Posted inଖେଳ

ଚ୍ୟାଲେଞ୍ଜରଙ୍କ ଚ୍ୟାଲେଞ୍ଜକୁ ଧ୍ୱଂସ କଲେ ଜୋକୋଭିଚ

ମେଲବୋର୍ନ, ୨୧।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ଟାଇଟଲ ହାତେଇଛନ୍ତି ସର୍ବିଆର ନୋଭାକ ଜୋକୋଭିଚ୍‌। ରଡ୍‌ ଲାଭର ଏରିନାଠାରେ ରବିବାର ଅନୁଷ୍ଠିତ ଫାଇନାଲରେ ରୁଷିଆର ଉଦୀୟମାନ ତାରକା ଡାନିଏଲ ମେଡ୍‌ଭେଡେଭଙ୍କୁ ସିଧାସଳଖ ସେଟ୍‌ (୭-୫, ୬-୨, ୬-୨)ରେ ହରାଇ ଦେଇଛନ୍ତି। ମ୍ୟାଚ୍‌ରେ ଜୋକୋଭିଚ୍‌ ପୂରା ପ୍ରଭାବ ବିସ୍ତାର କରି ଖେଳି ଥିଲେ। ମ୍ୟାଚ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରେ ସମ୍ପୂର୍ଣ୍ଣ ଦକ୍ଷତା ଦେଇଥିଲେ ମେଡ୍‌ଭେଡେଭ। କିନ୍ତୁ ଦ୍ୱିତୀୟ ଓ ତୃତୀୟ ସେଟ୍‌ରେ ତାଙ୍କୁ ଭାଗ୍ୟର ସାଥ୍‌ ମିଳି ନ ଥିଲା। ଏପରି କି ବିରକ୍ତ ହୋଇ ର଼୍ୟାକେଟ ଭାଙ୍ଗି ଦେଇଥିଲେ ବିଶ୍ୱର ୪ ନମ୍ବର ଖେଳାଳି।

ଜୋକୋଭିଚ୍‌ ଅର୍ଜନ କରିଛନ୍ତି କ୍ୟାରିୟରର ୧୮ତମ ଗ୍ରାଣ୍ଡସ୍ଲାମ ଟାଇଟଲ। ସର୍ବକାଳୀନ ଗ୍ରାଣ୍ଡସ୍ଲାମ ଟ୍ରଫି ଅଧିକାରୀ ଖେଳାଳିଙ୍କ ତାଲିକାରେ ସେ ଏବେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସୁଇଜରଲାଣ୍ଡର ରୋଜର ଫେଡରର ଓ ସ୍ପେନର ରାଫାଲ ନାଡାଲଙ୍କ ପାଖରେ ରହିଛି ସର୍ବାଧିକ ୨୦ଟି ଗ୍ରାଣ୍ଡସ୍ଲାମ ଟ୍ରଫି। ଆଉ ଏହା ବିଶ୍ୱର ନମ୍ବର ଓ୍ବାନ ଖେଳାଳିଙ୍କ ପାଇଁ ୯ମ ଅଷ୍ଟ୍ରେଲିଆନ ଓପନ ଟାଇଟଲ। ଏହି ଧାରାରେ କିମ୍ବଦନ୍ତୀ ସୁଇଜରଲାଣ୍ଡର ରୋଜର ଫେଡରରଙ୍କୁ ପଛରେ ପକାଇ ଦେଇଛନ୍ତି ଜୋକୋଭିଚ୍‌। ଫେଡରରଙ୍କ ନାମରେ ୮ଟି ଅଷ୍ଟ୍ରେଲିଆ ଓପନ ଟ୍ରଫି ରହିଛି। ତେବେ ଗୋଟିଏ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ସର୍ବାଧିକ ଟ୍ରଫି ଜିତିବାର ରେକର୍ଡ ସ୍ପେନର ରାଫାଲ ନାଡାଲଙ୍କ ନାମରେ ରହିଛି। ସେ ଫ୍ରେଞ୍ଚ ଓପନରେ ୧୩ ଥର ଚାମ୍ପିୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri