ବର୍ଷାରେ ଧୋଇଗଲା ଡାଇଭର୍ସନ

କୁଚିଣ୍ଡା,୨୬ା୬(ବିରଞ୍ଚତ୍ ଦର୍କା): ଲଘୁଚାପ ଜନିତ ପ୍ରବଳ ବର୍ଷାରେ କୁଚିଣ୍ଡା-ଫାସିମାଲ ରାସ୍ତା ସର୍ଦ୍ଧାପାଲିଠାରେ ନିର୍ମାଣାଧୀନ ସେତୁ ଡାଇଭର୍ସନ ଧୋଇ ହୋଇଯାଇଛି। ଫଳରେ ଏହା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ବକ୍ସମା ପଞ୍ଚାୟତ ସର୍ଦ୍ଧାପାଲି ନାଳା ଉପରେ ୫ କୋଟି ୩୦ ଲକ୍ଷ ଟଙ୍କା ବ୍ୟୟରେ ପୂର୍ତ୍ତବିଭାଗ ପକ୍ଷରୁ ଠିକାସଂସ୍ଥା ଦ୍ବାରା ନିର୍ମାଣାଧୀନ ଚାଲିଥିବା ସେତୁ ପାଇଁ କରାଯାଇଥିବା ଡାଇଭର୍ସନଟି ସମ୍ପୂର୍ଣ୍ଣ ଧୋଇଯିବା ଦ୍ୱାରା କୁଚିଣ୍ଡା-ସମ୍ବଲପୁର ଭାୟା ଫାଶିମାଲ ଅଞ୍ଚଳ ଏବେ ବାହ୍ୟ ଜଗତରୁ ବିଛିନ୍ନ ହୋଇଯାଇଛି। ଶନିବାରଠାରୁ ଲଗାଣ ବର୍ଷା ଯୋଗୁ ଡାଇଭର୍ସନ ଧୋଇଯିବା ଫଳରେ ସୁବର୍ଣ୍ଣପାଲି, ଗୁଣ୍ଡୁରୁଚୁଆଁ, ଫାଶିମାଲ, କେନାଢିପା, ଚକୁଲିଆବାହାଲ, ମହଦା, ଟିକିବା ଆଦି ପଞ୍ଚାୟତ ଜନସାଧାରଣଙ୍କ ପାଇଁ ଯାତାୟାତରେ ପ୍ରତିବନ୍ଧକ ସୃଷ୍ଟି ହୋଇଛି। ସେତୁ କାମ ଅଧପନ୍ତରିଆ ହୋଇଥିବାରୁ ଏବେ ବର୍ଷା ଦିନେ ଏହି ସବୁ ପଞ୍ଚାୟତର ଜନ ସାଧାରଣଙ୍କ ପାଇଁ କୁଚିଣ୍ଡା ସବଡିଭିଜନ ମୁଖ୍ୟାଳୟ ସହ ସମ୍ପର୍କ ଛିନ୍ନ ହୋଇଥିବାରୁ ବଡ ସମସ୍ୟା ସୃଷ୍ଟି ହେବା ସମ୍ଭାବନା ଦେଖାଦେଇଛି। ଏ ସମ୍ପର୍କରେ ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ରାଉତରାୟଙ୍କୁ ପଚାରିବାରେ ବର୍ଷା କମିଲେ ଦୁଇଦିନ ମଧ୍ୟରେ ରାସ୍ତା ପୁନଃ ନିର୍ମାଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?