ନିଶାମୁକ୍ତିରେ ବିନିଯୋଗ ହେବ ଡିଏମ୍‌ଏଫ୍‌

ଯାଜପୁର ଅଫିସ,୧୫ା୧୨: ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ନିଶାମୁକ୍ତ ଭାରତ ଅଭିଯାନ(ଏନ୍‌ଏମ୍‌ବିଏ) କାର୍ଯ୍ୟକାରୀ ହେଉଛି। ଯୁବା ଓ ଶୈଶବ, ମହିଳା ଶିକ୍ଷାନୁଷ୍ଠାନ ଆଦିି ସ୍ଥାନରେ ନିଶା ଚାହିଦା ହ୍ରାସ କରିବା ଏହି ଅଭିଯାନର ଲକ୍ଷ୍ୟ ରହିଛି। ଏହାସହ ନିଶାସକ୍ତ ବ୍ୟକ୍ତିଙ୍କୁ ନିଶା ନିବାରଣ କେନ୍ଦ୍ରରେ ଚିକିତ୍ସା ପାଇଁ ସଂପୃକ୍ତ ଜିଲାଗୁଡିକୁ ବାର୍ଷିକ ୧୦ ଲକ୍ଷ ଟଙ୍କା ଲେଖାଏ ଅନୁଦାନ ପ୍ରଦାନ କରାଯାଉଛି। ବର୍ତ୍ତମାନ ଏହି ଅଭିଯାନକୁ ଆହୁରି ବ୍ୟାପକ କରିବା ପାଇଁ ଜିଲା ଖଣିଜ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌)ରୁ ଅତିରିକ୍ତ ପାଣ୍ଠି ବିନିଯୋଗ କରିବାକୁ ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏହି ମର୍ମରେ ମନ୍ତ୍ରଣାଳୟର ଅଧସ୍ଥନ ସଚିବ ରାଜୀବ କୁମାର ଡିଏମ୍‌ଏଫ୍‌ ପାଣ୍ଠି ବିନିଯୋଗ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ୨ା୧୨ା୨୦୨୨ରେ ମୁଖ୍ୟ ଶାସନ ସଚିବଙ୍କୁ ପତ୍ର ଲେଖିଥିଲେ। ଉକ୍ତ ପତ୍ର ଆଧାରରେ ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ(ଡିଏସ୍‌ଏସ୍‌ଇପିଡି)ର ସଚିବ ଭାସ୍କର ଶର୍ମା ଅନୁଗୋଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ରାୟଗଡ଼ା ଏବଂ ସୁନ୍ଦରଗଡ଼ ଜିଲାର ଜିଲାପାଳମାନଙ୍କୁ ନିଶାମୁକ୍ତ ଅଭିଯାନରେ ଡିଏମ୍‌ଏଫ୍‌ ପାଣ୍ଠି ବିନିଯୋଗ କରିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ପୂର୍ବରୁ କେତେକ ବେସରକାରୀ ସଂସ୍ଥା ଜରିଆରେ ନିଶା ନିବାରଣ କେନ୍ଦ୍ର ନାମରେ ବ୍ୟାପକ ସରକାରୀ ଅର୍ଥ ହେରଫେର ଅଭିଯୋଗ ହୋଇଥିବାରୁ ପ୍ରସ୍ତାବିତ ଡିଏମ୍‌ଏଫ୍‌ ପାଣ୍ଠିର ସଦୁପଯୋଗ ହେବା ନେଇ ସଂଶୟ ସୃଷ୍ଟି ହୋଇଛି। ଏଠାରେ ଯାଜପୁର ଜିଲାର ଏକ ନିଶା ନିବାରଣ କେନ୍ଦ୍ରକୁ ଉଦାହରଣ ଭାବେ ନିଆଯାଇପାରେ। ପ୍ରତିବର୍ଷ ଏହି ନିଶା ନିବାରଣ କେନ୍ଦ୍ର ପାଇଁ କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ୨୨ଲକ୍ଷ ୨୬ ହଜାର ୪୨୦ ଟଙ୍କା ଅନୁଦାନ ମିଳୁଛି ା କିନ୍ତୁ ଉକ୍ତ ଅନୁଦାନରେ ମାନସାପୋଲଠାରେ ସେଭଳି କୌଣସି କେନ୍ଦ୍ର ନାହିଁ ବୋଲି ତଦନ୍ତରୁ ଜଣାପଡ଼ିଛି। କେତେକ ନିଶା ନିବାରଣ କେନ୍ଦ୍ର କେବଳ କାଗଜ କଲମରେ ଚାଲି ଆବଣ୍ଟିତ ଅନୁଦାନର ସିଂହଭାଗ ବାଟବାରଣ ହୋଇଥିବା ଅଭିଯୋଗ ହୋଇଛି। ଏହି ମର୍ମରେ ଅଞ୍ଚଳବାସୀ ଜିଲାପାଳ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କୁ ଡାକଯୋଗେ ଅଭିଯୋଗ କରିଥିବା ସୂଚନା ମିଳିଛି। ତେବେ ଏଯାଏ କୌଣସି ତଦନ୍ତ ହୋଇ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି।
ଏ ସଂକ୍ରାନ୍ତରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଆର.ଏନ. ବେହେରା କୁହନ୍ତି, ପ୍ରଶାସନିକ ନିଷ୍ପତ୍ତି ଅନୁସାରେ ନିଶା ନିବାରଣ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ତେବେ ଉକ୍ତ କେନ୍ଦ୍ରରେ ଅନିୟମିତତା ଅଭିଯୋଗ ସଂକ୍ରାନ୍ତରେ ଏଯାଏ କୌଣସି ତଦନ୍ତ ନିର୍ଦ୍ଦେଶ ହୋଇନାହିଁ। ଉକ୍ତ କେନ୍ଦ୍ରଟିରେ କୌଣସି ଅନିୟମିତତା ନାହିଁ ବୋଲି ସେ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?