ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦଯାପିତ: ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ପୁରସ୍କୃତ କଲେ ମୁଖ୍ୟ ଅତିଥି

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶନିବାର ସଫଳତାର ସହ ଉଦଯାପିତ ହୋଇଯାଇଛି। ସ୍କୁଲ ଅଧ୍ୟକ୍ଷ ଏନ୍. ରାଜକିଶୋରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଉତ୍ସବରେ କ୍ରୀଡ଼ା ଓ ଆଧ୍ୟାତ୍ମିକତାର ସମନ୍ୱୟ ଦେଖିବାକୁ ମିଳିଥିଲା।

ବଡ଼ଖେମୁଣ୍ଡି ରାଜପୁତ୍ର ତଥା ଓଡ଼ିଶା ଅଣ୍ଡର-୧୯ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସିଦ୍ଧାନ୍ତ ଗଙ୍ଗଦେବ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ସେ ନିଜ ଅଭିଭାଷଣରେ ଛାତ୍ରଛାତ୍ରୀଙ୍କୁ କ୍ରୀଡ଼ା କ୍ଷେତ୍ରରେ କ୍ୟାରିଅର୍ ଗଢ଼ିବାକୁ ଉତ୍ସାହିତ କରିଥିଲେ। ପରିଚାଳନା କମିଟି ସଭାପତି ବିଶ୍ୱନାଥ ପାତ୍ର ଓ ସମ୍ପାଦିକା ଶୁଭଶ୍ରୀ ପ୍ରଧାନଙ୍କୁ ସମ୍ମାନିତ କରାଯାଇଥିଲା।

ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଦୌଡ଼, ଲମ୍ଫ ଡିଆଁ, ଉଚ୍ଚ ଡିଆଁ ଏବଂ କବାଡ଼ି ଭଳି ବିଭିନ୍ନ ପ୍ରତିଯୋଗିତାରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। କ୍ରୀଡ଼ା ଶିକ୍ଷକ ସିମାଞ୍ଚଳ ମହାନ୍ତି ସମସ୍ତ ଖେଳ ପରିଚାଳନା କରିଥିବା ବେଳେ ଉପାଧ୍ୟକ୍ଷା ସୁଷମା ଗୌଡ଼ ଓ ଶିକ୍ଷକ ରାକେଶ ନାୟକ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।

ଶିକ୍ଷକ ସିଲୁ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ଶିକ୍ଷୟିତ୍ରୀ ସ୍ମିତାରାଣୀ ରାଓ, ରଞ୍ଜିତା ପାତ୍ର, ସ୍ନେହଲତା ବେହେରା, ଉଷାରାଣୀ ପଣ୍ଡା, ସୁପ୍ରଭା ମହାରଣା, ତୃପ୍ତି ପୁରୋହିତ, ଇତିଶ୍ରୀ ପଣ୍ଡା, ଅଳକା ଦେବଦାସ ଏବଂ ଶିକ୍ଷକ ଆଲୋକ ପ୍ରଧାନ, ସନ୍ତୋଷ ବେହେରା ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri