ପୂଜା ମଣ୍ଡପରେ ମିଳିବନି ମା’ଙ୍କ ଦର୍ଶନ

ଭୁବନେଶ୍ୱର, ୨୩।୯ (ବ୍ୟୁରୋ): ପାଖେଇ ଆସିଲାଣି ମା’ ଦୂର୍ଗାଙ୍କ ଦଶହରା ପୂଜା। କଟକଣା ଭିତରେ ସହରର ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଗୁରୁବାର ପୂଜା ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)।

ପୂଜାକୁ ସମ୍ପୂର୍ଣ୍ଣ ନିରାଡମ୍ବର ଭାବେ କରିବା ସହିତ କରୋନା କଟକଣାକୁ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବିଧି ପାଳନ ପୂର୍ବକ ବିନା ଭକ୍ତରେ ଦଶହରା ପୂଜା କରାଯିବ। ପୂଜା ମଣ୍ଡପ ବା ପେଣ୍ଡାଲକୁ ୩ ପଟୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖାଯିବ। ସମ୍ମୁଖ ପାର୍ଶ୍ୱକୁ ଆଶିଂକ ଭାବେ ଖୋଲି ପୂଜା କରାଯିବ। ପୂଜା ପରେ ସମ୍ମୁଖ ଭାଗକୁ ମଧ୍ୟ ବନ୍ଦ ରଖାଯିବ, ଯେପରି କୌଣସି ଭକ୍ତ ମା’ଙ୍କର ଦର୍ଶନ କରି ପାରିବେ ନାହିଁ। ମୂର୍ତ୍ତିର ଉଚ୍ଚତା ୪ଫୁଟରୁ କମ୍‌ ରହିବା ସହ କୌଣସି ସାଂସ୍କୃତିକ କିମ୍ବା ଅନ୍ୟ କାର୍ଯ୍ୟକ୍ରମ ଆୟୋଜନ ହେବ ନାହିଁ। ମଣ୍ଡପ ବା ପେଣ୍ଡାଲରେ କର୍ତ୍ତା, ପୂଜକ ଓ ଅନ୍ୟମାନଙ୍କୁ ମିଶାଇ ୭ଜଣରୁ ଅଧିକ ଲୋକ ରହି ପାରିବେ ନାହିଁ। ସେହିପରି ଭସାଣୀ ଉତ୍ସବରେ କୌଣସି ପ୍ରକାରର ଶୋଭାଯାତ୍ରା, ଆତସବାଜି କରାଯାଇ ପାରିବ ନାହିଁ। ଏଥିରେ ସର୍ବାଧିକ ୧୦ଜଣ ବ୍ୟକ୍ତି ଯୋଗ ଦେଇ ପାରିବେ। ସେହିପରି ଭସାଣୀରେ ସାମିଲ ହେଉଥିବା ବ୍ୟକ୍ତିମାନେ ଯେପରି ଦ୍ୱିତୀୟ ଡୋଜ୍‌ ଟିକାକରଣ ନେଇଥିବେ ତାହା ପୂଜା କମିଟି ତଦାରଖ କରିବ। ମୂର୍ତ୍ତିଗୁଡିକୁ ବିଏମ୍‌ସି ପକ୍ଷରୁ ନିର୍ମିତ ହୋଇଥିବା ଅସ୍ଥାୟୀ ପୋଖରୀରେ ବିସର୍ଜନ କରାଯିବ ବୋଲି ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri