ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ, ବିଧାୟକ ସିଦ୍ଧାର୍ଥ ମହାପାତ୍ର ଯୋଗ ଦେଇ କହିଲେ…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲର ୧୩ ତମ ବାର୍ଷିକୋତ୍ସବ ମଙ୍ଗଳବାର ସାରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ଅଧ୍ୟକ୍ଷ ଏନ୍‌. ରାଜକିଶୋରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସେ ଛାତ୍ରୀଛାତ୍ରମାନଙ୍କୁ ପାଠପଢ଼ା ଭିତରେ ଆବଦ୍ଧ ନ କରି ସେମାନଙ୍କ ଅନ୍ତନିର୍ହିତ ଗୁଣକୁ ଚିହ୍ନି ସେମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁଁ ଉପସ୍ଥିତ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ଅଭିଭାବକମାନଙ୍କୁ ପରାମର୍ଶ ଦେଇଥିଲେ । ଆଗାମୀ ଦିନରେ ଦିଗପହଣ୍ଡି ସହରକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ସହର ରୂପେ ଗଢ଼ିବା ପାଇଁ ସେ ଅଞ୍ଚଳବାସୀଙ୍କ ସହଯୋଗ କାମନା କରିଥିଲେ । ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, ଦିଗପହଣ୍ଡି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଅନୀଲ କୁମାର ଦାସ, ସ୍କୁଲ ପରିଚାଳନା କମିଟି ସଭାପତି ବିଶ୍ବନାଥ ପାତ୍ର, ସମ୍ପାଦକ ଶୁଭଶ୍ରୀ ପ୍ରଧାନ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ । ସ୍କୁଲ ଉପାଧ୍ୟକ୍ଷା ସୁଷମା ଗୌଡ଼ ଏବଂ ଶିକ୍ଷକ ରାକେଶ ନାୟକ ସଭାରେ ମିଳିତ ସଂଯୋଜନା କରିଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀଛାତ୍ରମାନଙ୍କୁ ଅତିଥି ବୃନ୍ଦ ମାନପତ୍ର ସହ ପୁରସ୍କାର ବିତରଣ କରିଥିଲେ। ପରିଶେଷରେ ସ୍କୁଲ ଛାତ୍ରୀଛାତ୍ର ମାନଙ୍କ ଦାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସ୍କୁଲ ର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଓ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?