Posted inଖେଳ

ଏହି ମିଷ୍ଟ୍ରିଗର୍ଲଙ୍କ ପାଇଁ ଚହଲ-ଧନଶ୍ରୀ ମଧ୍ୟରେ ହେବାକୁ ଯାଉଛି ଛାଡପତ୍ର!

ମୁମ୍ବାଇ,୬।୧:ଦୀର୍ଘ ଦିନ ଧରି ଟିମ ଇଣ୍ଡିଆରୁ ବାଦ୍‌ ପଡ଼ିଥିବା ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ବ୍ୟକ୍ତିଗତ ଜୀବନରେ ସବୁକିଛି ଠିକ ଚାଲିନାହିଁ। ତାଙ୍କ ସ୍ତ୍ରୀ ଧନଶ୍ରୀ ଧର୍ମେନ୍ଦ୍ରଙ୍କ ସହ ଚହଲଙ୍କ ସମ୍ପର୍କରେ ମତଭେଦ ଥିବା ଚର୍ଚ୍ଚା ହେଉଛି। ଉଭୟ ସୋସିଆଲ ମିଡିଆରେ ପରସ୍ପରକୁ ଅନ୍‌ଫଲୋ କରିଛନ୍ତି। କେବଳ ଏତିକି ନୁହେଁ, ଚହଲ ସୋସିଆଲ ମିଡିଆରୁ ଧନଶ୍ରୀଙ୍କ ସହ ଜଡିତ ଫଟୋଗୁଡ଼ିକୁ ମଧ୍ୟ ହଟାଇ ଦେଇଛନ୍ତି। ସେବେଠାରୁ ସେମାନଙ୍କ ଛାଡପତ୍ରକୁ ନେଇ ଅନେକ ଆଲୋଚନା ହେଉଛି। ତେବେ ସେମାନଙ୍କ ମଧ୍ୟରୁ କେହି ଏ ବିଷୟରେ କିଛି କହି ନାହାଁନ୍ତି। ଏହି ସମୟରେ ଚହଲଙ୍କୁ ମିଷ୍ଟ୍ରି ଗର୍ଲ ସହିତ ଦେଖିବାକୁ ମିଳିଛି। ଚହଲ କ୍ୟାମେରା ଦେଖିବା ମାତ୍ରେ ମୁହଁ ଲୁଚାଇ ରଖିଥିଲେ।
ଚହାଲ ମୁମ୍ବାଇର ଜୁହୁରେ ମିଷ୍ଟ୍ରି ଗର୍ଲ ସହିତ ନଜର ଆସିଥିଲେ। ମିଷ୍ଟ୍ରିଗର୍ଲଙ୍କ ସହିତ କାରରେ ଚହଲଙ୍କୁ ଦେଖିବାକୁ ମିଳିଥିଲା। କ୍ୟାମେରା ଉଭୟଙ୍କୁ କଏଦ କରିବାକୁ ଚେଷ୍ଟା କରିଥିଲେ। ସେତେବେଳେ ଭାରତୀୟ କ୍ରିକେଟର ତାଙ୍କ ମୁହଁ ଲୁଚାଇ ରଖିଥିଲେ। ସେବେଠାରୁ ଏହି ମିଷ୍ଟ୍ରି ଗର୍ଲ ଧନଶ୍ରୀ ଏବଂ ଚହଲଙ୍କ ଛାଡପତ୍ର ଖବରର କାରଣ ବୋଲି ଆଲୋଚନା ହେଉଛି।

ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ଧର୍ମର ପ୍ରଥମ ସାକ୍ଷାତ ଲକ ଡାଉନ ସମୟରେ ହୋଇଥିଲା। ଧନଶ୍ରୀ ଏକ ରିଆଲିଟି ଶୋ’ରେ କହିଥିଲେ ଯେ, ନୃତ୍ୟ ଶିଖିବା ପାଇଁ ଚହଲ ତାଙ୍କ ସହ ଯୋଗାଯୋଗ କରିଥିଲେ। ଏହା ପରେ ଦୁହିଁଙ୍କ ମଧ୍ୟରେ ବନ୍ଧୁତା ହୋଇଥିଲା ଏବଂ ପରେ ସମ୍ପର୍କ ପ୍ରେମରେ ପରିଣତ ହେଲା। ଡିସେମ୍ବର ୨୦୨୦ରେ ଚହଲ ଏବଂ ଧନଶ୍ରୀ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri