ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଦିବ୍ୟାଙ୍ଗ ନାବାଳିକା ଅପହରଣ: ଯୁବକ ଗିରଫ, ବଳାତ୍କାର ମାମଲାରେ…

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷୀୟା ଦିବ୍ୟାଙ୍ଗ ନାବାଳିକାଙ୍କୁ ଅପହରଣ ଘଟଣାରେ ଛତ୍ରପୁର  ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ରାଜପୁର ଗ୍ରାମର ଧ୍ରୁବ ଗୌଡ଼ ବୋଲି ଜଣାପଡ଼ିଛି। ପୂର୍ବରୁ ୨୦୧୧ ବଳାତ୍କାର  ମାମଲାରେ ଧ୍ରୁବ ପ୍ରାୟ ୪ ବର୍ଷ ଜେଲ୍‌ରେ ରହିଥିବା ଛତ୍ରପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ,  ରବିବାର ନାବାଳିକା ଜଣକ ତାଙ୍କ ଜେଜେମା’ଙ୍କ ସହ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରେ ଥିଲେ। ଏହି ସମୟରେ ଅଭିଯୁକ୍ତ ଧ୍ରୁବ ନାବାଳିକାଙ୍କୁ ବିସ୍କୁଟ ଓ ଫ୍ରୁଟି ଦେଇଥିଲା। ପରେ ତାଙ୍କୁ ସାଙ୍ଗରେ ନେଇ ସେଠାରୁ ଚାଲିଯାଇଥିଲେ। କିଛି ସମୟ ପରେ ଜେଜେମା’ ନାବାଳିକାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର ପତ୍ତା ମିଳି ନ ଥିଲା।

ଘଟଣା ସମ୍ପର୍କରେ ପୋଲିସ ଖବର ପାଇବା ପରେ ଚିକିତ୍ସାଳୟ ପରିସରର ସିସିଟିଭି ଫୁଟେଜ୍‌ ଯାଞ୍ଚ କରିଥିଲା। ଏଥିରେ ଜଣେ ବ୍ୟକ୍ତି ନାବାଳିକାଙ୍କୁ ସାଙ୍ଗରେ ନେଇ ଯାଉଥିବା ଦୃଶ୍ୟ  ପୋଲିସ ହାତରେ ଲାଗିଥିଲା। ନାବାଳିକାଙ୍କୁ ଶୀଘ୍ର ଉଦ୍ଧାର କରିବା ପାଇଁ ପୋଲିସ ପକ୍ଷରୁ ୪ଟି ଟିମ୍‌ ଗଠନ କରାଯାଇଥିଲା। ଏଥିସହ ନାବାଳିକାଙ୍କ ଫଟୋ ବିଭିନ୍ନ ସ୍ଥାନକୁ ପଠାଯିବା ସହ ସୋସିଆଲ ମିଡିଆରେ ମଧ୍ୟ ପ୍ରଚାର କରାଯାଇଥିଲା।

ପରେ ଚିକିତ୍ସାଳୟଠାରୁ ପ୍ରାୟ ୧୦ କିଲୋମିଟର ଦୂର ଦନେଇ ବ୍ରହ୍ମପୁର ଗ୍ରାମରେ ନାବାଳିକା ଥିବା ନେଇ ଗ୍ରାମବାସୀ ଜାଣିବାକୁ ପାଇଥିଲେ। ସୋସିଆଲ ମିଡିଆରେ ପ୍ରଚାରିତ ଫଟୋ ଦେଖି ଗ୍ରାମବାସୀ ଅଭିଯୁକ୍ତଙ୍କୁ କାବୁ କରିବା ସହ ପୋଲିସକୁ ଖବର ଦେଇଥିଲେ। ଛତ୍ରପୁର ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରିବା ସହ ଧ୍ରୁବଙ୍କୁ ଗିରଫ କରିଥିଲା।

ଏନେଇ ଛତ୍ରପୁର ଥାନାରେ ମାମଲା ନଂ ୪୧୨ରେ ଏକ ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ନେଇ ଥାନା ପକ୍ଷରୁ ପ୍ରେସ୍‌ମିଟ୍‌ ମାଧ୍ୟମରେ ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ବ୍ରେକଅପ୍‌ ପରେ ଭାଙ୍ଗିପଡ଼ିଥିଲେ ବିଜୟ, ସମ୍ଭାଳିଥିଲେ ରଶ୍ମିକା! ଚମକାଇଲା ଅଭିନେତାଙ୍କ ବଡ଼ ଖୁଲାସା

ମୁମ୍ବାଇ: ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଏକ ଇଭେଣ୍ଟରେ ନିଜ ବ୍ୟକ୍ତିଗତ ଜୀବନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅନେକ…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି।…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ…

୪୦ ବର୍ଷ ବୟସରେ ମା’ ହେବେ ଏହି ଅଭିନେତ୍ରୀ: ପ୍ରଶଂସକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ଟିଭି ତଥା ଚଳଚ୍ଚିତ୍ର ଅଭିନେତ୍ରୀ କାଶ୍ମୀରା ଇରାନୀ ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ୪୦ ବର୍ଷ ବୟସରେ ପ୍ରଶଂସକଙ୍କ ଏହି ଖୁସି ଖବର ଶେୟାର କରିଛନ୍ତି କାଶ୍ମୀରା।…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକାଙ୍କୁ ଅପହରଣ କରିନେଇଥିଲେ ବୃଦ୍ଧ, ଏଇଠୁ ମିଳିଲା ପତ୍ତା

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ଉଦ୍ଧାର ହେଲେ ୭ ବର୍ଷୀୟା ନାବାଳିକା । ଗତ ଦୁଇ ଦିନ ପୂର୍ବରୁ କଟକ ଶିଖରପୁର ନିକଟସ୍ଥ ରେଳ ଷ୍ଟେଶନ ନିକଟରୁ ଅପହରଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri