Posted inଜାତୀୟ

ଦିଲ୍ଲୀ ବିସ୍ଫୋରଣ: i20 ଚଳାଉଥିଲେ ଡାକ୍ତର ଉମର, DNA ଟେଷ୍ଟରୁ ଜଣାପଡ଼ିଲା ସତ

ନୂଆଦିଲ୍ଲୀ,୧୩। ୧୧: ଗତ ସୋମବାର ସନ୍ଧ୍ୟାରେ ଲାଲକିଲ୍ଲା ନିକଟରେ i20 କାରରେ ହୋଇଥିବା ବିସ୍ଫୋରଣରେ ଉମର ମହମ୍ମଦ ନାମକ ଜଣେ ଡାକ୍ତର ହିଁ ଗାଡ଼ି ଚଳାଉଥିଲେ ବୋଲି DNA ପରୀକ୍ଷା ରିପୋର୍ଟରୁ ଜଣାପଡ଼ିଛି। ସୂତ୍ରରୁ ଏହି ଖବର ଜଣାପଡିଛି। ଏହି ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଥିଲେ।

ଫରିଦାବାଦର ଅଲ ଫଲାହ ବିଶ୍ୱବିଦ୍ୟାଳୟରେ ବରିଷ୍ଠ ଡାକ୍ତର ଭାବେ କାର୍ଯ୍ୟ କରୁଥିବା ଡାକ୍ତର ଉମରଙ୍କର ହାଡ଼, ଦାନ୍ତ ଏବଂ ବିସ୍ଫୋରଣସ୍ଥଳରୁ ମିଳିଥିବା ପୋଷାକର ଅଂଶରୁ DNA ନମୁନା ସଂଗ୍ରହ କରାଯାଇଥିଲା। ଏହି DNA ତାଙ୍କ ମାଆ ଏବଂ ଭାଇଙ୍କ DNA ସହିତ ଶତ ପ୍ରତିଶତ ମେଳ ଖାଇଛି।

ପୂର୍ବରୁ ଉମରଙ୍କ ମାଆଙ୍କୁ ପୁଲୱାମାରେ DNA ପରୀକ୍ଷା ପାଇଁ ଅଟକ ରଖାଯାଇଥିଲା। ବିସ୍ଫୋରଣ ପରେ ସୋମବାର ରାତିରେ ଉମରଙ୍କ ମାଆ ଏବଂ ଦୁଇ ଭାଇଙ୍କୁ ମଧ୍ୟ ପଚରାଉଚରା ପାଇଁ ଅଟକ ରଖାଯାଇଥିଲା।

i20 ଗାଡ଼ିର ମାଲିକ ଉମର ମହମ୍ମଦ, ପୂର୍ବରୁ ଗିରଫ ହୋଇଥିବା ଡାକ୍ତର ମୁଜାମ୍ମିଲ ଶକିଲ ଓ ଆଦିଲ ରାଥରଙ୍କ ଗିରଫଦାରୀ ପରେ ଭୟଭୀତ ହୋଇ ବିସ୍ଫୋରଣ ଘଟାଇଥିବା ସୂଚନା ରହିଛି। ଶକିଲ ଓ ରାଥରଙ୍କୁ ‘ଜୈଶ-ଏ-ମହମ୍ମଦ’ ସହିତ ସମ୍ପୃକ୍ତି ଅଭିଯୋଗରେ ଗିରଫ କରାଯାଇଥିଲା।

ସିସିଟିଭି ଫୁଟେଜ୍ ଅନୁଯାୟୀ, ବିସ୍ଫୋରଣ ପୂର୍ବରୁ ଉମର ଲାଲକିଲ୍ଲା ନିକଟରେ ଥିବା ଏକ ମସଜିଦ୍‌କୁ ଯାଇଥିଲେ। ସେ ସନ୍ଧ୍ୟା ୩.୧୯ରେ ସୁନେହେରୀ ମସଜିଦ୍ ପାର୍କିଂରେ i20 କାର୍ ପାର୍କ କରିଥିଲେ ଏବଂ ୩ ଘଣ୍ଟା ଧରି ମସଜିଦ୍‌ରେ ନମାଜ ପଢ଼ିଥିଲେ।

ଘଟଣାର ତଦନ୍ତ ଭାର ଏବେ ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ନେଇଛି ଏବଂ ସମସ୍ତ ଦିଗରୁ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?