Posted inଜାତୀୟ

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା ପରେ ସାରା ଦେଶରେ ଉତ୍ସବର ବାତାବରଣ ଦେଖିବାକୁ ମିଳିଛି।

ଦିଲ୍ଲୀର ଲାଲ୍ କିଲ୍ଲାଠାରେ ଆୟୋଜିତ UNESCOର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା। ଏହି ଖବର ଘୋଷଣା ହେବା ପରେ ସଭାସ୍ଥଳରେ ‘ଜୟ ହିନ୍ଦ’, ‘ବନ୍ଦେ ମାତରମ୍’, ଏବଂ ‘ଭାରତ ମାତା କି ଜୟ’ ଧ୍ୱନିରେ ଗୁଞ୍ଜରି ଉଠିଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀପାବଳିକୁ UNESCOର ତାଲିକାରେ ଯୋଡ଼ାଯିବାକୁ ସ୍ୱାଗତ କରିଛନ୍ତି ଏବଂ କହିଛନ୍ତି ଯେ ଏହା ଏହି ପର୍ବର ବିଶ୍ୱସ୍ତରୀୟ ଲୋକପ୍ରିୟତା ବଢ଼ାଇବ। ସେ ସୋସିଆଲ ମିଡ଼ିଆରେ ଲେଖିଛନ୍ତି, “ଭାରତ ଏବଂ ସାରା ବିଶ୍ୱର ଲୋକେ ଉତ୍ସାହିତ ହୋଇଛନ୍ତି।”

କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଘୋଷଣା ପରେ ଭାରତ ତରଫରୁ ବକ୍ତବ୍ୟ ରଖିଥିଲେ। ଦୀପାବଳି ହେଉଛି ଭାରତର ୧୬ତମ ଉପାଦାନ ଯାହା UNESCOର ଏହି ପ୍ରତିଷ୍ଠିତ ତାଲିକାରେ ଅନ୍ତର୍ଭୁକ୍ତ ହୋଇଛି।

ପୂର୍ବରୁ ଅନ୍ୟାନ୍ୟ ୧୫ଟି ଉପାଦାନ ମଧ୍ୟରେ କୁମ୍ଭମେଳା, କୋଲକାତାର ଦୁର୍ଗାପୂଜା, ଗୁଜୁରାଟର ଗରବା ନୃତ୍ୟ, ଯୋଗ, ବୈଦିକ ମନ୍ତ୍ର ଜପର ପରମ୍ପରା ଏବଂ ରାମଲୀଳା ସାମିଲ୍ ଅଛି।

ସଂସ୍କୃତି ମନ୍ତ୍ରୀ ଶେଖାୱତ ଏହି ଅବସରରେ କହିଥିଲେ ଯେ ଏହି ମାନ୍ୟତା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଭାବନାତ୍ମକ, ଏବଂ ଏହା ଶାନ୍ତି ତଥା ମଙ୍ଗଳର ବିଜୟକୁ ସମ୍ମାନିତ କରେ। ସେ ଆହୁରି କହିଥିଲେ ଯେ UNESCOର ଏହି ଟ୍ୟାଗ୍ ମିଳିବା ପରେ ଏହାକୁ ଏକ ଜୀବନ୍ତ ଐତିହ୍ୟ ଭାବରେ ବଞ୍ଚାଇ ରଖିବାର ଦାୟିତ୍ୱ ମଧ୍ୟ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?