Posted inରାଜ୍ୟ

ନିୟମ ଭାଙ୍ଗିଲେ ଡିଏଲ୍‌ ରଦ୍ଦ

ଭୁବନେଶ୍ୱର, ୨୬।୮: ରାଜ୍ୟରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ଏବେ ଆଉ ନିସ୍ତାର ନାହିଁ। ପ୍ରଥମଥର ପାଇଁ ନିୟମ ଉଲ୍ଲଂଘନ କରିଥିଲେ ମଧ୍ୟ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ସର୍ବନିମ୍ନ ୩ମାସ ପାଇଁ ରଦ୍ଦ କରାଯିବ। ଏଭଳି କଡ଼ା ପଦକ୍ଷେପ ଗ୍ରହଣ କରିଛି ରାଜ୍ୟ ପରିବହନ ବିଭାଗ।
ସଡ଼କ ସୁରକ୍ଷା ନେଇ ଗଠିତ ସୁପ୍ରିମକୋର୍ଟ କମିଟି ଦେଇଥିବା ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ ପରିବହନ କମିଶନର ତଥା ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଅଧ୍ୟକ୍ଷ ଅରୁଣ ବୋଥ୍ରା ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ(ଆର୍‌ଟିଓ)ଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି। ୨୦୧୫ ଅଗଷ୍ଟ ୧୮ ତାରିଖରେ କମିଟି ଦେଇଥିବା ମତ ଅନୁସାରେ ଦ୍ରୁତ ଗାଡ଼ିଚାଳନା, ଧାର୍ଯ୍ୟଠାରୁ ଅଧିକ ମାଲ୍‌ ପରିବହନ କରିବା, ମାଲ୍‌ବାହୀ ଗାଡ଼ିରେ ଯାତ୍ରୀ ପରିବହନ, ମଦ୍ୟପାନ କରି ଗାଡ଼ି ଚଳାଇବା, ଗାଡ଼ି ଚଳାଇବାବେଳେ ମୋବାଇଲ ଫୋନ୍‌ ବ୍ୟବହାର କରିବା ଆଦି ଅଭିଯୋଗରେ ମୋଟର ଭେଇକିଲ ଆକ୍ଟ ୧୯୮୮ର ଦଫା ୧୯ ଏବଂ ସେଣ୍ଟ୍ରାଲ ମୋଟର ଭେଇକିଲ ରୁଲ୍‌ର ୨୧ ଅନୁସାରେ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବାକୁ ପରିବହନ କମିଶନର ବୋଥ୍ରା ନିର୍ଦ୍ଦେଶ ଦେଇଛନ୍ତି। କ୍ରାଇମ୍‌ବ୍ରାଞ୍ଚ ରିପୋର୍ଟ ଅନୁସାରେ, ୨୦୨୧ ଜାନୁୟାରୀରୁ ଜୁନ୍‌ ମଧ୍ୟରେ ଦ୍ରୁତ ଗାଡ଼ି ଚାଳନା କରିଥିବା ଅଭିଯୋଗରେ ୪୦,୧୩୯ ଚାଲାଣ କଟାଯାଇଥିବାବେଳେ ମାତ୍ର ୪,୦୨୭(୧୦%) ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି। ୨୦୨୦ ବର୍ଷରେ ଦ୍ରୁତ ଗାଡ଼ିଚାଳନା ଯୋଗୁ ୭୨% ଦୁର୍ଘଟଣା ଘଟିଥିଲା ଏବଂ ଏହା ମୋଟ ମୃତ୍ୟୁର ୭୩% ଅଟେ। ଏଥିରୁ ସଡ଼କ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ଅନୁଭବ ହେଉଛି। କଠୋର ପଦକ୍ଷେପ ନେଲେ ହିଁ ସଡ଼କ ଦୁର୍ଘଟଣାର ମାତ୍ରାକୁ କମାଇବା ସହ ମୃତ୍ୟୁକୁ ମଧ୍ୟ ରୋକାଯାଇପାରିବ। ତେଣୁ ମୋଟର ଯାନ ଆଇନକୁ କଡ଼ାକଡ଼ି ପାଳନ କରିବାକୁ ସମସ୍ତ ଆର୍‌ଟିଓଙ୍କୁ ନିର୍ଦ୍ଦେଶ ଦିଆଯିବା ସହ ଉଲ୍ଲଂଘନକାରୀ ଚାଳକଙ୍କ ଶତପ୍ରତିଶତ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବୋଥ୍ରା କହିଛନ୍ତି।
ଟ୍ରାଫିକ୍‌ ଉଲ୍ଲଂଘନକାରୀଙ୍କ ବିରୋଧରେ କ’ଣ ସବୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ତା’ର ପ୍ରତି ୩ମାସରେ ଏକ ସମୀକ୍ଷା ରିପୋର୍ଟ ଆଞ୍ଚଳିକ ପରିବହନ ଅଧିକାରୀଙ୍କ ସ୍ତରରେ କରିବାକୁ ସୁପ୍ରିମକୋର୍ଟ କମିଟି ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁସାରେ ୨୦୨୧ ଜାନୁୟାରୀରୁ ମାର୍ଚ୍ଚ ମଧ୍ୟରେ ୨୭,୨୬୪ ଏବଂ ଏପ୍ରିଲରୁ ଜୁନ୍‌ ମଧ୍ୟରେ ୧୦,୭୨୪ ବେପରୁଆ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଥିବା ସାରଥି ଡାଟାବେସରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri