଗ୍ରହ ଚାଲିଛି। କିନ୍ତୁ ଓଡ଼ିଶାର ଧାନମଣ୍ଡିଗୁଡ଼ିକରେ ଏଥର କାହା ସ୍ବାର୍ଥରେ ପ୍ରଥମଥର ପାଇଁ ଜିଜିଟାଲ ଏନାଲାଇଜର ମେଶିନ ବସାଯାଇଛି ବୋଲି ଚାଷୀମାନେ ପ୍ରଶ୍ନ କରିଛନ୍ତି।

ଅନ୍ୟପକ୍ଷରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିକୁ କ୍ଷମତାଶୂନ୍ୟ କରି ଦିଆଯାଇ ଥିବାବେଳେ ମିଲର୍ସଙ୍କ ମର୍ଜିରେ କଟ୍‌ନିଛଟନି ହୋଇ ଧାନ କିଣାବିକା ଚାଲିଛି ବୋଲି ଚାଷୀ ସଂଗଠନ ଅଭିଯୋଗ କରିଛି। ଏହି ସମସ୍ୟାଗୁଡ଼ିକର ସମାଧାନ ଦିଗରେ କେଉଁ ପଦକ୍ଷେପ ନେବେ, ବରଗଡ଼ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ତାର ଜବାବ ରଖନ୍ତୁ ବୋଲି ଚାଷୀ ସଂଗଠନ ଜୟ କିଷାନ ଆନ୍ଦୋଳନ ଆହ୍ବାନ କରିଛି। ବରିଷ୍ଠ ଚାଷୀନେତା ଶିବ ପ୍ରସାଦ ପ୍ରଧାନ, ଜୟ କିଷାନ ଆନ୍ଦୋଳନର ସଭାପତି ସୁଶୀଲ ସାହୁ, ସମ୍ପାଦକ ହର ବଣିଆଁ ପ୍ରମୁଖ ଧାରଣାରେ ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri