ସୂଚନା ଫଳକରେ ସୀମିତ ଡିଏମ୍‌ଏଫ୍‌ ରାସ୍ତା

କେନ୍ଦୁଝର,୧୮ା୧୦(ସ୍ବ.ପ୍ର.): ଖଣି ପ୍ରଭାବିତ ଲୋକ ତଥା ଅଞ୍ଚଳ ଭିତ୍ତିଭୂମିର ବିକାଶ ପାଇଁ ଜିଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌)ରୁ ବିଭିନ୍ନ ବିଭାଗ ଜରିଆରେ କୋଟି କୋଟି ଟଙ୍କା ବ୍ୟୟ ବରାଦ ହେଉଛି। କିନ୍ତୁ ଉପଯୁକ୍ତ ତଦାରଖ ଅଭାବରୁ ଅନେକ ପ୍ରକଳ୍ପ କାମ ଆରମ୍ଭ କିମ୍ବା ଶେଷ ହୋଇପାରୁନାହିଁ। ଏଭଳି ଦେଖିବାକୁ ମିଳିଛି ସଦର ବ୍ଲକ୍‌ ଅନ୍ତର୍ଗତ ଟିକରପଡ଼ାଠାରୁ କୁଡ଼ିଆ ଘର ପର୍ଯ୍ୟନ୍ତ ହେବାକୁ ଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ। ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ହେବାକୁ ଥିବା ଉକ୍ତ ରାସ୍ତା ସରିବା ତ ଦୂରର କଥା ଅବଧି ସରିଥିଲେ ମଧ୍ୟ କାମ ଆରମ୍ଭ ହୋଇ ନାହିଁ।
ଏହି ବ୍ୟୟବହୁଳ ରାସ୍ତାକାମ ସୂଚନା ଫଳକରେ ସୀମିତ ରହିଛି। ରାସ୍ତା ନିର୍ମାଣ ଆରମ୍ଭ ୩ ଜାନୁୟାରୀ ୨୦୨୨ରେ ହୋଇ ୨ଅକ୍ଟୋବର ୨୦୨୨ରେ ଶେଷ ହେବ ବୋଲି ସୂଚନା ଫଳକରେ ଲେଖାଯାଇଛି। ଖଣି ପ୍ରଭାବିତ ଅଞ୍ଚଳ ଓ ଲୋକଙ୍କ ବିକାଶ ପାଇଁ ୫ କୋଟି ୩୫ ଲକ୍ଷ ୫୬ ହଜାର ୯୭୭ ଟଙ୍କା ବ୍ୟୟ ଅଟକଳରେ ଏହି ରାସ୍ତା ନିର୍ମାଣ କରିବା ଲକ୍ଷ୍ୟ ରଖାଯାଇଛି। ଗ୍ରାମ୍ୟ ଉନ୍ନୟନ ବିଭାଜନ-୧ ଅଧୀନରେ ଏହି କାମ ରହିଛି। କିନ୍ତୁ ଉପଯୁକ୍ତ ତଦାରଖର ଅଭାବ ଏବଂ ଠିକା ସଂସ୍ଥାର ମନମାନି ଯୋଗୁ ରାସ୍ତା କାମ ଆରମ୍ଭ ହୋଇପାରୁନି। ଏହି ରାସ୍ତା ହେଲେ ନାଉପଦା, ସଲରାପେଣ୍ଠ, ମଦରଙ୍ଗାଯୋଡ଼ି, କାଳିମାପୁର, କୁଡ଼ିଆଘର ଆଦି ଗ୍ରାମର ଲୋକମାନେ ଉପକୃତ ହେବେ। ମାତ୍ର କାମ ହୋଇ ନ ଥିବାରୁ ବର୍ଷା ହେଲେ ଲୋକମାନେ ଯାତାୟାତରେ ବହୁ ଅସୁବିଧା ଭୋଗୁଛନ୍ତି। ଦୈନିକ ଛୋଟବଡ଼ ଦୁର୍ଘଟଣା ଘଟୁଥିବା ଟିକରପଡ଼ା ଗ୍ରାମର ବୟୋଜ୍ୟେଷ୍ଠ ବିକ୍ରମ ଚରଣ ବେହେରା କହିଛନ୍ତି। ଅନ୍ୟପକ୍ଷରେ ଏ ନେଇ ପୂର୍ବତନ ବିଧାୟକ ସୁବର୍ଣ ନାୟକ କହିଛନ୍ତି ଯେ, ଏସବୁ କାମର ସମୀକ୍ଷା ବିଧାୟକ ତଥା ଅନ୍ୟ ଲୋକ ପ୍ରତିନିଧିମାନେ କରୁନାହାନ୍ତି। କାମ ପାଇଁ ପ୍ରଶାସନ ନିକଟରେ ଚାପ ପକାଉ ନ ଥିବାରୁ କାମ ହୋଇପାରୁନାହିଁ। ଏହାକୁ ନେଇ ସ୍ଥାନୀୟ ବାସିନ୍ଦା ବାରମ୍ବାର ଅଭିଯୋଗ କରିଆସୁଥିଲେ ହେଁ କେହି କର୍ଣ୍ଣପାତ କରୁନାହାନ୍ତି। ଠିକା ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ତୁରନ୍ତ କାମ କରିବାକୁ ଦାବି କରିଛନ୍ତି। ନଚେତ୍‌ ଆନ୍ଦୋଳନ କରାଯିବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri