Posted inଖେଳ

ଜୋକୋଭିଚ୍‌ ଜିତିଲେ ପୁରୁଷ ସିଙ୍ଗଲ୍ସ ଟାଇଟଲ

ରୋମ, ୨୩ା୯ (ଏପି)-ସର୍ବୀୟାର ନୋଭାକ୍‌ ଜୋକୋଭିଚ୍‌ ଇଟାଲିଆନ ଓପନ୍‌ ପୁରୁଷ ସିଙ୍ଗଲ୍ସ ଟାଇଟଲ ଜିତିଛନ୍ତି। ଫାଇନାଲରେ ସେ ଆର୍ଜେଣ୍ଟିନାର ଡିଏଗୋ ସ୍କ୍ବାର୍ଜମ୍ୟାନଙ୍କୁ ୭-୫, ୬-୩ ସେଟ୍‌ରେ ହରାଇ ଦେଇଛନ୍ତି। ଏଥରକୁ ମିଶାଇ ସେ ୫ମ ଥର ପାଇଁ ଇଟାଲିଆନ ଓପନ ଜିତିଛନ୍ତି। ରାଫାଲ ନାଡାଲ ଏଠାରେ ସର୍ବାଧିକ ୯ଥର ଚାମ୍ପିୟନ ହୋଇ ରେକର୍ଡ କରିଛନ୍ତି। ପୁନଶ୍ଚ ଏହା ହେଉଛି ତାଙ୍କର ୩୬ତମ ମାଷ୍ଟର୍ସ ଟାଇଟଲ। ରୋଲାଣ୍ଡ ଗ୍ୟାରସଠାରେ ଆଉ କିଛି ଦିନ ପରେ ଆରମ୍ଭ ହେବ ଫ୍ରେଞ୍ଚ୍‌ ଓପନ। ଇଟାଲିଆନ ଓପନ ଜିତିବା ଦ୍ୱାରା ଏହି ଟୁର୍ନାମେଣ୍ଟ ପାଇଁ ଜୋକୋଭିଚ୍‌ଙ୍କ ଆତ୍ମବିଶ୍ୱାସ ବୃଦ୍ଧିପାଇଛି। ସେ କହିଛନ୍ତି, ଏଠାରେ ଚାମ୍ପିୟନ ହୋଇଥିଲେ ମଧ୍ୟ ସେ ତାଙ୍କ ଶ୍ରେଷ୍ଠ ଖେଳ ପ୍ରଦର୍ଶନ କରି ନାହାନ୍ତି। ଫ୍ରେଞ୍ଚ ଓପନରେ ସେ ଭଲ ପ୍ରଦର୍ଶନ କରିବେ ବୋଲି ଆଶା ପ୍ରକାଶ କରିଛନ୍ତି। ୨୮ବର୍ଷୀୟ ସ୍କ୍ବାର୍ଜମ୍ୟାନ କ୍ୱାର୍ଟର ଫାଇନାଲରେ ନାଡାଲଙ୍କୁ ପରାସ୍ତ କରିଥିଲେ। ଟାଇଟଲ ମୁକାବିଲାରେ କିନ୍ତୁ ଜୋକୋଭିଚ୍‌ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲେ। ବିଶ୍ୱର ନମ୍ବର ଓ୍ବାନ ହେବାପାଇଁ ସେ ହକ୍‌ଦାର ବୋଲି ପ୍ରମାଣ କରି ଦେଖାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri