ଆଜି ଦୀପାବଳି ପାଳିଲେ ଅଶୁଭ! ଶଙ୍କରାଚାର୍ଯ୍ୟ କହିଲେ…

ପୁରୀ, ୩୧।୧(ଅଜିତ୍‌ କୁମାର ମହାନ୍ତି): କୁମାର ପୂର୍ଣ୍ଣିମା ପରେ ପୁଣିଥରେ କାଳୀପୂଜା ଓ ଦୀପାବଳି ଅମାବାସ୍ୟା ପାଳନକୁ ନେଇ ଦ୍ୱନ୍ଦ୍ୱ ଦେଖିବାକୁ ମିଳିଛି। ଚଳିତବର୍ଷ ପାଞ୍ଜି ଓ କ୍ୟାଲେଣ୍ଡରରେ ଅନେକ ଗୁରୁତର ତ୍ରୁଟି ଓ ଦ୍ୱନ୍ଦ୍ୱ ରହିଛି। ଚଳିତବର୍ଷ ଦୀପାବଳି ଅମାବାସ୍ୟା ପାଳନ ଓ ପୟାଶ୍ରାଦ୍ଧ ପାଳନକୁ ନେଇ ଦ୍ୱନ୍ଦ୍ୱ ଉପୁଜୁଥିବା ପରିଲକ୍ଷିତ ହୋଇଛି। ଓଡ଼ିଶାରୁ ପ୍ରକାଶ ପାଉଥିବା ଏକାଧିକ ପାଞ୍ଜି ଗଣନା ମଧ୍ୟରେ ତାଳମେଳ ରହୁନାହିଁ। ଏହାଦ୍ୱାରା ପର୍ବପର୍ବାଣି ଓ ଯାନିଯାତ୍ରାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ରହୁଛନ୍ତି। ତେବେ ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଏବଂ ଜ୍ୟୋତିର୍ବିଦମାନେ ପାଞ୍ଜି ଅନୁଯାୟୀ ଅକ୍ଟୋବର ୩୧ତାରିଖ ରାତିରେ କାଳୀପୂଜା ଓ ନଭେମ୍ବର ୧ରେ ପୟାଶ୍ରାଦ୍ଧ କରିବା ପାଇଁ ପରାମର୍ଶ ଦେଇଛନ୍ତି। ପାଞ୍ଜି ଗଣନାଙ୍କ ମତ ଅନୁସାରେ ପ୍ରତ୍ୟୁଷ ଓ ପ୍ରଦୋଷ ସମୟକୁ ଭିତ୍ତି କରି ଅମାବାସ୍ୟା ଗଣନା ହୋଇଥାଏ। ତେଣୁ ୧ତାରିଖରେ ଶ୍ରାଦ୍ଧ କରିବାକୁ ଗବେଷକ ଓ ଜ୍ୟୋତିର୍ବିଦ ପରାମର୍ଶ ଦେଇଛନ୍ତି। ତେବେ ଏପରି ସମସ୍ୟା କିଛିବର୍ଷ ହେବ ଦେଖିବାକୁ ମିଳୁଛି। ପ୍ରତ୍ୟେକ ବର୍ଷ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଭୁଲ ଓ ତ୍ରୁଟିବିହୀନ ପାଞ୍ଜି ପ୍ରସ୍ତୁତ ପାଇଁ ପାଞ୍ଜୀ ସମୀକ୍ଷା ବୈଠକ ବସିଥାଏ। ଏହା ସତ୍ତ୍ୱେ ପାଞ୍ଜି ଗଣନାରେ ତ୍ରୁଟି ଓ ଦ୍ୱନ୍ଦ୍ୱ ରହୁଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ବ୍ୟକ୍ତ କରାଯାଇଛି। ନିର୍ଭୁଲ ଓ ତ୍ରୁଟିବିହୀନ ପାଞ୍ଜି ପ୍ରସ୍ତୁତ ପାଇଁ ପୂଜାପଣ୍ଡା ନିଯୋଗ ପକ୍ଷରୁ ଦାବି କରାଯାଇଛି। ପୂଜାପଣ୍ଡା ନିଯୋଗ ପକ୍ଷରୁ କୁହାଯାଇଛି ଯେ, ଦୀପାବଳି ତଥା ପ୍ରୟାଶ୍ରାଦ୍ଧ କେଉଁଦିନ ପାଳନ ହେବ ସେ ନେଇ ଦ୍ୱନ୍ଦ୍ୱ ଦେଖାଯାଇଛି। ଲୋକେ କେଉଁଦିନ ପାଳନ କରିବେ ସେ ନେଇ ସନ୍ଦେହରେ ରହିଛନ୍ତି। ପୂର୍ବରୁ ଏପରି ସମସ୍ୟା ଦେଖାଯାଇଥିଲା। ଫଳରେ ଶଙ୍କରାଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ପାଞ୍ଜି ସମ୍ବନ୍ବୟ କମିଟି ଗଠନ କରାଯାଇଥିଲା। ଉକ୍ତ କମିଟି ଦ୍ୱାରା ପର୍ବପର୍ବାଣି ଗୋଟିଏ ଦିନରେ ପାଳନ କରାଯିବା ନେଇ ନିଷ୍ପତ୍ତି ହୋଇଥିଲା। ସେହି ଅନୁସାରେ ପଞ୍ଜିକାରମାନଙ୍କୁ ଚିଠି କରାଯାଉଥିଲା। ସେମାନେ ବୈଠକରେ ଯୋଗଦେଉଥିଲେ। ଗଣନାକାରମାନେ ସେମାନଙ୍କ ଗଣନା କରି ଠିକ୍‌ ପାଞ୍ଜି ପ୍ରକାଶ କରୁଥିଲେ। ତେବେ କିଛି ବର୍ଷ ହେବ ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ କରାଯାଉଛି। ଉକ୍ତ ବୈଠକରେ ଗଜପତି ମହାରାଜାଙ୍କ ପ୍ରତିନିଧି, ଛତିଶା ନିଯୋଗ ନାୟକ, ପୂଜାପଣ୍ଡା, ଦଇତାପତି ନିଯୋଗ, ମୁକ୍ତିମଣ୍ଡପ, ଦେଉଳକରଣ, ତଢଉକରଣ ଏବଂ ପାଞ୍ଜି ପ୍ରକାଶନର ପ୍ରତିନିଧିମାନେ ଯୋଗଦେଇଥାନ୍ତି। ତେବେ ସେମାନଙ୍କର କ’ଣ ଉଦ୍ଦେଶ୍ୟ ରହିଛି ଯେ, ଭିନ୍ନ ଭିନ୍ନ ତଥ୍ୟ ପ୍ରକାଶ କରୁଛନ୍ତି। ସେମାନେ ଶ୍ରୀମନ୍ଦିର ପ୍ରଶାସନକୁ ଏକ ପାଣ୍ଡୁଲିପି ଦେଇଥାନ୍ତି। ଉକ୍ତ ପାଣ୍ଡୁଲିପିକୁ ମୁକ୍ତିମଣ୍ଡପ ଓ ପୂଜାପଣ୍ଡା ନିଯୋଗକୁ ପ୍ରଦାନ କରାଯାଇଥାଏ। ମୁକ୍ତିମଣ୍ଡପ କିଛି ସଂଶୋଧନ କରିଥାନ୍ତି। ସେହିପରି ପୂଜାପଣ୍ଡା ନିଯୋଗ ପକ୍ଷରୁ ଶ୍ରୀମନ୍ଦିର ପର୍ବପବାଣି ସମ୍ପର୍କରେ ତାଲିକା ପ୍ରଦାନ କରାଯାଇଥାଏ। ସେହି ଅନୁଯାୟୀ ପାଞ୍ଜିକାରମାନେ ଏକାଠି ବସି ତିଥି ଚୂଡ଼ାନ୍ତ କରିଥାନ୍ତି। ବର୍ତ୍ତମାନ ଦୀପାବଳି ଆମାବାସ୍ୟାକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। କେତେଜଣ ବ୍ୟକ୍ତି ସୋସିଆଲ ମିଡିଆରେ ଏଭଳି ତଥ୍ୟ ଉପସ୍ଥାପନା କରି ଲୋକଙ୍କୁ ଭ୍ରମିତ କରୁଛନ୍ତି। ଶ୍ରୀମନ୍ଦିର ନୀତିକାନ୍ତି ଓ ପରମ୍ପରା ଅନୁସାରେ ପର୍ବ ପାଳନ କରିବା ଉଚିତ୍‌। ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ପୂଜାପଣ୍ଡା ନିଯୋଗ ଦାବି କରିଛି। ସେହିପରି ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି, ପାଞ୍ଜି ତ୍ରୁଟି ଆଜିର ସମସ୍ୟା ନୁହେଁ, କେତେବର୍ଷ ଧରି ଏହା ଜାରି ରହିଛି। ଜ୍ୟୋତିଷମାନେ ଯେଭଁଭଳି ଭାବେ ପରିଶ୍ରମ କରିବା କଥା, ସେହିଭଳି କରୁନାହାନ୍ତି। ପାଶ୍ଚାତ୍ୟ ଦେଶକୁ ନକଲ କରୁଛନ୍ତି। ଅପରପକ୍ଷରେ ଯେଉଁମାନଙ୍କ ଅଧିକ ଜ୍ଞାନ ନାହିଁ ସେମାନେ ମଧ୍ୟ ପାଞ୍ଜି ପ୍ରସ୍ତୁତ କରୁଛନ୍ତି। ତାହା ଠିକ୍‌ ନୁହେ। ତେବେ ଏ ନେଇ ମୋ’ ସହ ସରକାର କିମ୍ବା ଶ୍ରୀମନ୍ଦିର ପ୍ରଶାସନ ଆଲୋଚନା କରୁନାହାନ୍ତି। ଆଲୋଚନା କଲେ ମୁଁ ଏହା ଉପରେ ମତ ରଖିବି ବୋଲି ଶଙ୍କରାଚାର୍ଯ୍ୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?