ଶୋଭାଯାତ୍ରାରେ ବାଜିବନି ଡିଜେ

ଢେଙ୍କାନାଳ ଅଫିସ,୨୩ ।୧୧ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ କୋଭିଡ୍‌ ପରିଚାଳନା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଲୋକମାନଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ଯାତ୍ରା, ଡ୍ରାମା, ବିଭିନ୍ନ ଉତ୍ସବ ଆୟୋଜନକୁ ସରକାର ଅନୁମତି ଦେଇଛନ୍ତି। ଖୋଲା ପଡିଆ ଯାତ୍ରାରେ ୨ ହଜାର ଦର୍ଶକଙ୍କୁ ଅନୁମତି ଦିଆଯାଇଥିବା ବେଳେ ଆବଦ୍ଧ ସ୍ଥାନରେ ସିଟ୍‌ ସଂଖ୍ୟାର ୫୦ ପ୍ରତିଶତ ଦର୍ଶକ ବସିପାରିବେ। ବିବାହ ଉତ୍ସବ ଆଦିରେ ମାଇକ ସାଉଣ୍ଡ ବ୍ୟବହାର ହୋଇପାରିବ। କନ୍ତୁ ଡିଜେ ସାଉଣ୍ଡ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। କୋଭିଡ୍‌ ସଂକ୍ରମଣଠାରୁ ଦୂରେଇ ରହିବାକୁ ମାଇକ ଯୋଗେ ଜନସାଧାରଣଙ୍କୁ ପୂର୍ବପରି ସଚେତନ କରାଯିବା ସହିତ ସାମାଜିକ ଦୂରତ୍ୱ ଓ ମାସ୍କ ବ୍ୟବହାର ଯାଞ୍ଚ ପ୍ରକ୍ରିୟା ଜାରି ରଖିବାକୁ ସମସ୍ତ ଉପଜିଲାପାଳ, ବିଡିଓ, ତହସିଲଦାର ଓ ସମ୍ପୃକ୍ତ ଅଧିକାରୀମାନଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ହିତାଧିକାରୀମାନଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଗାଇଦେବା ସହିତ କାର୍ଯ୍ୟକାରିତା ସମ୍ପର୍କରେ ସଚେତନ କରିବାକୁ ପରାମର୍ଶ ଦିଆଯାଇଥିଲା। କୋଭିଡ୍‌ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଉତ୍ତରାଧିକାରୀଙ୍କୁ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ ନିମନ୍ତେ ବୈଠକରେ ଆଲୋଚନା ହୋଇଥିଲା। ଏହି ବୈଠକରେ ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାଶ, ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତାରାଣୀ ମିଶ୍ର, ଆପାତକାଳୀନ ଅଧିକାରୀ ସ୍ନିଗ୍ଧାଛାୟା ମହା ପାତ୍ର, ଶିକ୍ଷା ଅଧିକାରୀ ନିବେଦିତା ପାଣି, ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ, ଓସଡମା ଡିପିଓ ନିମାଇଁ ଚରଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ତୁଟୁନି ବିବାଦ ନାଣ୍ଡୁଙ୍କ ନାଁରେ ଏତଲା ପରେ ଏତଲା

ଭୁବନେଶ୍ୱର,୭।୨: ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri