Posted inଖେଳ

ଫାଇନାଲରେ ଜୋକୋଭିଚ୍‌

ଲଣ୍ଡନ, ୧୫।୭: ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ବିଶ୍ୱର ଏହି ୨ ନମ୍ବର ଖେଳାଳି ଶୁକ୍ରବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ୮ମ ସିଡ୍‌ ଇଟାଲିର ଜାନିକ ସିନରଙ୍କୁ ୬-୩, ୬-୪, ୭-୬ (୭/୪) ସେଟ୍‌ରେ ପରାସ୍ତ କରିଛନ୍ତି। ଜୋକୋଭିଚ୍‌ ପ୍ରଥମ ଦୁଇ ସେଟ୍‌କୁ ସହଜରେ ଜିତିଥିଲେ ମଧ୍ୟ ତୃତୀୟ ସେଟ୍‌ରେ କଡ଼ା ଚ୍ୟାଲେଞ୍ଜ ଦେଇଥିଲେ ସିନର। ଫଳରେ ଟାଇବ୍ରେକର ମାଧ୍ୟମରେ ଏହି ସେଟ୍‌ ନିର୍ଣ୍ଣିତ ହୋଇଥିଲା। ଏଥିରେ ଅଭିଜ୍ଞତାର ଉପଯୋଗ କରି ବାଜି ମାରିଥିଲେ ଜୋକୋଭିଚ୍‌।
ଜୋକୋଭିଚ୍‌ ଏହାକୁ ମିଶାଇ ୯ମ ଥର ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଫାଇନାଲରେ ପ୍ରବେଶ କରିଛନ୍ତି। ଏହା ପୂର୍ବରୁ ସେ ୨୦୧୧, ୨୦୧୪, ୨୦୧୫, ୨୦୧୮, ୨୦୧୯, ୨୦୨୧ ଓ ୨୦୨୨ରେ ଚାମ୍ପିୟନ ହୋଇଥିବାବେଳେ ୨୦୧୩ରେ ରନରଅପ୍‌ ହୋଇଥିଲେ। ଏହା ବ୍ୟତୀତ ସେ ୧୦ ଥର ଅଷ୍ଟ୍ରେଲିଆନ ଓପନ, ୩ ଥର ଫ୍ରେଞ୍ଚ୍‌ ଓପନ ଏବଂ ୩ ଥର ୟୁଏସ୍‌ ଓପନ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ଅନ୍ୟପକ୍ଷରେ ପ୍ରଥମଥରପାଇଁ ଓ୍ବିମ୍ବେଲଡନର ସେମିଫାଇନାଲରେ ପ୍ରବେଶ କରିଥିବା ସିନରଙ୍କ ଅଭିଯାନ ଏହିଠାରୁ ଶେଷ ହୋଇଛି। ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ଏହାଥିଲା ତାଙ୍କର ଶ୍ରେଷ୍ଠ ସଫଳତା। ଏହା ପୂର୍ବରୁ ସେ କେବେହେଲେ କୌଣସି ଗ୍ରାଣ୍ଡସ୍ଲାମର ସେମିଫାଇନାଲରେ ପ୍ରବେଶ କରିପାରି ନ ଥିଲେ।
ମହିଳା ଡବଲ୍ସ
ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ମହିଳା ଡବଲ୍ସର ୨ଟି ସେମିଫାଇନାଲ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ସେମିଫାଇନାଲରେ ସାରା ସୋରିବେସ ଟୋର୍ମୋ ଓ ମାରି ବୌଜକୋଭା ଯୋଡ଼ିଙ୍କୁ ୬-୪, ୬-୧ ସେଟ୍‌ରେ ହରାଇ ହସି ସୁ-ଓ୍ବେଇ ଓ ବାର୍ବରା ଷ୍ଟ୍ରାଇକୋଭା ଯୋଡ଼ି ଫାଇନାଲରେ ପ୍ରବେଶ କରିଛନ୍ତି। ସେହିପରି ଦ୍ୱିତୀୟ ସେମିଫାଇନାଲରେ ଏଲିସେ ମେର୍ଟେନ୍ସ ଓ ଷ୍ଟର୍ମ ସାଣ୍ଡର୍ସ ଯୋଡ଼ି ୬-୧, ୬-୧ରେ ଝାଙ୍ଗ ଶୁଇ ଓ କାରୋଲିନ ଡୋଲେହିଡ୍‌ଙ୍କୁ ପରାସ୍ତ କରି ଟାଇଟଲ ପର୍ଯ୍ୟାୟରେ ପହଞ୍ଚତ୍ଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri