ଦୀପାବଳି ପାଳିଲେ ହାରିସ୍‌, ଟ୍ରମ୍ପ୍‌

ଓ୍ବାଶିଂଟନ,୨୨ା୧୦: ଆମେରିକାର ନ୍ୟୁୟର୍କ ସିଟିସ୍ଥିତ ଆଇକନିକ୍‌ ଟାଇମ୍ସ ସ୍କୋୟାରରେ ଶୁକ୍ରବାରଠାରୁ ଦୀପାବଳି ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଭାରତୀୟ ବଂଶୋଦ୍ଭବ ଉପରାଷ୍ଟ୍ରପତି କମଲା ହାରିସ୍‌ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ନିଜ ନିଜ ବାସଭବନରେ ଆଲୋକର ପର୍ବ ପାଳନ କରିଛନ୍ତି। ଆମେରିକାରେ ବସବାସ କରୁଥିବା ବିଶିଷ୍ଟ ଭାରତୀୟ-ଆମେରିକୀୟମାନେ ଗୁରୁବାର ରାତିରୁ ରାଜଧାନୀକୁ ଯାତ୍ରା କରିବାରେ ଲାଗିଛନ୍ତି। ବାଇଡେନ୍‌ ପ୍ରଶାସନ ଓ କଂଗ୍ରେସ ସଦସ୍ୟମାନଙ୍କ ଦ୍ୱାରା ଆୟୋଜିତ ଏହି ଉତ୍ସବ ସପ୍ତାହେ ଧରି ଚାଲିବ। କମଲା ହାରିସ୍‌ ଅନେକ ବିଶିଷ୍ଟ ଭାରତୀୟ-ଆମେରିକୀୟ, କୂଟନୀତିଜ୍ଞ ଓ ପ୍ରଶାସନର ମେମ୍ବରଙ୍କୁ ଶୁକ୍ରବାର ନିଜ ବାସଭବନକୁ ନିମନ୍ତ୍ରଣ କରିଥିଲେ। ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ଫାଷ୍ଟ ଲେଡି ଜିଲ୍‌ ବାଇଡେନ୍‌ ମଧ୍ୟ ଆସନ୍ତା ୨୪ରେ ହ୍ବାଇଟ୍‌ ହାଉସ୍‌ରେ ଦୀପାବଳି ପାଳିବେ। ଆସନ୍ତା ବର୍ଷରୁ ନ୍ୟୁୟର୍କ ସିଟିର ସ୍କୁଲଗୁଡ଼ିକରେ ଦୀପାବଳି ପାଇଁ ସରକାରୀ ଛୁଟି ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri