ନ୍ୟାୟ ଦେବ ଭାଜପା! ବାବୁ ସିଂ କହିଲେ ‘ମୁଖ୍ୟମନ୍ତ୍ରୀଙ୍କୁ ନିଜ ବାପାଙ୍କ ହତ୍ୟାର ତଦନ୍ତ ପାଇଁ ଚିଠି ଲେଖନ୍ତୁ ଦୀପାଳି’

ଭୁବନେଶ୍ୱର,୧୧ା୧(ଅନୀଲ ଦାସ): ପୁଣି ଖବର ଶିରୋନାମାକୁ ଆସିଛି ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ। ଝିଅ ଦୀପାଳି ମୁଖ୍ୟମନ୍ତ୍ରୀଙ୍କୁ ନିଜ ବାପାଙ୍କ ହତ୍ୟାର ତଦନ୍ତ ପାଇଁ ଚିଠି ଲେଖନ୍ତୁ। ତେବେ ରାଜ୍ୟ ସରକାର ପ୍ରକୃତ ଦୋଷୀକୁ ସର୍ବସମ୍ମୁଖକୁ ଆଣିବେ ଏବଂ ଦୋଷୀ ଦଣ୍ଡ ପାଇବ । ଆମେ ଏଥିରେ ସହଯୋଗୀ ହେବୁ ବୋଲି ଏକାମ୍ର ବିଧାୟକ ବାବୁ ସିଂ ଶନିବାର ଖବରଦାତା ସମ୍ମିଳନୀରେ କହିଛନ୍ତି।

ବାବୁ ସିଂ କହିଛନ୍ତି, ଦୀପାଳି ତାଙ୍କ ବାପାକୁ ପୋଲିସ ବ୍ୟବହାର କରି ହତ୍ୟା କରାଯାଇଥିବା ଖବରଦାତା ସମ୍ମିଳନୀରେ କହିଛନ୍ତି। ଏହାର ଅର୍ଥ ସେ ପ୍ରତ୍ୟକ୍ଷ ଭାବରେ ସ୍ବୀକାର କରିଛନ୍ତି ତାଙ୍କ ବାପାଙ୍କ ହତ୍ୟା ପଛରେ ପୂର୍ବ ସରକାରଙ୍କ ହାତ ଅଛି । ଯେଉଁ ଦୀପାଳି ବାପାଙ୍କ ଦେହାନ୍ତ ଘଟଣାର ତଦନ୍ତ ପାଇଁ ଥରେ ବି ବିଧାନସଭାରେ ଦାବି କରି ନ ଥିଲେ କିମ୍ବା ପ୍ରସଙ୍ଗ ଉଠାଇ ନ ଥିଲେ, ଘଟଣାରେ ନ୍ୟାୟ ପାଇଁ ଉଚ୍ଚ ନ୍ୟାୟାଳୟରେ ଲଢ଼େଇ କରି ନ ଥିଲେ, ସେ ପରିବାର ପାଖରେ ରାଜନୀତି ହିଁ ସର୍ବସ୍ବ। ଏହା ସହଜରେ ଅନୁମେୟ । ଯଦି ଦୀପାଳି ଦାସ ଏବେ ଚାହୁଁଛନ୍ତି ଘଟଣାର ସତ୍ୟାସତ୍ୟ ସାମ୍ନାକୁ ଆସୁ ତେବେ ସେ ଏବଂ ତାଙ୍କ ପରିବାର ଲିଖିତ ଆକାରରେ ସରକାରଙ୍କ ନିକଟରେ ନବ ଦାସ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବି କରନ୍ତୁ । ଯଦି ଦୀପାଳି ସିବିଆଇ ତଦନ୍ତ ଦାବି କରି ମୁଖ୍ୟମନ୍ତ୍ରୀଙ୍କୁ ନିଜ ବାପାଙ୍କ ହତ୍ୟାର ତଦନ୍ତ ପାଇଁ ଚିଠି ଲେଖିଦିଅନ୍ତି, ତେବେ ରାଜ୍ୟ ସରକାର ପ୍ରକୃତ ଦୋଷୀକୁ ସର୍ବସମ୍ମୁଖରେ ଆଣିବେ ଏବଂ ଦୋଷୀ ଦଣ୍ଡ ପାଇବ । ଆମେ ଏଥିରେ ସହଯୋଗୀ ହେବୁ ବୋଲି ବାବୁ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri