Posted inଜାତୀୟ

ଲୋକ ସଭାରେ କଂଗ୍ରେସଠାରୁ ଅଲଗା ବସିବ ଡିଏମ୍‌କେ, ମିଳିଲା ସଂସଦୀୟ ସଚିବାଳୟର ମଞ୍ଜୁରୀ

ନୂଆଦିଲ୍ଲୀ,୫।୬(ପି.ଟି.):ଦୀର୍ଘ ଦିନର ସହଯୋଗୀ କଂଗ୍ରେସ ସହ ସମ୍ପର୍କ ଛିନ୍ନ ହେବା ପରେ ଲୋକ ସଭାରେ କଂଗ୍ରେସ ଏମ୍‌ପିମାନଙ୍କଠାରୁ ଅଲଗା ଆସନରେ ବସିବା ପାଇଁ ଡିଏମ୍‌କେକୁ ସଂସଦୀୟ ସଚିବାଳୟ ପକ୍ଷରୁ ଅନୁମତି ମିଳିଛି । ତାମିଲନାଡୁରେ ଟିଭିକେ ସରକାରରେ କଂଗ୍ରେସ ସାମିଲ ହେବା ପରେ ଦୁଇ ଦଳ ମଧ୍ୟରେ ଥିବା ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିଥିଲା। ଗତ ମାସରେ ଡିଏମ୍‌କେ ସଂସଦୀୟ ଦଳର ନେତ୍ରୀ କାନିମୋଝି କରୁଣାନିଧି ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କୁ ଏକ ପତ୍ର ଲେଖି ସଦନରେ ଦଳୀୟ ଏମ୍‌ପିମାନଙ୍କ ବସିବା ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଅନୁରୋଧ କରିଥିଲେ।

ରାଜ୍ୟର ବଦଳିଥିବା ରାଜନୈତିକ ପରିସ୍ଥିତିରେ କଂଗ୍ରେସ ସହ ଏକାଠି ବସିବା ଆଉ ସମୀଚୀନ ନୁହେଁ ବୋଲି ସେ ଦର୍ଶାଇଥିଲେ। ସୂତ୍ର ଅନୁସାରେ, ଡିଏମ୍‌କେ ଏମ୍‌ପିମାନଙ୍କ ପାଇଁ ଏକ ସ୍ବତନ୍ତ୍ର ଆସନ ବ୍ୟବସ୍ଥା ନେଇ ସଂସଦୀୟ ସଚିବାଳୟ ବର୍ତ୍ତମାନ କାର୍ଯ୍ୟ କରୁଛି। କେବଳ ସେତିକି ନୁହେଁ, ଆସନ୍ତା ଜୁନ ୮ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ଦଳଗୁଡ଼ିକର ‘ଇଣ୍ଡିଆ’ ମେଣ୍ଟ ବୈଠକରେ ମଧ୍ୟ ଡିଏମ୍‌କେ ସାମିଲ ହେବାର ସମ୍ଭାବନା ନାହିଁ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri