ପୁଣି ଥରେ ଧୋଇଗଲା ଡାଇଭର୍ସନ ରୋଡ୍‌

ନୂଆଗାଁ,୨୩।୬(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ୫୭ନଂ. ଜାତୀୟ ରାଜପଥ ସୋରଡ଼ାଠାରୁ ଗୌଡ଼ ଚାଞ୍ଚେରାପଲୀ ଦେଇ ଯାଇଥିବା ଆର.ଡି. ରାସ୍ତାର ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ପଡିରହିଛି ା ଗତ ମାସରେ ସାମାନ୍ୟ ବର୍ଷାରେ ଡାହୁକା ନଦୀରେ ଡାଇଭର୍ସନ ରୋଡ଼ ଧୋଇ ଯାଇଥିଲା। ବାରମ୍ବାର ଅଭିଯୋଗ କରିବା ପରେ ବି ଠିକାଦାର ସେହି ରାସ୍ତା ମରାମତି କରି ନ ଥିଲେ । ଶେଷରେ ସ୍ଥାନୀୟ ସରପଞ୍ଚ ନିଜ ଅର୍ଥରେ ଡାଇଭର୍ସନ ରୋଡ ମରାମତି କରିଥିଲେ। ସେହି ରାସ୍ତା ପୁଣି ଥରେ ମଙ୍ଗଳବାର ବର୍ଷାରେ ଧୋଇଯାଇଛି। ଫଳରେ ଜାତୀୟ ରାଜପଥରୁ ଜଗନ୍ନାଥପ୍ରସାଦ, ଗୌଡ଼ଚାଞ୍ଚେରାପଲି, କନ୍ଦଳବ ସମେତ ୩ ଗାଁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଛି।

ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥ ସୋରଡାଠାରୁ ଗୌଡ଼ଚାଞ୍ଚେରାପଲି ଦେଇ ଯାଇଥିବା ଆର.ଡି. ରାସ୍ତା ଡାହୁକା ନଦୀରେ ଥିବା ପୋଲଟି ଗତ ୨ ବର୍ଷ ତଳେ ଭୁଶୁଡ଼ି ପଡିଥିଲା। ଲୋକମାନଙ୍କ ଯାତାୟାତ ଏକପ୍ରକାର ବନ୍ଦ ହୋଇଯାଇଥିଲା। ଅଞ୍ଚଳବାସୀ ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଗୁହାରି କରିବା ପରେ ସେହି ସ୍ଥାନରେ ପୋଲ ନିର୍ମାଣ ସହିତ ଜାତୀୟ ରାଜପଥଠାରୁ ୩.୫ କିଲୋମିଟର ରାସ୍ତା ନିର୍ମାଣ କରିବା ପାଇଁ ୩୭୪.୮୧ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରି ଟେଣ୍ଡର ମାଧ୍ୟମରେ ଭୁବନେଶ୍ୱରର ପାଲ୍‌ ଆଣ୍ଡ ପାଲ୍‌ ଇନ୍‌ଫ୍ରାଷ୍ଟ୍ରକ୍‌ଚର ଠିକାସଂସ୍ଥାକୁ ନିର୍ମାଣ ଦାୟିତ୍ୱ ଦିଆଯାଇଥିଲା । ଉକ୍ତ କାର୍ଯ୍ୟ ୨୪ା ୮ା ୨୨ ସୁଦ୍ଧା ସାରିବା ପାଇଁ ନିର୍ଦ୍ଦେଶ ରହିଛି ା ପୋଲ ନିର୍ମାଣ ସମୟରେ ନଦୀର ପାଣି ନିଷ୍କାସନ ଓ ଲୋକଙ୍କ ଯାତାୟାତର ସୁବିଧା ପାଇଁ ଏକ ପକ୍କା ଡାଇଭର୍ସନ ରୋଡ ନିର୍ମାଣ କରିବାକୁ ସ୍ଥିର ହୋଇଥିଲା ା ହେଲେ ଠିକାସଂସ୍ଥା ଅଳ୍ପ କିଛି ମାଟି ପକାଇ ଅତି ନିମ୍ନମାନର ଡାଇଭର୍ସନ ରୋଡ ନିର୍ମାଣ କରିଥିଲେ। ସାମାନ୍ୟ ବର୍ଷା ହେଲେ ସେହି ରାସ୍ତା ବାରମ୍ବାର ଧୋଇ ହୋଇଯାଉଛି। ଏ ନେଇ ଅଞ୍ଚଳବାସୀ ବାରମ୍ବାର ଅଭିଯୋଗ କରିଥିଲେ ବି କେହି କର୍ଣ୍ଣପାତ କରୁ ନ ଥିବା ସ୍ଥାନୀୟ ଲୋକମାନେ କହିଛନ୍ତି। ନୂଆଗାଁ ଆର୍‌.ଡି. ବିଭାଗ କନିଷ୍ଠ ଯନ୍ତ୍ରୀ ଶ୍ରୀକାନ୍ତ କୁମାର ସାହୁଙ୍କୁ ପଚାରିବାରେ ଘଟଣାସ୍ଥଳକୁ ଭୁବନେଶ୍ୱରରୁ ଉଚ୍ଚପଦସ୍ଥ ଅଧିକାରୀମାନେ ଆସି ବୁଲି ଦେଖିବା ସହ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଛନ୍ତି। ପୁଣି ଥରେ ପକ୍କା ଡାଇଭର୍ସନ ରୋଡ ନିର୍ମାଣ କରିବା ପାଇଁ ସମ୍ପୃକ୍ତ ଠିକାଦାରଙ୍କୁ ନିର୍ଦ୍ଦେଶ ଦେବେ ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri