ଡିଏମ୍‌ୟୁ ଟ୍ରେନ୍‌ ବାତିଲ: ଯାତ୍ରୀ ନିରାଶ

ବୈଶିଙ୍ଗା, ୧୦।୨ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଯୁଗଳ ଓ ଯୁଗୁପୁରା ରେଳ ଷ୍ଟେଶନଠାରେ ବୁଧବାର ସକାଳେ ବହୁ ଯାତ୍ରୀ ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଥିଲେ ହେଁ ଡିଏମ୍‌ୟୁ ଟ୍ରେନ୍‌ ଆସି ନ ଥିଲା। ଫଳରେ ରୂପ୍‌ସା ଓ ବାଲେଶ୍ୱର ଯିବା ପାଇଁ ଅପେକ୍ଷା କରିଥିବା ବହୁ ଯାତ୍ରୀଙ୍କୁ ନିରାଶ ହେବାକୁ ପଡ଼ିଥିଲା। ପରେ ଖଡ଼ଗପୁର ରେଳ ଡିଭିଜନର ଡିଆର୍‌ଏମ୍‌ ଓ ଅନ୍ୟ ଉଚ୍ଚପଦସ୍ଥ ଅଧିକାରୀମାନେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ବିଦ୍ୟୁତୀକରଣ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଅନୁସନ୍ଧାନ କରିବା ପାଇଁ ଆସିଥିବାରୁ ସକାଳ ସମୟର ଡିଏମ୍‌ୟୁ ଟ୍ରେନ୍‌କୁ ବାତିଲ କରାଯାଇଥିବା ଜଣାପଡ଼ିଥିଲା। ତେବେ ଏ ସମ୍ପର୍କରେ କୌଣସି ପୂର୍ବ ସୂଚନା ରେଳ ବିଭାଗ ପକ୍ଷରୁ ଦିଆଯାଇ ନ ଥିବା ଯୋଗୁ ଯାତ୍ରୀମାନଙ୍କୁ ହଇରାଣ ହେବାକୁ ପଡ଼ିଥିଲା। ଭବିଷ୍ୟତରେ ଆଗୁଆ ସୂଚନା ଦେବା ପାଇଁ ସ୍ଥାନୀୟ ଅଞ୍ଚଳର ବିଜୟ ରାଉତ, ଅଶ୍ୱିନୀ ମହାରଣା, ଅଜୟ ପ୍ରଧାନ, ଦେବାଶିଷ ମହାପାତ୍ର ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri