ଡିଜେ ସାଉଣ୍ଡ ସମ୍ପୂର୍ଣ୍ଣ ବନ୍ଦ ଘୋଷଣା

ଅନୁଗୋଳ ଅଫିସ,୧୫।୩: ଅନୁଗୋଳ ଉପଖଣ୍ଡରେ ଡିଜେ ସାଉଣ୍ଡ ଉପରେ ସମ୍ପୂର୍ଣ୍ଣ ରୋକ୍‌ ଲଗାଇଛି ପ୍ରଶାସନ। ଅନୁଗୋଳ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ନମ୍ବର ୧୮୨୮ ମାଧ୍ୟମରେ ଏହି ସୂଚନା ପ୍ରଦାନ କରାଯାଇଛି। କେଉଁ କାରଣ ପାଇଁ ଏହାକୁ ବନ୍ଦ କରାଯାଇଛି ଓ କୌଣସି ବ୍ୟକ୍ତି କିମ୍ବା ଅନୁଷ୍ଠାନ ଯଦି ଉଲ୍ଲଂଘନ କରେ କି ପ୍ରକାରର ଦଣ୍ଡ ବିଧାନ କରାଯିବ, ସେ ନେଇ ସମସ୍ତ ବିବରଣୀ ଏହି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।
ଗାଁ ଗହଳି ଠାରୁ ସହର ଯାଏ ସବୁଠି ବିକଟାଳ ଶବ୍ଦ କରି ଡିଜେ ବାଜୁଛି। ଏହି ଶବ୍ଦ ପ୍ରଦୂଷଣ ସୃଷ୍ଟି କରୁଥିବାରୁ ପ୍ରଶାସନିକ ସ୍ତରରେ ବନ୍ଦ ଘୋଷଣା କରାଯାଇଛି। ବାହାଘର, ବ୍ରତଘର ଏବଂ କୌଣସି ଯାନିଯାତ୍ରା ହେଲେ ୬୫ ଡେସିବେଲ ସାଉଣ୍ଡ ବାଜିବା ନିୟମ ରହିଛି। ହେଲେ କେତେକ ବ୍ୟକ୍ତି ଓ ଅନୁଷ୍ଠାନ ଅନୁମତି ପତ୍ର ଆବେଦନ କରି ଡିଜେ ବଜାଉଥିବା ଦେଖାଯାଇଛି। ଏପରିକି କେତେକ ସ୍ଥାନରେ ରାସ୍ତା ଅବରୋଧ କରି ମଧ୍ୟ ବିଳମ୍ବିତ ରାତି ପର୍ଯ୍ୟନ୍ତ ଡିଜେ ବଜାଇ ଉତ୍ସବ ପାଳନ କରାଯାଉଛି। ଅନେକ ସମୟରେ ଲୋକଙ୍କୁ ଏଥିପାଇଁ ହଇରାଣ ହେବାକୁ ପଡ଼ୁଛି। ଉପଜିଲାପାଳ ବୈତୁରା ଦୀପ ଅନେକ ସ୍ଥାନରେ ଡିଜେ ନେଇ ହେଉଥିବା ଅସୁବିଧାକୁ ହୃଦ୍‌ବୋଧ କରିଛନ୍ତି। ଏହି ଉଚ୍ଚ ଶବ୍ଦ ପ୍ରଦୂଷଣକାରୀ ଡିଜେ ସାଉଣ୍ଡକୁ ନେଇ ବହୁଥର ସ୍ବେଚ୍ଛାସେବୀ ସଂସ୍ଥା ଓ ଜନସାଧାରଣ ଅଭିଯୋଗ ଆଣିଛନ୍ତି। ଏ ନେଇ ବାରମ୍ବାର ସମସ୍ତ ଥାନା ଓ ସାଉଣ୍ଡ ମାଲିକଙ୍କୁ ସାବଧାନ କରାଗଲା ପରେ ମଧ୍ୟ ସ୍ଥିତିରେ କୌଣସି ସୁଧାର ଆସିନାହିଁ। ଫଳରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଅନୁଗୋଳ ଉପଖଣ୍ଡ ଅଧୀନରେ ଯାଉଥିବା ଅନୁଗୋଳ, ବଅଁରପାଳ, ଛେଣ୍ଡିପଦା ବ୍ଲକରେ ଡିଜେକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବା ନେଇ ଘୋଷଣା କରାଯାଇଛି। ଉପଜିଲାପାଳ ବୈତୁରା ଦୀପଙ୍କ ଅନୁମୋଦନ କ୍ରମେ ସମସ୍ତ ତହସିଲଦାର, ଅନୁଗୋଳ, ଅନୁଗୋଳ ସଦର, ବନ୍ତଳା, ନାଲ୍‌କୋ, ବଅଁରପାଳ, ଜରପଡା, ନିଶା, ବାଗେଡିଆ ଆଦି ଥାନା ଅଧିକାରୀମାନଙ୍କୁ ନୋଟିସ ପ୍ରଦାନ କରାଯାଇଛି। ଏହାର ନକଲ ମଧ୍ୟ ଜିଲାପାଳଙ୍କ ସମେତ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟକୁ ପ୍ରେରଣ କରାଯାଇଛି। ଆଗାମୀ ଦିନରେ ଯଦି କୌଣସି ବ୍ୟକ୍ତି ଓ ଅନୁଷ୍ଠାନ ଏହି ନିୟମ ଉଲ୍ଲଂଘନ କରୁଥିବା ଦେଖାଯିବ, ତେବେ ଡିଜେ ଜବତ ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଜ୍ଞପ୍ତିରେ ଚେତାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri