ପୂଜା ମଣ୍ଡପରେ ମିଳିବନି ମା’ଙ୍କ ଦର୍ଶନ

ଭୁବନେଶ୍ୱର, ୨୩।୯ (ବ୍ୟୁରୋ): ପାଖେଇ ଆସିଲାଣି ମା’ ଦୂର୍ଗାଙ୍କ ଦଶହରା ପୂଜା। କଟକଣା ଭିତରେ ସହରର ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଗୁରୁବାର ପୂଜା ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)।

ପୂଜାକୁ ସମ୍ପୂର୍ଣ୍ଣ ନିରାଡମ୍ବର ଭାବେ କରିବା ସହିତ କରୋନା କଟକଣାକୁ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବିଧି ପାଳନ ପୂର୍ବକ ବିନା ଭକ୍ତରେ ଦଶହରା ପୂଜା କରାଯିବ। ପୂଜା ମଣ୍ଡପ ବା ପେଣ୍ଡାଲକୁ ୩ ପଟୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖାଯିବ। ସମ୍ମୁଖ ପାର୍ଶ୍ୱକୁ ଆଶିଂକ ଭାବେ ଖୋଲି ପୂଜା କରାଯିବ। ପୂଜା ପରେ ସମ୍ମୁଖ ଭାଗକୁ ମଧ୍ୟ ବନ୍ଦ ରଖାଯିବ, ଯେପରି କୌଣସି ଭକ୍ତ ମା’ଙ୍କର ଦର୍ଶନ କରି ପାରିବେ ନାହିଁ। ମୂର୍ତ୍ତିର ଉଚ୍ଚତା ୪ଫୁଟରୁ କମ୍‌ ରହିବା ସହ କୌଣସି ସାଂସ୍କୃତିକ କିମ୍ବା ଅନ୍ୟ କାର୍ଯ୍ୟକ୍ରମ ଆୟୋଜନ ହେବ ନାହିଁ। ମଣ୍ଡପ ବା ପେଣ୍ଡାଲରେ କର୍ତ୍ତା, ପୂଜକ ଓ ଅନ୍ୟମାନଙ୍କୁ ମିଶାଇ ୭ଜଣରୁ ଅଧିକ ଲୋକ ରହି ପାରିବେ ନାହିଁ। ସେହିପରି ଭସାଣୀ ଉତ୍ସବରେ କୌଣସି ପ୍ରକାରର ଶୋଭାଯାତ୍ରା, ଆତସବାଜି କରାଯାଇ ପାରିବ ନାହିଁ। ଏଥିରେ ସର୍ବାଧିକ ୧୦ଜଣ ବ୍ୟକ୍ତି ଯୋଗ ଦେଇ ପାରିବେ। ସେହିପରି ଭସାଣୀରେ ସାମିଲ ହେଉଥିବା ବ୍ୟକ୍ତିମାନେ ଯେପରି ଦ୍ୱିତୀୟ ଡୋଜ୍‌ ଟିକାକରଣ ନେଇଥିବେ ତାହା ପୂଜା କମିଟି ତଦାରଖ କରିବ। ମୂର୍ତ୍ତିଗୁଡିକୁ ବିଏମ୍‌ସି ପକ୍ଷରୁ ନିର୍ମିତ ହୋଇଥିବା ଅସ୍ଥାୟୀ ପୋଖରୀରେ ବିସର୍ଜନ କରାଯିବ ବୋଲି ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri