ସମ୍ଭାବ୍ୟ ବାତ୍ୟାରେ ଜରୁରୀ ବିଷୟ ପ୍ରତି ଧ୍ୟାନ ଦେବାକୁ ଲୋକଙ୍କୁ ଅନୁରୋଧ କଲେ ଜିଲାପାଳ

ବାଲେଶ୍ୱର ଅଫିସ,୨୪।୫: ଆସନ୍ତା ମେ ୨୬ତାରିଖରେ ବାତ୍ୟା ଆଶଙ୍କା ଥିବାରୁ ଜନସାଧାରଣ ସେମାନେ ନିଜକୁ ସୁରକ୍ଷିତ ରଖିବା ପାଇଁ ସମସ୍ତ ପ୍ରାକ ସାବଧାନତା ଅବଲମ୍ବନ କରିବେ ଏବଂ ନିହାତି ଭାବରେ ତିନି ଦିନ ପାଇଁ ପିଇବା ପାଣି ମହଜୁଦ ରଖିବାକୁ ନିବେଦନ କରିଛନ୍ତି ବାଲେଶ୍ୱର ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ। ସେ ସମ୍ଭାବ୍ୟ ବାତ୍ୟାରେ ଜରୁରୀ ବିଷୟ ପ୍ରତି ଧ୍ୟାନ ଦେବାକୁ ଅନୁରୋଧ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।
ବାତ୍ୟା ସମୟରେ କୌଣସି ବ୍ୟକ୍ତି କଚ୍ଚା ଘର, ଆଜବେଷ୍ଟସ ଛାତ ଘର କିମ୍ବା ଅନ୍ୟାନ୍ୟ ଦୁର୍ବଳ ପରିତ୍ୟକ୍ତ ଘରେ ଆଶ୍ରୟ ନିଅନ୍ତୁ ନାହିଁ ନିକଟସ୍ଥ ଯେ କୌଣସି ମଜବୁତ କଂକ୍ରିଟ ଛାତ ଘରେ ଆଶ୍ରୟ ନେବା ସହ ବାତ୍ୟା ଆଶ୍ରୟ ସ୍ଥଳୀରେ ମଧ୍ୟ ଆପଣ ଆଶ୍ରୟ ନେବାପାଇଁ ବେଶ ନିରାପଦ!
ଜୀବନ ମୂଲ୍ୟବାନ ବୋଲି ଜିଲାପାଳ କହିଛନ୍ତି। ବାତ୍ୟା ସମୟରେ ଯେଭଳି କୌଣସି ଜୀବନହାନୀ ନ ହୁଏ ତାହାକୁ ପ୍ରାଥମିକତା ଦିଆଯାଇ ଜିଲା ପ୍ରଶାସନ ପକ୍ଷରୁ ବିପଦ ଆଶଙ୍କା ଥିବା ଉପକୂଳବର୍ତୀ ଅଂଚଳର ଲୋକଙ୍କୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରାଯିବା ପାଇଁ ପଦକ୍ଷେପ ନିଆଯାଉଛି। ଏଥିରେ ଜନସାଧାରଣ ସମସ୍ତ ପ୍ରକାର ସହଯୋଗ କରିବାକୁ ସେ ଅନୁରୋଧ କରିଛନ୍ତି। ବାତ୍ୟାର ତୀବ୍ରତା ଓ ପବନର ବେଗ ଅଧିକ ଥିବାର ଆଶଙ୍କା ଥିବାରୁ ସମସ୍ତ ଦୋକାନୀ ଏବଂ ବ୍ୟବସାୟୀ ସେମାନେ ସେମାନଙ୍କ ଦୋକାନ କିମ୍ବା ବ୍ୟବସାୟିକ ପ୍ରତିଷ୍ଠାନରେ ଲାଗିଥିବା ସାଇନେଜ, ହୋର୍ଡିଂ ଇତ୍ୟାଦିକୁ କାଢି ଦୋକାନ କିମ୍ବା ଘର ଭିତରେ ରଖିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri