Posted inଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବିଧାୟକଙ୍କ ପୁଅ, ବୋହୂଙ୍କ ସମେତ ଚାଲିଗଲା ୭ ଜୀବନ

ବେଙ୍ଗାଲୁରୁ,୩୧।୮: କର୍ନାଟକର ବେଙ୍ଗାଲୁରୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ତାମିଲନାଡୁର ହୋସୁରର ବିଧାୟକ ଓ୍ବାଇ. ପ୍ରକାଶଙ୍କ ପୁଅ ଏବଂ ବୋହୂଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ହୋଇଛି। ପୋଲିସର ସୂଚନାନୁସାରେ, କୋରାମଙ୍ଗାଲା ନିକଟ ଦ୍ରୁତ ଗତିରେ ଆସୁଥିବା ଅଡି ଏକ ବିଦ୍ୟୁତ ଖୁଣ୍ଟ ଭିତରକୁ ପଶି ଆସିଥିଲା। ଧକ୍କା ଏତେ ଶକ୍ତିଶାଳୀ ଥିଲା ଯେ ଅଡି ଉଡିଯାଇଥିଲା। ଡିଏମ୍‌କେ ବିଧାୟକ ଏହାକୁ ନିଶ୍ଚିତ କରି ପ୍ରକାଶ କହିଛନ୍ତି ଯେ, ଏହି ଦୁର୍ଘଟଣାରେ ତାଙ୍କ ପୁଅ କରୁଣା ସାଗର ଏବଂ ବୋହୂ ବିନ୍ଦୁଙ୍କର ମୃତ୍ୟୁ ହୋଇଛି। ରାତି ପ୍ରାୟ ୨ ଟା ସମୟରେ ଏହି ଘଟଣା ଘଟିଥିଲା। ଚାରିଜଣ ପୁରୁଷ ଏବଂ ତିନିଜଣ ମହିଳାଙ୍କ ସମେତ କୋରାମଙ୍ଗାଲାର ଏକ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇଥିବା ଅଡି କାରରେ ମୋଟ ୭ ଜଣ ଲୋକ ଥିଲେ। ଏହି ଧକ୍କା ଏତେ ଶକ୍ତିଶାଳୀ ଥିଲା ଯେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଉ ଜଣଙ୍କର ଡାକ୍ତରଖାନା ଯିବା ବାଟରେ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ମଧ୍ୟ କେରଳର।
ପୋଲିସର ସୂଚନାନୁସାରେ ମୃତକଙ୍କ ମଧ୍ୟରୁ ଜଣେ ମଧ୍ୟ କେରଳର। ତେବେ ଏପର୍ଯ୍ୟନ୍ତ ସମସ୍ତଙ୍କୁ ଚିହ୍ନଟ କରାଯାଇ ନାହିଁ। ଯେଉଁମାନେ ଚିହ୍ନଟ ହୋଇଛନ୍ତି, ସେମାନଙ୍କ ପରିବାରକୁ ସୂଚନା ଦିଆଯାଇଛି। ପୋଲିସ ସମସ୍ତ ମୃତଦେହକୁ ନିଜ ପୋଷ୍ଟମର୍ଟମ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri