ଶିକ୍ଷକ ବଦଳି ପ୍ରତିବାଦରେ ପୃଥକ୍‌ ଆନ୍ଦୋଳନ ଜିଲାପାଳଙ୍କ ଅଫିସ, ସ୍କୁଲ ଆଗରେ ଧାରଣା

ନୂଆପଡ଼ା,୬।୮ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଶିକ୍ଷକ ବଦଳି ନେଇ ମଙ୍ଗଳବାର ୨ ପୃଥକ୍‌ ସ୍ଥାନରେ ଛାତ୍ରୀଛାତ୍ର, ଅଭିଭାବକ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ନୂଆପଡ଼ା ସଦର ବ୍ଲକ ଜାମପାଣି ପଞ୍ଚାୟତ ଚିଚିରିପାଣି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି ସମସ୍ୟା ନେଇ ଅଭିଭାବକମାନେ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ସେହିପରି ସମାନ ସମସ୍ୟା ନେଇ କୋମନା ବ୍ଲକ ଜଟଗଡ ପଞ୍ଚାୟତ ଭରୁଆମୁଣ୍ଡା ଗାଁ ସ୍କୁଲରେ ଗ୍ରାମବାସୀ ତାଲା ପକାଇ ଧାରଣା ଦେଇଥିଲେ।
ସୂଚନା ଅନୁଯାୟୀ ଚିଚିରିପାଣି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୦୯ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି। ୫ଜଣ ଶିକ୍ଷକ ଶିକ୍ଷାଦାନ କରୁଥିବା ବେଳେ ୨ ଜଣଙ୍କ ଅନ୍ୟତ୍ର ବଦଳି ହୋଇଯାଇଛି। ଭଲ ପଢାଉଥିବା ଶିକ୍ଷକଙ୍କୁ ବଦଳି କରାଯାଇଥିବା ଅଭିଯୋଗ କରି ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ବିଦ୍ୟାଳୟ ପଠାଉନାହାନ୍ତି। ବଦଳି ହୋଇଥିବା ୨ ଶିକ୍ଷକଙ୍କୁ ପୁଣି ବିଦ୍ୟାଳୟକୁ ଫେରାଇଆଣିବା ଦାବିକରି ଛାତ୍ରୀଛାତ୍ର ଓ ଅଭିଭାବକ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ଜିଲାପାଳ ମଧୁସୂଦନ ଦାଶ ଧାରଣାସ୍ଥଳରେ ପହଞ୍ଚତ୍ ଅଭିଭାବକଙ୍କ ସହ ଆଲୋଚନା କରିଥିଲେ। ସ୍କୁଲ ଯାଇ ତଦନ୍ତ କରି ସମସ୍ୟା ସମାଧାନ କରିବେ ବୋଲି ପ୍ରତିଶ୍ରୁତି ଦେଲା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏହି ସମୟରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଘାସିରାମ ବରିହା, ନନ୍ଦ କିଶୋର ରାଉତ, ବିଜେ ଯାଦବ, ସନ୍ତୋଷ ସାହୁ, ସାବିତ୍ରୀ ବରିହା, ଧନମତି ବରିହା, ସରସ୍ବତୀ ବରିହା, ବୁଡୁ ରାଉତ, ସେବା ବରିହା ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି କୋମନା ବ୍ଲକ ଭରୁଆମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୮ ଶ୍ରେଣୀରେ ୧୫୩ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ୭ ଜଣ ଶିକ୍ଷକ ଶିକ୍ଷାଦାନ କରୁଥିବାବେଳେ ୨ ଜଣଙ୍କୁ ଅନ୍ୟତ୍ର ବଦଳି କରି ଜଣେ ଦୃଷ୍ଟିବାଧିତ ଶିକ୍ଷକଙ୍କୁ ନିଯୁକ୍ତ କରାଯାଇଛି। ବଦଳି ହୋଇଥିବା ବିଜ୍ଞାନ ଓ ଗଣିତ ଶିକ୍ଷକଙ୍କୁ ଫେରାଇଆଣିବା ଦାବିକରି ଗ୍ରାମବାସୀ ସ୍କୁଲରେ ତାଲା ପକାଇ ଗାଁ ରାସ୍ତାରେ ଧାରଣା ଦେଇଥିଲେ। କୋମନା ଅତିରିକ୍ତ ତହସିଲଦାର ଯୋଗେଶ୍ୱର ସାହୁ ଓ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳମତ ମାଝି ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ସେହି ସମୟରେ ଅଭିଭାବକ ଓ ଗ୍ରାମବାସୀ ଶିକ୍ଷକ ନିଯୁକ୍ତି ପାଇଁ ଦାବିପତ୍ର ପ୍ରଦାନ କରିଥିଲେ। ଏ ନେଇ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବୁ ବୋଲି ଅଧିକାରୀମାନେ ପ୍ରତିଶ୍ରୁତି ଦେଲା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏହି ଧାରଣାରେ ମୋଟାରାମ ମାଝି, କୁବେର ମାଝି, ପଦୁ ମାଝି, ମଦନ ସୁନ୍ଦର ସାହୁ, ମଧୁସୂଦନ ମାଝି, ପ୍ରମୋନନ୍ଦ ଗଡତିଆ, କୁମନ ମାଝି, ନୀର ମାଝି, ତପସିନୀ ସାହୁ, ତୁଳ ମାଝି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri