ତଥ୍ୟ ଦେବାକୁ ଡିଏଲ୍‌ଏସ୍‌ଏକୁ ନିର୍ଦ୍ଦେଶ

କଟକ ଅଫିସ,୧୮।୧୧: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମ୍ପର୍କିତ ମାମଲାର ବୁଧବାର ଶୁଣାଣିକରି ହାଇକୋର୍ଟ ଜିଲାସ୍ତରରେ ୪ ଜଣିଆ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି କମିଟି ଜିଲାର ସମସ୍ତ ଡାକ୍ତରଖାନା ପରିଦର୍ଶନ କରିବ। ସେଠାକାର ସ୍ଥିତି ଅନୁଧ୍ୟାନ ସମ୍ପର୍କିତ ରିପୋର୍ଟ ପ୍ରଦାନ କରିବାକୁ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ଏ.କେ. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରତ୍ୟେକ ଜିଲା ଆଇନ ସେବା ପ୍ରାଧିକରଣ(ଡିଏଲ୍‌ଏସ୍‌ଏ)କୁ ନିର୍ଦ୍ଦେଶ ଦେଇଛନ୍ତି। ଡିଏଲ୍‌ଏସ୍‌ଏ ଅଧୀନରେ ଗଠନ ହେବାକୁ ଥିବା ଏହି କମିଟିରେ ୨ଜଣ ଆଇନଜୀବୀ ଓ ୨ଜଣ ପାରା ଲିଗାଲ ଭଲ୍ୟୁଣ୍ଟିୟର ରହିବେ। ଉକ୍ତ କମିଟିର ସଦସ୍ୟ ଜିଲାର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ଓ ଜିଲା ମୁଖ୍ୟ ଚିକିତ୍ସାଳୟ ଗସ୍ତକରି ଡାକ୍ତର ଏବଂ ଷ୍ଟାଫମାନଙ୍କ କାର୍ଯ୍ୟ ଅନୁଧ୍ୟାନ କରିବେ। ଏହି ସମୟରେ ସେମାନଙ୍କ ଉପସ୍ଥାନ ଖାତାକୁ ମଧ୍ୟ ଅନୁଧ୍ୟାନ କରାଯିବ। ସେହିପରି କମିଟି ସଦସ୍ୟମାନେ ଚିକିତ୍ସାଳୟର ସ୍ବଚ୍ଛତା, ପରିମଳ, ଶୌଚାଳୟ, ବିଦ୍ୟୁତ୍‌ ଓ ଭିତ୍ତିଭୂମି ବ୍ୟବସ୍ଥା, ଔଷଧ, ଉପକରଣ ଅଛି କି ନାହିଁ, ଆମ୍ବୁଲାନ୍ସର ଉପଲବ୍ଧତାକୁ ଅନୁଧ୍ୟାନ କରିବେ। ଏହି ସମସ୍ତ ତଥ୍ୟକୁ ଫଟୋ ଓ ଭିଡିଓ ମାଧ୍ୟମରେ ସଂଗ୍ରହ କରାଯିବ। ପରେ ପ୍ରତି ଜିଲାର ଉକ୍ତ ୪ଜଣିଆ କମିଟି ଉପରୋକ୍ତ ତଥ୍ୟ ଓ ଡାକ୍ତରଖାନାର ଖାଲି ପଦବୀ ସମ୍ପର୍କରେ ଡିଏଲ୍‌ଏସ୍‌ଏକୁ ରିପୋର୍ଟ ପ୍ରଦାନ କରିବ। ଉକ୍ତ ରିପୋର୍ଟ ଡିଏଲ୍‌ଏସ୍‌ଏ ହାଇକୋର୍ଟରେ ଦାଖଲ କରିବ। ଡିସେମ୍ବର ୧୫ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ଆବେଦନକାରୀ ଚିତ୍ତରଞ୍ଜନ ମହାନ୍ତି ପିଟିଶନରେ ଦର୍ଶାଇଥିଲେ, ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲରେ ବହୁ ସଂଖ୍ୟକ ପଦବୀ ଖାଲିପଡିଛି। ସରକାରୀ ହସ୍ପିଟାଲରେ ଚାକିରି କରି ଡାକ୍ତରମାନେ ଠିକ୍‌ ସମୟରେ ରୋଗୀ ସେବା କରୁନାହାନ୍ତି। ଏହା ବଦଳରେ ସେମାନେ ଘରୋଇ ହସ୍ପିଟାଲରେ ଚିକିତ୍ସା କରୁଛନ୍ତି। ଏଥିଯୋଗୁ ସ୍ବାସ୍ଥ୍ୟସେବା ବାଧାପ୍ରାପ୍ତ ହେଉଥିବା ପିଟିଶନରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri