Posted inଜାତୀୟ

କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବକୁମାର, ଆଣ୍ଠୁମାଡ଼ି ପ୍ରଣାମ କରି କହିଲେ….

ବେଙ୍ଗାଲୁରୁ,୩ା୬: ସିଦ୍ଧରାମେୟାଙ୍କ ଇସ୍ତଫା ପରେ, ବୁଧବାର ଦିନ ଲୋକଭବନରେ କର୍ନାଟକର ମୁଖ୍ୟମନ୍ତ୍ରୀ ଭାବରେ ଡିକେ ଶିବକୁମାର ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟ୍ ଶିବକୁମାରଙ୍କୁ ଶପଥ ପାଠ କରାଇଛନ୍ତି ।  ଏହା ପୂର୍ବରୁ ଶିବକୁମାର ମଞ୍ଚ ଉପରେ ଜଣେ ପରେ ଜଣେ ନେତାଙ୍କୁ ଭେଟିଥିଲେ । ଶପଥ ଗ୍ରହଣ ଉତ୍ସବରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମେୟା ଏବଂ ଅନେକ ପ୍ରମୁଖ ନେତା ଉପସ୍ଥିତ ଥିଲେ।

ସେହିପରି ବରିଷ୍ଠ କଂଗ୍ରେସ ନେତା ଜି. ପରମେଶ୍ୱର ରାଜ୍ୟର ନୂତନ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । ଡି.କେ. ଶିବକୁମାରଙ୍କ ସହିତ, ଅନ୍ୟ ୧୩ ଜଣ ମନ୍ତ୍ରୀ ମଧ୍ୟ ଆଜି ଶପଥ ଗ୍ରହଣ କରିବେ । କର୍ନାଟକର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପୂର୍ବରୁ ଶିବକୁମାର ଆଣ୍ଠୁମାଡ଼ି ପ୍ରଣାମ କରିଛନ୍ତି ।  ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପୂର୍ବରୁ, ଶିବକୁମାର ତାଙ୍କ ମା’ଙ୍କଠାରୁ ଆଶୀର୍ବାଦ ଲୋଡ଼ିଥିଲେ । ସେ ବେଙ୍ଗାଲୁରୁର ସଦାଶିବନଗର ତାଙ୍କ ବାସଭବନରେ ଗୌରମ୍ମାଙ୍କ ପାଦ ଛୁଇଁ ଆଶୀର୍ବାଦ ଗ୍ରହଣ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

୧୮ ପ୍ରକାର ଯୁଦ୍ଧ ବିମାନ ଉଡ଼ାଇଥିବା ଏୟାର ମାର୍ଶଲଙ୍କ କାନ୍ଧରେ ଏବେ ରାମ ମନ୍ଦିର ପରିଚାଳନା ଭାର: ଜାଣନ୍ତୁ କିଏ ଏହି…

ଅଯୋଧ୍ୟା,୨।୯: ଶ୍ରୀରାମ ଜନ୍ମଭୂମି ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ କ୍ରମାଗତ ବୃଦ୍ଧି ପାଉଥିବା ଭିଡ଼ର ସୁପରିଚାଳନା ଏବଂ ଉଚ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥାକୁ ସୁଚାରୁରୂପେ ପରିଚାଳିତ କରିବା ପାଇଁ ଶ୍ରୀରାମ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ…

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri