Posted inଖେଳ

ଦର୍ଶକଙ୍କ ନାମରେ ଗୁରୁତର ଅଭିଯୋଗ ଆଣିଲେ ଦିବ୍ୟା

ନୂଆଦିଲ୍ଲୀ,୩୦ା୧: ଭାରତୀୟ ଇଣ୍ଟରନ୍ୟାଶନାଲ ମାଷ୍ଟର(ଆଇଏମ୍‌) ଦିବ୍ୟା ଦେଶମୁଖ ଦର୍ଶକଙ୍କ ନାମରେ ଏକ ଗୁରୁତର ଅଭିଯୋଗ ଆଣିଛନ୍ତି। ନିକଟରେ ଦିବ୍ୟା ନେଦରଲାଣ୍ଡ୍ସର ଓ୍ବିକ୍‌ ଆନ୍‌ ଜିରେ ଟାଟା ଷ୍ଟିଲ୍‌ ମାଷ୍ଟର୍ସ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିଲେ। ଟୁର୍ନାମେଣ୍ଟରେ ତାଙ୍କ ଖେଳ ପରିବର୍ତ୍ତେ ତାଙ୍କର କେଶ, ପୋଷାକ, ପରିପାଟୀ ଓ ଭାଷା ଉପରେ ଦର୍ଶକ ଟିପ୍ପଣୀ କରିଥିଲେ ବୋଲି ଦିବ୍ୟା କହିଛନ୍ତି। ଏସିଆନ୍‌ ମହିଳା ଚେସ୍‌ ଚାମ୍ପିୟନଶିପ୍‌ ବିଜେତା ନାଗପୁରର ଦିବ୍ୟା ଦେଶମୁଖ ଏକ ଇନଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଏହି ଅଭିଯୋଗ ଆଣିଛନ୍ତି। ମହିଳା ଖେଳାଳି ମାନେ ନିୟମିତ ଭାବରେ ଏଭଳି ସ୍ଥିତିର ସମ୍ମୁଖୀନ ହେଉଛନ୍ତି ବୋଲି ଦିବ୍ୟା କହିଛନ୍ତି।

ଏଭଳି ସବୁବେଳେ ହୋଇଥାଏ ତେବେ ବିଗତ ସପ୍ତାହରେ ମୁଁ ଏହି ସମସ୍ୟାର ସମ୍ମୁଖୀନ ହେବା ପରେ ଏହା ଉପେରେ ଲେଖିବାକୁ ବାଧ୍ୟ ହେଲି ବୋଲି ଦିବ୍ୟା କହିଛନ୍ତି। ଚଳିତ ଟୁର୍ନାମେଣ୍ଟରେ କିଛି ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିଥିଲି। ଏହାକୁ ନେଇ ମୁଁ ଗର୍ବିତ। ତେବେ ଦର୍ଶକଙ୍କ ମଧ୍ୟରେ ଆଲୋଚନା ମୋତେ ନିରାଶ କରିଛି। ପୁରୁଷ ଖେଳାଳିମାନଙ୍କୁ ଉପଯୁକ୍ତ ସମ୍ମାନ ମିଳୁଥିବା ବେଳେ ମହିଳାଙ୍କୁ ସମ୍ମାନ ମିଳୁ ନ ଥିବା କହିଛନ୍ତି ଦିବ୍ୟା। ଟାଟା ଷ୍ଟିଲ୍‌ ମାଷ୍ଟର୍ସରେ ଦିବ୍ୟା ୪.୫ ପଏଣ୍ଟ ସହ ୧୨ ତମ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri