ଖୁବ୍‌ଶୀଘ୍ର ସରିବ ‘ଡିଏନ୍‌ ଫେରିଟେଲ’

ଭୁବନେଶ୍ୱର,୩।୩:ରାଜ୍ୟର ପ୍ରମୁଖ ରିଅଲ ଇଷ୍ଟେଟ ସଂସ୍ଥା ‘ଡିଏନ୍‌ ହୋମସ’ର ବହୁ ଚର୍ଚ୍ଚିତ ବାସଗୃହ ପ୍ରକଳ୍ପ ‘ଡିଏନ ଫେରିଟେଲ’ର ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଡିଏନ୍‌ ହୋମସ ପକ୍ଷରୁ ଗୁରୁବାର ସ୍ଥାନୀୟ ପାତ୍ରପଡାଠାରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଥିଲା। ଏହି ଅବସରରେ ଡିଏନ୍‌ ହୋମ୍‌ସର କାର୍ଯ୍ୟନିର୍ବାହୀ ଭାଇସ ପ୍ରେସିଡେଣ୍ଟ ଶ୍ୟାମସୁନ୍ଦର ପାଢ଼ୀ ଉକ୍ତ ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ଆଲୋକପାତ କରି କହିଥିଲେ, ୨୦୧୯ରେ ଉକ୍ତ ପ୍ରକଳ୍ପର ଶୁଭାରମ୍ଭ ହୋଇଥିଲା। ଏପରିକି ପ୍ରକଳ୍ପ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଆମେ ସମ୍ପୂର୍ଣ୍ଣ କରିବାକୁ ଯାଉଛୁ ବୋଲି ପାଢ଼ୀ ମତବ୍ୟକ୍ତ କରିଛନ୍ତି। ସେହିଭଳି ଡିଏନ୍‌ ହୋମ୍‌ସ ସବୁବେଳେ ଗ୍ରାହକଙ୍କ ସ୍ବାର୍ଥକୁ ଅଗ୍ରାଧିକାର ଦେଇଥାଏ। ଏପରିକି ଗ୍ରାହକଙ୍କର ବିଶ୍ୱାସ ଓ ଭରସାକୁ ପୁଞ୍ଜିକରି ସଂସ୍ଥା ଆଗକୁ ବଢ଼ିଥାଏ ବୋଲି ସେ କହିଛନ୍ତି। ସେହିପରି କମ୍ପାନୀର ଭାଇସ୍‌ ପ୍ରେସିଡେଣ୍ଟ ସେଲ୍‌ସ ନିଖିଲ ବାଜପେୟୀ କହିଥିଲେ, ଉକ୍ତ ପ୍ରକଳ୍ପ ଉଭୟ ଶିଶୁ ଓ ବୟସ୍କମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରକଳ୍ପର ବିସ୍ତୃତ ଯୋଜନା ପ୍ରସ୍ତୁତ କରାଯାଇଛି। ଅପରପକ୍ଷରେ ୭୦୮ଫ୍ଲାଟ ବିଶିଷ୍ଟ ଉକ୍ତ ପ୍ରକଳ୍ପର କାମ ଖୁବଶୀଘ୍ର ସମ୍ପୂର୍ଣ୍ଣ ହେବାକୁ ଯାଉଛି ବୋଲି ବାଜପେୟୀ କହିଛନ୍ତି। ଏହା ଯୋଗୁ ମଦନପୁର ଓ ଦୁର୍ଗାପୁର ଅଞ୍ଚଳର ସାମାଜିକ ଭିତ୍ତିଭୂମିର ବିକାଶ ସହ ସ୍ଥାନୀୟ ବାସିନ୍ଦାମାନଙ୍କର ଆର୍ଥିକ ମାନଦଣ୍ଡର ଅଭିବୃଦ୍ଧି ଘଟିବ ବୋଲି କମ୍ପାନୀ ପକ୍ଷରୁ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri