ବର୍ଷାରେ ଧୋଇଗଲା ଡାଇଭର୍ସନ

କୁଚିଣ୍ଡା,୨୬ା୬(ବିରଞ୍ଚତ୍ ଦର୍କା): ଲଘୁଚାପ ଜନିତ ପ୍ରବଳ ବର୍ଷାରେ କୁଚିଣ୍ଡା-ଫାସିମାଲ ରାସ୍ତା ସର୍ଦ୍ଧାପାଲିଠାରେ ନିର୍ମାଣାଧୀନ ସେତୁ ଡାଇଭର୍ସନ ଧୋଇ ହୋଇଯାଇଛି। ଫଳରେ ଏହା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ବକ୍ସମା ପଞ୍ଚାୟତ ସର୍ଦ୍ଧାପାଲି ନାଳା ଉପରେ ୫ କୋଟି ୩୦ ଲକ୍ଷ ଟଙ୍କା ବ୍ୟୟରେ ପୂର୍ତ୍ତବିଭାଗ ପକ୍ଷରୁ ଠିକାସଂସ୍ଥା ଦ୍ବାରା ନିର୍ମାଣାଧୀନ ଚାଲିଥିବା ସେତୁ ପାଇଁ କରାଯାଇଥିବା ଡାଇଭର୍ସନଟି ସମ୍ପୂର୍ଣ୍ଣ ଧୋଇଯିବା ଦ୍ୱାରା କୁଚିଣ୍ଡା-ସମ୍ବଲପୁର ଭାୟା ଫାଶିମାଲ ଅଞ୍ଚଳ ଏବେ ବାହ୍ୟ ଜଗତରୁ ବିଛିନ୍ନ ହୋଇଯାଇଛି। ଶନିବାରଠାରୁ ଲଗାଣ ବର୍ଷା ଯୋଗୁ ଡାଇଭର୍ସନ ଧୋଇଯିବା ଫଳରେ ସୁବର୍ଣ୍ଣପାଲି, ଗୁଣ୍ଡୁରୁଚୁଆଁ, ଫାଶିମାଲ, କେନାଢିପା, ଚକୁଲିଆବାହାଲ, ମହଦା, ଟିକିବା ଆଦି ପଞ୍ଚାୟତ ଜନସାଧାରଣଙ୍କ ପାଇଁ ଯାତାୟାତରେ ପ୍ରତିବନ୍ଧକ ସୃଷ୍ଟି ହୋଇଛି। ସେତୁ କାମ ଅଧପନ୍ତରିଆ ହୋଇଥିବାରୁ ଏବେ ବର୍ଷା ଦିନେ ଏହି ସବୁ ପଞ୍ଚାୟତର ଜନ ସାଧାରଣଙ୍କ ପାଇଁ କୁଚିଣ୍ଡା ସବଡିଭିଜନ ମୁଖ୍ୟାଳୟ ସହ ସମ୍ପର୍କ ଛିନ୍ନ ହୋଇଥିବାରୁ ବଡ ସମସ୍ୟା ସୃଷ୍ଟି ହେବା ସମ୍ଭାବନା ଦେଖାଦେଇଛି। ଏ ସମ୍ପର୍କରେ ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ରାଉତରାୟଙ୍କୁ ପଚାରିବାରେ ବର୍ଷା କମିଲେ ଦୁଇଦିନ ମଧ୍ୟରେ ରାସ୍ତା ପୁନଃ ନିର୍ମାଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri