ବର୍ଷାଙ୍କ ପରେ ଏବେ ଅନୁଭବ: ଦିଲ୍ଲୀ ପଟିଆଲା କୋର୍ଟରେ ଛାଡ଼ପତ୍ର ପିଟିଶନ୍‌ ଦାଖଲ; ଆଣିଲେ ଏଭଳି ସଙ୍ଗିନ ଅଭିଯୋଗ

ଭୁବନେଶ୍ୱର,୬।୯(ବ୍ୟୁରୋ): ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ପରେ ଏବେ ସ୍ବାମୀ ଏମ୍‌ପି ଅନୁଭବ ମହାନ୍ତି କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରେ ଅନୁଭବ ଛାଡପତ୍ର ପିଟିଶନ୍‌ ଦାଖଲ କରିଥିବା ଜଣାପଡ଼ିଛି। ୪୭ ପୃଷ୍ଠାର ଉକ୍ତ ପିଟିଶନ୍‌ରେ ବହୁ ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଆଣିଛନ୍ତି ଅନୁଭବ। ଶାରୀରିକ ସମ୍ପର୍କ ପାଇଁ ବର୍ଷା ରାଜି ହେଉ ନ ଥିଲେ। ଫଳରେ ସେ ଅସହଜ ଏବଂ ଅସୁଖୀ ମନେ କରୁଥିଲି। ବାହାଘରର ପ୍ରଥମ ଦିନ ସମ୍ପର୍କ ରଖିବାକୁ ବର୍ଷା ଅରାଜି ଥିଲେ। ଏଥିପାଇଁ ସେ ୩ ରୁ ୪ ମାସ ସମୟ ମାଗିଥିଲେ। ତାଙ୍କ ଇଚ୍ଛାକୁ ସମ୍ମାନ ଜଣାଇ ସମୟ ଦେଇଥିଲି। ରାଜ୍ୟ ସଭା ଏମ୍‌ପି ହେବା ପରେ ଦିଲ୍ଲୀରେ ବର୍ଷାଙ୍କ ସହ ରହିଥିଲି। ଦିଲ୍ଲୀରେ ମଧ୍ୟ ଶାରୀରିକ ସମ୍ପର୍କ ରଖିବାକୁ ଯାଇ ନିରାଶ ହୋଇଥିଲି। ଦିଲ୍ଲୀ ରହଣୀ ପରେ ଉଭୟ କଟକ ଫେରିଥିଲୁ। କଟକକୁ ଫେରିବା ପରେ ବର୍ଷା ଖୁସି ଥିଲେ। କଟକ ଫେରିଲେ ଆମର ସମ୍ପର୍କ ରହିବ ବୋଲି ବର୍ଷା କହିଥିଲେ। ହେଲେ ସେ ପୁଣି ୭ରୁ ୮ ମାସ ସମୟ ମାଗିଥିଲେ। ବର୍ଷା କେବେ ବି ବୈବାହିକ ଖୁସି ଦେଇ ନ ଥିବା ଅନୁଭବଙ୍କ ପିଟିସନ୍‌ରେ ଉଲ୍ଲେଖ ରହିଛି।

ଏହାଛଡ଼ା ଶାଶୁଘରେ ନ ରହି ବର୍ଷା ଅଧିକାଂଶ ସମୟ ବାପଘରେ ରହୁଥିଲେ। ଏହାକୁ ନେଇ ଅଧିକାଂଶ ସମୟ ଝଗଡ଼ା କରୁଥିଲେ। ବର୍ଷା ଶାଶୁଘର ଖାଦ୍ୟ ପସନ୍ଦ କରୁ ନ ଥିଲେ। ଏପରିକି ପରିବାରଲୋକଙ୍କ ସହ ମିଶୁ ନ ଥିଲେ। ବାପଘର ଯିବାକୁ ବାହାନା କରୁଥିଲେ। ସହ ଅଭିନେତ୍ରୀଙ୍କ ସହ ସମ୍ପର୍କ ଥିବା ମିଥ୍ୟା ଅଭିଯୋଗ କରୁଥିଲେ। ମିଥ୍ୟା କେସ୍‌ରେ ତାଙ୍କୁ ଓ ତାଙ୍କ ପରିବାରକୁ ଫସାଇବାକୁ ଧମକ ଦେଉଥିଲେ। ବାପଘର ଲୋକଙ୍କ ଆଗରେ ବର୍ଷା ଅପମାନିତ କରୁଥିଲେ। ଭଲ ସ୍ତ୍ରୀ ଏବଂ ଭଲ ବୋହୂ ହେବାରେ ସେ ବିଫଳ ହୋଇଛନ୍ତି। ୨୦୧୯ ମେ’ ୧ରୁ ଉଭୟ ଅଲଗା ରହିଆସୁଥିବା ବେଳେ ଏବେ ବର୍ଷାଙ୍କ ସହ ରହିବାକୁ ଅନିଚ୍ଛା ପ୍ରକାଶ କରିଥିବା ଅନୁଭବ ପିଟିଶନ୍‌ରେ ଦର୍ଶାଇଛନ୍ତି।

ପ୍ରକାଶ ଯେ, କଟକ ସଦର ଏସ୍‌ଡିଜେଏମ୍‌ କୋର୍ଟରେ ଘରୋଇ ହିଂସାରୁ ମହିଳାଙ୍କୁ ସୁରକ୍ଷା ଆଇନ-୨୦୦୫ ଅନୁଯାୟୀ ଅନୁଭବଙ୍କ ନାମରେ ମାମଲା ରୁଜୁ ହୋଇଛି। ବର୍ଷା ଭରଣପୋଷଣ ବାବଦକୁ ୧୫ କୋଟି ଟଙ୍କା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri