୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଲା ଡିଜେ: ଚାଲିଗଲା ୨ ଜୀବନ, ୭ ଆହତ

ଭଦ୍ରକ/ତିହିଡ଼ି,୧୫ା୪(ସନାତନ ରାଉତ/ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ୍‌ ନୂଆନନ୍ଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ପାଟୁଆ ଶୋଭାଯାତ୍ରା ବେଳେ ଅଘଟଣ ଘଟିଛି। ଶୋଭାଯାତ୍ରାରେ ଆସୁଥିବା ଡିଜେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ୭ ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକ ହେଲେ ବ୍ଲକ୍‌ ଅଧୀନ ଆରସା ଗ୍ରାମର ଶରତ ମହାଳିକ (୩୪) ଓ ହାଟୁଆରି ଗ୍ରାମର ମୁନା ମଳିକ(୩୦)। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ଆହତଙ୍କ ମଧ୍ୟରେ ଜଣେ ୨ ବର୍ଷର ଶିଶୁ ରହିଥିବା ଜଣାପଡ଼ିଛି।

ସୂଚନା ମୁତାବକ, ସୋମବାର ମହାବିଷୁବ ସଂକ୍ରାନ୍ତି ଅବସରରେ ବିଭିନ୍ନ ଗ୍ରାମରୁ ପାଟୁଆ ଦଳ ଶୋଭାଯାତ୍ରାରେ ତିହିଡ଼ିସ୍ଥିତି ମା’ କଣ୍ଟି ମଙ୍ଗଳପୀଠକୁ ଆସୁଥିଲେ। ଏକ ପାଟୁଆ ଦଳ ଡିଜେ ବଜାଇ ଶୋଭାଯାତ୍ରାରେ ଆସୁଥିଲା। ରାତି ପ୍ରାୟ ୧୦ଟା ମଧ୍ୟରେ ନୂଆନନ୍ଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଡିଜେ ୧୧ କେଭି ତାର ସଂସ୍ପର୍ଶରେ ଆସିଥିଲା। ପାଟୁଆ ଯାତ୍ରା ଦେଖିବା ପାଇଁ ଆସିଥିବା ଶରତ ଓ ମୁନା ଡିଜେ ସଂସ୍ପର୍ଶରେ ଆସିଥିଲେ। ଦୁହିଁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଶରତଙ୍କ ସାଙ୍ଗରେ ଆସିଥିବା ୨ ଝିଅ ଏବଂ ମୁନାଙ୍କ ସାଙ୍ଗରେ ଆସିଥିବା ଝିଅଙ୍କ ସମେତ ୭ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।

ସମସ୍ତଙ୍କୁ ପ୍ରଥମେ ତିହିଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଡିଜେ ବହୁତ ଉଚ୍ଚ ଥିବା କାରଣରୁ ଅଘଟଣ ଘଟିଥିବା କୁହାଯାଉଛି। ମାତ୍ର ବିଦ୍ୟୁତ୍‌ ତାର ବି କମ୍‌ ଉଚ୍ଚତାରେ ଝୁଲି ରହିଥିବାରୁ ବିଭାଗର ଅବହେଳାକୁ ଦାୟୀକରି ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବା ବେଳେ ପୋଲିସ ମୁତୟନ ଅଛନ୍ତି। ଖବର ପାଇ ଜିଲାପାଳ ଦିଲୀପ ରାଉତରାଏ ମେଡ଼ିକାଲରେ ପହଞ୍ଚି ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ତଦାରଖ କରିଛନ୍ତି। ଏଥିସହ ଡାକ୍ତରଙ୍କ ସହିତ ଆଲୋଚନା କରିଛନ୍ତି। ଘଟଣା ବିଷୟରେ ଅବଗତ ହେବା ପରେ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri