୪୧ ବର୍ଷ ବୟସରେ ଯମଜ ସନ୍ତାନର ମା’ ହେଲେ ଦିବ୍ୟଙ୍କା: ସ୍ବାମୀ କହିଲେ…

ଟିଭିର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟଙ୍କା ତ୍ରିପାଠୀ ମା’ ହୋଇଛନ୍ତି। ତାଙ୍କ ସ୍ବାମୀ ବିବେକ ଦାହିୟା ପ୍ରଶଂସକଙ୍କ ସହ ଏହି ଖୁସି ଖବର ବାଣ୍ଟିଛନ୍ତି। ଦିବ୍ୟଙ୍କା ୪୧ ବର୍ଷ ବୟସରେ ଯମଜ ସନ୍ତାନ ଜନ୍ମ ଦେଇଛନ୍ତି। ବିବାହର ପ୍ରାୟ ୧୦ ବର୍ଷ ପରେ ଦିବ୍ୟଙ୍କା ଏବଂ ବିବେକ ସେମାନଙ୍କର ଯମଜ ସନ୍ତାନକୁ ସ୍ବାଗତ କରିଛନ୍ତି। ଅଭିନେତ୍ରୀ ଦୁଇଟି ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। କିଛି ଦିନ ପୂର୍ବରୁ ଅଭିନେତ୍ରୀ ତାଙ୍କର ଗର୍ଭଧାରଣ ଘୋଷଣା କରିଥିଲେ।

ବିବେକ ପ୍ରଶଂସକଙ୍କ ସହ ତାଙ୍କ ପୁଅ ଜନ୍ମର ଖୁସି ଖବର ଶେୟାର କରି କ୍ୟାପସନରେ ଲେଖିଛନ୍ତି, ଶେଷରେ ଅପେକ୍ଷାର ଅନ୍ତ ଘଟିଛି… ‘ଦି ବୟଜ’ ଆସିଛନ୍ତି ଏବଂ ଜୀବନ ପୂର୍ବ ଅପେକ୍ଷା ଅଧିକ ସୁନ୍ଦର ଅନୁଭବ ହେଉଛି। ଆମେ କେବେ କଳ୍ପନା କରିପାରି ନ ଥିଲୁ ତା’ଠାରୁ ଅଧିକ ଖୁସି ଲାଗୁଛି । ଆମର ‘କରଣ-ଅର୍ଜୁନ’ ଆସିଛନ୍ତି। ଡିଭ ଏବଂ ମୁଁ ମାତାପିତା ହେବାର ଏହି ଚମତ୍କାର ନୂତନ ଯାତ୍ରା ଆରମ୍ଭ କରୁଛୁ। ଆମକୁ ଆପଣଙ୍କ ସମସ୍ତଙ୍କର ପ୍ରେମ ଏବଂ ଆଶୀର୍ବାଦ ଆବଶ୍ୟକ।

ବିବେକ ନୀଳ ପୋଷାକ ପିନ୍ଧିଥିବା ଦୁଇଟି ଶିଶୁଙ୍କ ଫଟୋ ଶେୟାର କରି ଲେଖିଛନ୍ତି, ଆମେ ଭଗବାନଙ୍କୁ ଖୁସି ମାଗିଥିଲୁ ଏବଂ ସେ କହିଥିଲେ, ‘ଡବଲ ନିଅ।’ ଆମେ ଯମଜ ସନ୍ତାନର ପିତାମାତା ହୋଇଛୁ।

ଦିବ୍ୟଙ୍କା ଏବଂ ବିବେକ ଜୁଲାଇ ୮, ୨୦୧୬ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଏହି ଦମ୍ପତି ପୂର୍ଣ୍ଣ ପାରମ୍ପରିକ ରୀତିନୀତିରେ ଭୋପାଳରେ ବିବାହ କରିଥିଲେ।

 

View this post on Instagram

 

A post shared by Vivek Dahiya (@vivekdahiya)


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri