ବାଟ ହୁଡ଼ିଛି ଡିଏମ୍‌ଏଫ୍‌

ଯାଜପୁର,୩୦ା୯(ହର୍ଷବର୍ଦ୍ଧନ ବେହେରା): ଜୁଲାଇ ୨୦୨୩ ସୁଦ୍ଧା ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ସମୁଦାୟ ୨୩୧୫୧.୧୫ କୋଟି ଟଙ୍କା ସଂଗ୍ରହ ହୋଇଛି। ଏଥିରେ ରାଜ୍ୟର ୮ ପ୍ରମୁଖ ଜିଲା ଅନୁଗୋଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ରାୟଗଡ଼ା ଓ ସୁନ୍ଦରଗଡ଼କୁ ସାମିଲ କରାଯାଇଛି। ସେଥିମଧ୍ୟରୁ ଯାଜପୁର ଜିଲାରେ ୧୮୯୭.୮୭ କୋଟି ଟଙ୍କା ସଂଗ୍ରହ ହୋଇଛି। ଏଥିରେ ୪,୧୦୧ଟି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ହାତକୁ ନିଆଯାଇଥିବାବେଳେ ସେଥିରୁ ୨,୯୮୧ଟି ଶେଷ ହୋଇଛି। ଏହିସବୁ ପ୍ରକଳ୍ପରେ ୧୦୩୫.୫୬ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଆବଣ୍ଟିତ ଅର୍ଥରୁ ଏହି ଖର୍ଚ୍ଚ ହେଉଛି ୪୦.୮୯% ବୋଲି ଡିଏମ୍‌ଏଫ୍‌ ସମୀକ୍ଷା ରିପୋର୍ଟରୁ ସ୍ପଷ୍ଟ ହୋଇଛି। କେବଳ ଖଣି ଖାଦାନ ଭରା ଅଞ୍ଚଳର ବିକାଶ ପାଇଁ ଡିଏମ୍‌ଏଫ୍‌ ଖର୍ଚ୍ଚ କରାଯିବ ବୋଲି ଆକ୍ଟରେ ଦର୍ଶାଯାଇଛି। କିନ୍ତୁ କେତେଜଣ ପ୍ରଭାବଶାଳୀ ଗୋଷ୍ଠୀଙ୍କ ସ୍ବାର୍ଥ ସାଧନ ପାଇଁ ଜିଲାସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇ ଯାଜପୁର ଜିଲା ସାରା ଏହି ପାଣ୍ଠି ଖର୍ଚ୍ଚ କରାଯାଉଛି। ଫଳରେ ବାସ୍ତବରେ ଉପକୃତ ହେବାକୁ ଥିବା ସୁକିନ୍ଦା ଖଣି ଅଞ୍ଚଳବାସୀଙ୍କ ବିକାଶ ପ୍ରକ୍ରିୟା ବିଳମ୍ବ ହେଉଥିବା ମତପ୍ରକାଶ ପାଇଛି। ତେଣୁ ଏବେବି ତୁମୁଣି, ଗୁହିଆଶାଳ ଭଳି ଅନେକ ଅପହଞ୍ଚ ଗ୍ରାମ ଦେଖିବାକୁ ମିଳୁଛି। ଏହାସହ ଶିକ୍ଷା କ୍ଷେତ୍ରକୁ ସେତେଟା ଗୁରୁତ୍ୱ ଦିଆ ନ ଯାଇ ଠିକାଦାର ପୋଷା ନୀତିରେ ନିର୍ମାଣ କାର୍ଯ୍ୟକୁ ଅଧିକ ଗୁରୁତ୍ୱ ଦିଆଯାଉଥିବା କୁହାଯାଉଛି।
ଡିଏମ୍‌ଏଫ୍‌ରେ ଶିକ୍ଷା ଓ ସ୍ବାସ୍ଥ୍ୟକୁ ଅଧିକ ଗୁରୁତ୍ୱ ଦେବାକୁ ଦାବି ହେଉଥିଲେ ହେଁ ଠିକାଦାରମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ନିର୍ମାଣ କାର୍ଯ୍ୟକୁ ଅଧିକ ପ୍ରାଧାନ୍ୟ ମିଳୁଛି। ଏହିକ୍ରମରେ ୮ ଜିଲା କଥାକୁ ଯଦି ବିଚାରକୁ ନିଆଯାଏ ତେବେ ପୂର୍ତ୍ତ ବିଭାଗକୁ ସର୍ବାଧିକ ୫୭୩୦.୬୯ କୋଟି, ଦ୍ୱିତୀୟରେ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ବିଭାଗକୁ ୫୨୦୨.୪୧ କୋଟି ଏବଂ ତୃତୀୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ୨,୭୭୦.୫୧ କୋଟି ଟଙ୍କା ବଣ୍ଟନ ହୋଇଛି। ସ୍ବାସ୍ଥ୍ୟକ୍ଷେତ୍ରକୁ ୬ଷ୍ଠ ସ୍ଥାନରେ ରଖାଯାଇ ୧,୨୨୦.୮୨ କୋଟି ଟଙ୍କା ବଣ୍ଟନ କରାଯାଇଛି। ଏହାବାଦ୍‌ ରିପୋର୍ଟ ଅନୁସାରେ ପୂର୍ତ୍ତ, ପାନୀୟ ଜଳଯୋଗାଣ, ଶିକ୍ଷା, ଗ୍ରାମ୍ୟ ନିର୍ମାଣ, ସ୍ବାସ୍ଥ୍ୟ, ଜଳ ସମ୍ପଦ, ଗୃହ ଓ ନଗର ଉନ୍ନୟନ, ମହିଳା ଓ ଶିଶୁ ବିକାଶ, ଏସ୍‌ଟି,ଏସ୍‌ସି ଇତ୍ୟାଦି ବିଭାଗରେ ଆବଣ୍ଟିତ ଅର୍ଥର ଶତପ୍ରତିଶତ ଖର୍ଚ୍ଚ କରାଯାଇପାରିନାହିଁ। ଶତାଧିକ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡ଼ି ରହିଥିବା ଜଣାପଡିଛି। ଯାଜପୁର ଜିଲାର ଖଣି ଅଞ୍ଚଳକୁ ଏଠାରେ ଉଦାହରଣ ଭାବେ ନିଆଯାଇପାରେ। ମେଗା ଉଠା ଜଳସେଚନ ପ୍ରକଳ୍ପ ପାଇଁ ଡିଏମ୍‌ଏଫ୍‌ ପାଣ୍ଠିରୁ ପ୍ରାୟ ୯୪ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା। ହେଲେ କାଳିଆପାଣି ଖଣି ଅଞ୍ଚଳବାସୀ ଏହି ପ୍ରକଳ୍ପରୁ ବୁନ୍ଦାଏ ପାଣି ସେମାନଙ୍କ ଜମି ପାଇଁ ପାଇ ନ ଥିବା ଅଭିଯୋଗ ହେଉଛି। ସେହିପରି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପାଇଁ ୭ କୋଟି ୩ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲା। ହେଲେ ଖଣି ପ୍ରଭାବିତ ଅଞ୍ଚଳବାସୀଙ୍କ କୌଣସି ଜମିରେ ୨ ଫସଲି ଚାଷ ଏଯାଏ ହୋଇ ପାରିନାହିଁ। ଶିକ୍ଷା କ୍ଷେତ୍ରକୁ ଅବଲୋକନ କଲେ ଏଯାଏ କାଳିଆପାଣି ଖଣି ଅଞ୍ଚଳରେ ଏକ ଯୁକ୍ତଦୁଇ କଲେଜ ପ୍ରତିଷ୍ଠା ହୋଇ ପାରିନାହିଁ। କୁହିକାରେ ଯୁକ୍ତଦୁଇ କଲେଜ ନିର୍ମାଣାଧୀନ ରହିଛି। ସେହିପରି କାଳିଆପାଣି ଅଞ୍ଚଳରେ ନିକଟରେ ଏକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପ୍ରତିଷ୍ଠା ହୋଇଥିଲେ ହେଁ ଆବଶ୍ୟକ ଡାକ୍ତର ନାହାନ୍ତି। ଖଣି ଅଞ୍ଚଳରେ ଶିକ୍ଷା ଏବଂ ସ୍ବାସ୍ଥ୍ୟକୁ ଅଣଦେଖା କରାଯାଉଥିବାର କାରଣ ଲୋକେ ଏବେ ଖୋଜିବାକୁ ଲାଗିଲେଣି। ଏହି ଖଣି ଅଞ୍ଚଳରେ ଗତ ୩ ଦଶନ୍ଧି ହେଲା ଗୋଟିଏ ପରିବାରର ଶାସନ କରି ଆସୁଛନ୍ତି। ଏକାଧିକ ଥର ମନ୍ତ୍ରୀପଦରେ ଅଳଙ୍କୃତ ହୋଇ ପାରିଛନ୍ତି। କିନ୍ତୁ ନଗଡ଼ା, ଗୁହିଆଶାଳ, ତୁମୁଣି ଗ୍ରାମ ଭଳି ଅବହେଳିତ ଅଞ୍ଚଳର ଚିତ୍ର ଏବେ ବି ଦେଖିବାକୁ ମିଳିଛି। ଏଠାରେ ଏକାଧିକ ଖଣି ରହିଥିଲେ ହେଁ ଗରିବ ଲୋକ ଦାଦନ ଖଟିବାକୁ ଯାଉଥିବା ଦେଖିବାକୁ ମିଳିଛି। କେତେଜଣ ପ୍ରଭାବଶାଳୀ ନେତାଙ୍କ ଆର୍ଥିକ ସ୍ଥିତି ମଜଭୁତ ହେଉଥିବାବେଳେ ଗରିବ ଲୋକ ଆହୁରି ଗରିବ ହେଉଥିବା ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri