ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା ଯାତ୍ରାର ପ୍ରସେଶନକୁ ନେଇ ଗାଁର ଉପର ସାହି ଓ ତଳ ସାହି ମଧ୍ୟରେ ଯୁକ୍ତି ତର୍କ ହୋଇଥିଲା। ତେବେ ବୁଧବାର ତାହା ଉଗ୍ର ରୂପ ଧାରଣ କରିଛି। ଉଭୟ ସାହିର ଲୋକେ ଠେଙ୍ଗା, ପଥରରେ ଆକ୍ରମଣ କରିବାରୁ ଉଭୟ ପକ୍ଷରୁ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅନେକ ସମୟ ଧରି କେଶଦୁରାପାଳ ବଜାରରେ ଅଶାନ୍ତ ପରିବେଶ ରହିଥିଲା। ଭୟରେ ଲୋକେ ଦୋକାନ ବନ୍ଦ କରି ଘରେ ରହିଥିଲେ। ଅନେକ ସମୟ ପରେ ଘସିପୁରା ପୋଲିସ ପହଁଞ୍ଚି ଆହତଙ୍କୁ ଉଦ୍ଧାର କରିଛି। ପୋଲିସ ଉପସ୍ଥିତି ପରେ ପରିସ୍ଥିତି ଶାନ୍ତ ପଡିଥିବା ଜଣାପଡିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri