Posted inଜାତୀୟ

ଟ୍ରାଫିକ୍‌ ଜାମ୍‌ ଯୋଗୁ ବଢୁଛି ଛାଡ଼ପତ୍ର ସମସ୍ୟା…

ମୁମ୍ବାଇ, ୫।୨ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନଭୀସଙ୍କ ସ୍ତ୍ରୀ ଅମୃତା ଫଡନଭୀସ ଶାସକ ଦଳ ମହାରାଷ୍ଟ୍ର ବିକାଶ ଆଘାଡି ସରକାରଙ୍କୁ ଟାର୍ଗେଟ କରି ଏକ ଅଜବ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ ମୁମ୍ବାଇରେ ଛାଡପତ୍ରର ୩ ପ୍ରତିଶତ ସଂଖ୍ୟା ଟ୍ରାଫିକ ଜାମ୍‌ କାରଣରୁ ହେଉଛି।

ସେ କହିଛନ୍ତି ଯେ ମୁଁ ଜଣେ ସାଧାରଣ ନାଗରିକ ଭାବରେ ଏହା କହୁଛି। ଯେତେବେଳେ ମୁଁ ବାହାରକୁ ଯାଏ, ମୁଁ ଖାଲ, ଟ୍ରାଫିକ ସହିତ ବହୁ ସମସ୍ୟାର ସମ୍ମୁଖୀନ ହୋଇଥାଏ। ଟ୍ରାଫିକ ଜାମ୍‌ କାରଣରୁ ଲୋକମାନେ ନିଜ ପରିବାରକୁ ସମୟ ଦେବାରେ ସକ୍ଷମ ନୁହଁନ୍ତି। ଫଳରେ ଏହାଯୋଗୁ ମୁମ୍ବାଇରେ ଛାଡପତ୍ର ସଂଖ୍ୟା ଅଧିକ ଘଟୁଛି। ଏହି ସମସ୍ୟା ଉପରେ ଅଧିକ ଧ୍ୟାନ ଦେବାକୁ ସେ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତିି।

ମୁମ୍ବାଇରେ ଏକ ଘଟଣା ପରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସମ୍ବୋଧିତ କରୁଥିବାବେଳେ ଅମୃତା ଅଭିଯୋଗ କରିଛନ୍ତି ଯେ ଏମଭିଏ ଏକଚାଟିଆ ଭାବେ କାର୍ଯ୍ୟ କରୁଛି ଏବଂ ସରକାର କେବଳ ଅସୁଲି ସରକାର ପାଲଟିଛନ୍ତି।

ଏହା ଉପରେ ମୁମ୍ବାଇ ମେୟର କିଶୋରୀ ପେଡନେକର ଅମୃତାଙ୍କ ଦାବିକୁ ନିନ୍ଦା କରିଛନ୍ତି। ମେୟର ପେଡନେକର କହିଛନ୍ତି ଯେ ଅମୃତା ଆମର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ। ଟ୍ରାଫିକ କାରଣରୁ ଛାଡପତ୍ର ଘଟୁଥିବା ତାଙ୍କ ଅଭିଯୋଗ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ। ଛାଡପତ୍ର ପାଇଁ ଅନେକ କାରଣ ଥାଇପାରେ, କିନ୍ତୁ ମୁଁ ଏହା ପ୍ରଥମ ଥର ଶୁଣୁୂଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?