Posted inରାଜ୍ୟ

ନିୟମ ଭାଙ୍ଗିଲେ ଡିଏଲ୍‌ ରଦ୍ଦ

ଭୁବନେଶ୍ୱର, ୨୬।୮: ରାଜ୍ୟରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ଏବେ ଆଉ ନିସ୍ତାର ନାହିଁ। ପ୍ରଥମଥର ପାଇଁ ନିୟମ ଉଲ୍ଲଂଘନ କରିଥିଲେ ମଧ୍ୟ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ସର୍ବନିମ୍ନ ୩ମାସ ପାଇଁ ରଦ୍ଦ କରାଯିବ। ଏଭଳି କଡ଼ା ପଦକ୍ଷେପ ଗ୍ରହଣ କରିଛି ରାଜ୍ୟ ପରିବହନ ବିଭାଗ।
ସଡ଼କ ସୁରକ୍ଷା ନେଇ ଗଠିତ ସୁପ୍ରିମକୋର୍ଟ କମିଟି ଦେଇଥିବା ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ ପରିବହନ କମିଶନର ତଥା ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଅଧ୍ୟକ୍ଷ ଅରୁଣ ବୋଥ୍ରା ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ(ଆର୍‌ଟିଓ)ଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି। ୨୦୧୫ ଅଗଷ୍ଟ ୧୮ ତାରିଖରେ କମିଟି ଦେଇଥିବା ମତ ଅନୁସାରେ ଦ୍ରୁତ ଗାଡ଼ିଚାଳନା, ଧାର୍ଯ୍ୟଠାରୁ ଅଧିକ ମାଲ୍‌ ପରିବହନ କରିବା, ମାଲ୍‌ବାହୀ ଗାଡ଼ିରେ ଯାତ୍ରୀ ପରିବହନ, ମଦ୍ୟପାନ କରି ଗାଡ଼ି ଚଳାଇବା, ଗାଡ଼ି ଚଳାଇବାବେଳେ ମୋବାଇଲ ଫୋନ୍‌ ବ୍ୟବହାର କରିବା ଆଦି ଅଭିଯୋଗରେ ମୋଟର ଭେଇକିଲ ଆକ୍ଟ ୧୯୮୮ର ଦଫା ୧୯ ଏବଂ ସେଣ୍ଟ୍ରାଲ ମୋଟର ଭେଇକିଲ ରୁଲ୍‌ର ୨୧ ଅନୁସାରେ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବାକୁ ପରିବହନ କମିଶନର ବୋଥ୍ରା ନିର୍ଦ୍ଦେଶ ଦେଇଛନ୍ତି। କ୍ରାଇମ୍‌ବ୍ରାଞ୍ଚ ରିପୋର୍ଟ ଅନୁସାରେ, ୨୦୨୧ ଜାନୁୟାରୀରୁ ଜୁନ୍‌ ମଧ୍ୟରେ ଦ୍ରୁତ ଗାଡ଼ି ଚାଳନା କରିଥିବା ଅଭିଯୋଗରେ ୪୦,୧୩୯ ଚାଲାଣ କଟାଯାଇଥିବାବେଳେ ମାତ୍ର ୪,୦୨୭(୧୦%) ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି। ୨୦୨୦ ବର୍ଷରେ ଦ୍ରୁତ ଗାଡ଼ିଚାଳନା ଯୋଗୁ ୭୨% ଦୁର୍ଘଟଣା ଘଟିଥିଲା ଏବଂ ଏହା ମୋଟ ମୃତ୍ୟୁର ୭୩% ଅଟେ। ଏଥିରୁ ସଡ଼କ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ଅନୁଭବ ହେଉଛି। କଠୋର ପଦକ୍ଷେପ ନେଲେ ହିଁ ସଡ଼କ ଦୁର୍ଘଟଣାର ମାତ୍ରାକୁ କମାଇବା ସହ ମୃତ୍ୟୁକୁ ମଧ୍ୟ ରୋକାଯାଇପାରିବ। ତେଣୁ ମୋଟର ଯାନ ଆଇନକୁ କଡ଼ାକଡ଼ି ପାଳନ କରିବାକୁ ସମସ୍ତ ଆର୍‌ଟିଓଙ୍କୁ ନିର୍ଦ୍ଦେଶ ଦିଆଯିବା ସହ ଉଲ୍ଲଂଘନକାରୀ ଚାଳକଙ୍କ ଶତପ୍ରତିଶତ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବୋଥ୍ରା କହିଛନ୍ତି।
ଟ୍ରାଫିକ୍‌ ଉଲ୍ଲଂଘନକାରୀଙ୍କ ବିରୋଧରେ କ’ଣ ସବୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ତା’ର ପ୍ରତି ୩ମାସରେ ଏକ ସମୀକ୍ଷା ରିପୋର୍ଟ ଆଞ୍ଚଳିକ ପରିବହନ ଅଧିକାରୀଙ୍କ ସ୍ତରରେ କରିବାକୁ ସୁପ୍ରିମକୋର୍ଟ କମିଟି ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁସାରେ ୨୦୨୧ ଜାନୁୟାରୀରୁ ମାର୍ଚ୍ଚ ମଧ୍ୟରେ ୨୭,୨୬୪ ଏବଂ ଏପ୍ରିଲରୁ ଜୁନ୍‌ ମଧ୍ୟରେ ୧୦,୭୨୪ ବେପରୁଆ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଥିବା ସାରଥି ଡାଟାବେସରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?