Posted inଫୁରସତ

ମହିଳାଙ୍କୁ ନ୍ୟାୟ ଦେଉଛି ଛାଡ଼ପତ୍ର ମନ୍ଦିର

ଟୋକିଓ: ଜାପାନର କାମାକୁରା ସହରସ୍ଥିତ ମତ୍ସୁଗାଓକା ଟୋକେଇଜି ମନ୍ଦିରକୁ ଛାଡ଼ପତ୍ର ମନ୍ଦିର ବୋଲି ମଧ୍ୟ କୁହାଯାଏ। ବୈବାହିକ ଜୀବନରେ ବିଭିନ୍ନ ଅସୁବିଧା ଏବଂ ନିର୍ଯାତନାର ସମ୍ମୁଖୀନ ହେବା ପରେ ମହିଳାମାନେ ଏଠାରେ ଆଶ୍ରୟ ନେଇଥାନ୍ତି। ଫଳରେ ମହିଳାମାନେ ସେମାନଙ୍କ ସ୍ବାମୀ ଓ ଦାମ୍ପତ୍ୟ ଜୀବନଠାରୁ ସ୍ବାଧୀନତା ପାଇପାରନ୍ତି।

କୁହାଯାଏ, ଏହି ମନ୍ଦିରର ଇତିହାସ ୭ ଶହ ବର୍ଷ ପୁରୁଣା। ସେତେବେଳେ ଜାପାନରେ କେବଳ ପୁରୁଷମାନେ ସେମାନଙ୍କ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇପାରୁଥିଲେ। ଏପରି ସ୍ଥିତିରେ କେବଳ ଏହି ମନ୍ଦିର ହିଁ ସ୍ବାମୀଙ୍କ ଦ୍ୱାରା ନିର୍ଯାତିତ ହେଉଥିବା ମହିଳାଙ୍କର ଆଶ୍ରୟସ୍ଥଳୀ ପାଲଟିଥିଲା। ଘରୋଇ ହିଂସାର ଶିକାର ହୋଇଥିବା ପ୍ରତିଟି ମହିଳାଙ୍କ ପାଇଁ ଏହି ମନ୍ଦିରର ଦ୍ୱାର ସର୍ବଦା ଖୋଲା ରହିଥାଏ। କିମ୍ବଦନ୍ତୀ ଅନୁଯାୟୀ, ପ୍ରାୟ ୭୦୦ ବର୍ଷ ତଳେ କାକାସୁନି ନାମ୍ନୀ ଜଣେ ମହିଳା ନିଜ ସ୍ବାମୀ ହୋଜୋ ଟୋକିମୁନ୍‌ଙ୍କ ଦ୍ୱାରା ନିର୍ଯାତିତ ହେଉଥିଲେ।

ତେବେ ସେତେବେଳର ସାମାଜିକ ନିୟମ ଅନୁଯାୟୀ, କାକାସୁନ୍‌ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇପାରୁ ନ ଥିଲେ। ତେଣୁ ସେ ଏହି ମନ୍ଦିରରେ ରହିବାକୁ ଲାଗିଲେ। ଏହାପରଠାରୁ ସ୍ବାମୀଙ୍କଠାରୁ ନିର୍ଯାତିତ ହୋଇଥିବା ଅନେକ ମହିଳା ଏହି ମନ୍ଦିରରେ ଆଶ୍ରୟ ନେଇଥିଲେ। ୩ ବର୍ଷ ଧରି ମନ୍ଦିରରେ ରହିବା ପରେ ସେମାନଙ୍କୁ ଛାଡ଼ପତ୍ର ମିଳିପାରୁଥିଲା। ତେବେ ପରେ ଏହି ସମୟସୀମାକୁ ହ୍ରାସ କରାଯାଇ ୨ ବର୍ଷ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ,…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri